PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ଅନ୍ଧାର ରାସ୍ତାରେ ପଡିଥିବା ବିଦ୍ୟୁତ ତାରରେ ପାଦ ପଡିବାରୁ ନାବାଳକଙ୍କ ମୃତ୍ୟୁ

ଫୁଲବାଣୀ – କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ରାସ୍ତା ଉପରେ ପଡିଥିବା ବିଦ୍ୟୁତ ତାର ଆଘାତରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି ।

ସୂଚନା ଅନୁସାରେ ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତର ପସରଡି ଗ୍ରାମର ଚାରିଜଣ ନାବାଳକ ଜିନିଷ କିଣିବା ପାଇଁ ଗାଁ ଠାରୁ ୩ କିମି ଦୂର ସିର୍ଲା ଗ୍ରାମକୁ ଯାଇଥିଲେ । ତେବେ ଅପରାହ୍ନରେ ବର୍ଷା ପବନ ହେବା ଯୋଗୁଁ ସେମାନେ ଘରକୁ ଫେରି ପାରି ନଥିଲେ । ସଂଧ୍ୟାରେ ବର୍ଷା ଛାଡିବା ପରେ ଘରକୁ ଫେରିଥିଲେ ଚାରି ନାବାଳକ । ପସରଡି ଗ୍ରାମ ନିକଟରେ ଜଙ୍ଗଲ ରାସ୍ତାରେ ଏକ ବିଦ୍ୟୁତ ତାର ଛିଡି ପଡିଥିଲେ ବି ଅନ୍ଧାର ଯୋଗୁଁ ସେମାନେ ଦେଖି ପାରି ନଥିଲେ । ଆଗରେ ଥିବା ୧୫ ବର୍ଷର ଫିରୋଜ ପାଟମାଝୀଙ୍କ ପାଦ ଏହି ତାର ଉପରେ ପଡି ଯିବାରୁ ସେ ପୋଡି ହୋଇ ଘଟଣା ସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ତେବେ ଅନ୍ୟ ତିନି ଜଣ ସାମାନ୍ୟ ପଛରେ ଥିବା ଯୋଗୁଁ ଦୁର୍ଘଟଣାରୁ ରକ୍ଷା ପାଇ ଯାଇଥିଲେ । ଏହି ଘଟଣା ସଂପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି ।