PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା କରୋନା ରୋଗୀଙ୍କ ପରିବାର ପାଇଁ ଇ-ସାକ୍ଷାତ୍‌ ଭିଡ଼ିଓ ଚାଟିଂ ସେବା ଆରମ୍ଭ
  • ||
  • ନବରଙ୍ଗପୁର – ଅକ୍ସିମିଟର ଚଢ଼ା ଦାମରେ ବିକ୍ରି, ୨ଟି ଔଷଧ ଦୋକାନୀଙ୍କ ଠାରୁ ଜରିମନା, ଗୋଟିଏ ଔଷଧ ଦୋକାନ ସିଲ୍
  • ||
  • କରୋନା ନେଲା ଆଉ ଏକ ଜୀବନ – ବିଶିଷ୍ଟ ସାହିତ୍ୟିକ ଅଜାମ୍ୱର ମଲ୍ଲଙ୍କ ପରଲୋକ
  • ||
  • କୋରାପୁଟ : କ୍ଲର୍କ ଚାକିରି ଲୋଭ ଦେଖାଇ ଯୁବତୀଙ୍କଠୁ ଠକେଇ, ଦୁଇ ଗିରଫ
  • ||
  • ଭୁବନେଶ୍ବର : ନଭିମୁମ୍ବାଇ ମହାନଗର ନିଗମକୁ ଓଡିଶା ଭବନ ଭଡା ଛାଡ କଲେ ରାଜ୍ୟ ସରକାର
  • ||
  • ମାଲକାନଗିରି: କୋଭିଡ ହସ୍ପିଟାଲରେ କରୋନା ଆକ୍ରାନ୍ତ ରୋଗୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ପୁଲିସ ହସ୍ତକ୍ଷେପ ପରେ ପରିସ୍ଥିତି ଶାନ୍ତ
  • ||
  • ପୁରୀ: ବିନା ଭକ୍ତରେ ଶ୍ରୀମନ୍ଦିର ବାହାରେ ହେବ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା
  • ||
  • ସମ୍ବଲପୁର: ପେଟର ଭୋକ ଆଗରେ ହାର୍‌ ମାନୁଛି ସଂକ୍ରମଣର ଭୟ, ଡଷ୍ଟବିନ୍‌ ପାଲଟିଛି ଖାଦ୍ୟର ମାଧ୍ୟମ
  • ||
  • ୫-୬ ଦିନ ପରେ ଫ୍ଲାଟ୍‌ ହେବ କର୍ଭ
  • ||
  • ସ୍ବାଭାବିକ ସମୟରେ ଆସିବ ମୌସୁମୀ: ଜୁନ୍‌ ୧ରେ କେରଳ, ୧୨ ସୁଦ୍ଧା ଓଡ଼ିଶା
  • ||
  • ଚିନ୍ତା ବଢ଼ାଉଛି କରୋନା: ପିଲାଙ୍କ ପ୍ରତି ମାଡ଼ି ଆସୁଛି ବିପଦ, ଦୈନିକ ୫ଶହ ପିଲା ହେଉଛନ୍ତି ସଂକ୍ରମିତ
  • ||
  • ଓଡ଼ିଶାରେ କରୋନା ନେଲା ଆଉ ୧୯ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୨୧୪୦କୁ ବୃଦ୍ଧି
  • ||
  • ରାଜ୍ୟରେ ଅଣାୟତ୍ତ କରୋନା: ଭାଙ୍ଗିଲା ପୁରୁଣା ଦୈନିକ ସଂକ୍ରମଣ ରେକର୍ଡ଼, ଦିନକରେ ଚିହ୍ନଟ ହେଲେ ୧୨ ହଜାର ୨୩୮ ପଜିଟିଭ ଆକ୍ରାନ୍ତ
  • ||
  • ଖପ୍ରାଖୋଲ:ଗମ୍ଭାରି ଛକ ନିକଟରେ ଏକ କାରରୁ ୬ ପେଟି କଫସିରଫ ଜବତ, ୨ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ
  • ||
  • କୋଭିଡ଼ ପରିଚାଳନା ପାଇଁ ୩ ଜିଲ୍ଲାକୁ ୭.୬୨ କୋଟି ମଂଜୁର କଲେ ମୁଖ୍ୟମନ୍ତ୍ରୀ, ପୁରୀ ପାଇଁ ୨ କୋଟି, ସୁବର୍ଣ୍ଣପୁର ପାଇଁ ୧ କୋଟି ଟଙ୍କା ଓ ସମ୍ବଲପୁର ଜିଲ୍ଲା ପାଇଁ ୪ କୋଟି ୬୨ ଲକ୍ଷ ମଂଜୁର କଲେ ନବୀନ
  • ||
  • ଭୁବନେଶ୍ୱର: ସାଢ଼େ ୪ଟାରେ ଘୋଷଣା କରିବେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଡିଜିପି
  • ||
  • ଜୁନ ପହିଲାରେ କେରଳ ଛୁଇଁବ ମୌସୁମୀ ବାୟୁ, ଭାରତୀୟ ପାଣିପାଗ କେନ୍ଦ୍ରର ସୂଚନା
  • ||
  • ଲାଞ୍ଜିଗଡ଼ରେ ଅଞ୍ଚଳରେ ହାତୀ ଉପଦ୍ରବ, ଆମ୍ବ ଗଛ ଭାଙ୍ଗିଲେ, ନର୍ସରିକୁ ନଷ୍ଟ କଲେ
  • ||
  • କଳାହାଣ୍ଡି: ବିଲ ମଝିରୁ ନାବାଳକର ମୃତଦେହ ଉଦ୍ଧାର ,ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ପଶ୍ଚିମ ବଙ୍ଗ ଯାଉଥିବା ଟ୍ରେନ୍ ପାସେଞ୍ଜରମାନଙ୍କ ପାଇଁ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||

ଛେଳି ଚରାଇବାକୁ ଯାଇଥିଲେ, ଆକ୍ରମଣ କଲା ଦନ୍ତା

ନୀଳଗିରି,୧୫|୧୨: ବାଲେଶ୍ଵର ଜିଲ୍ଲା ନୀଳଗିରି ଅଂଚଳରେ ଥୁବା  କୁଲଡ଼ିହା ଅଭୟାରଣ୍ୟକୁ ଛେଳି ଚରାଇବାକୁ ଯାଇଥିବା ବେଳେ ଦନ୍ତା ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁସାରେ, ଗରଡ଼ିହି ପଂଚାୟତ ଅଧିନ ଟିଆକଟା ଗ୍ରାମର ୱାର୍ଡମେମ୍ବର ଛାଟିଆ ସିଂଙ୍କ ପୁଅ ସୁଦାମ ସିଂ ଛେଳି ଚାଷ କରନ୍ତି। ଆଜି ଦିପ୍ରହରରେ ସେ ପାଖ ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିଲେ । ସେଠାରେ ଏକ ଦନ୍ତା ହାତୀ ତାଙ୍କୁ ଅତର୍କିତ ଆକ୍ରମଣ କରିବାକୁ ଗୋଡ଼ାଇଥିଲା । ସେ ପ୍ରାଣ ବିକଳରେ ଦୌଡ଼ିବାକୁ ଚେଷ୍ଟାକରିବାରୁ ହାତୀଟି ଶୁଣ୍ଢ ବୁଲାଇଦେବାରୁ ସେ କଚାଡି ହୋଇ ଏକ ଖାଲରେ ପଡିଯାଇଥିଲେ। ଦନ୍ତାଟି ତାଙ୍କୁ ଛାଡି ପଳାଇ ଯିବାରୁ ଅଳ୍ପକେ ସେ ମୃତ୍ୟୁ ମୁଖରୁ ବଂଚିଯାଇଥିଲେ।

ସୁଦାମଙ୍କ ଛାତିରେ ଗଭୀର କ୍ଷତ ଲାଗିଥିବାବେଳେ ସେ ଗୁରୁତର ଭାବେ ନୀଳଗିରି ଡାକ୍ତରଖାନରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି।