PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ଆଠଗଡ଼ରେ ବରୁଣା ହାତୀଙ୍କ ସହ ମସ୍ତି : ହାତୀ ସହ ସେଲ୍ଫି ନେଉଛନ୍ତି ଯୁବକ, ଅନ୍ୟପଟେ ଚିନ୍ତାରେ ଚାଷୀ

ଆଠଗଡ ୨୩।୧୨: ବଣୁଆ ହାତୀଙ୍କ ସହ ଚାଲିଛି ମସ୍ତି । ସ୍ଥାନୀୟ ଯୁବକମାନେ ହାତୀଙ୍କ ସହିତ ସେଲ୍ ଫି ଉଠାଉଛନ୍ତି । ଅନ୍ୟପଟେ ହାତୀ ଫସଲ ନଷ୍ଟ କରୁଥିବାରୁ ଚିନ୍ତାରେ ଚାଷୀ । ଆଠଗଡ଼ ବନଖଣ୍ଡ ଖୁଣ୍ଟୁଣୀ ରେଞ୍ଜର ସାରକୋଳି ଅଞ୍ଚଳରେ ପ୍ରତିଦିନ ଏଭଳି ଘଟଣା ଘଟୁଥିଲେ ମଧ୍ୟ ବେଫିକର ବନବିଭାଗ । ଖବର ପାଇବା ପରେ ମଧ୍ୟ ବିଭାଗୀୟ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚୁନଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ବାସିନ୍ଦା ।

ବେଶ କିଛି ଦିନର ବ୍ୟବଧାନ ପରେ ଆଠଗଡ଼ ବନଖଣ୍ଡକୁ ହାତୀପଲ ଫେରିଥିବାରୁ ଫସଲ ସୁରକ୍ଷାକୁ ନେଇ ଚିନ୍ତାରେ ପଡିଛନ୍ତି ଚାଷୀ । ପ୍ରତିଦିନ ଅପରାହ୍ନରେ ହାତୀମାନେ ୫୫ ନମ୍ବର ଜାତୀୟ ରାଜପଥକୁ ବଉଳ ଛକଠାରେ ଅବରୋଧ କରୁଥିବା ବେଳେ ଯାତାୟାତ ବାଧାପ୍ରାପ୍ତ ହେଉଛି ।

ଶହଶହ ଗାଡି ମଟର ରାସ୍ତାର ଦୁଇ ପାର୍ଶ୍ଵରେ ଅଟକି ଯାଉଛି । ଫଳରେ ଲୋକେ ନାହିଁନଥିବା ହଇରାଣ ହେଉଛନ୍ତି । ଏପଟେ କର୍ମଚାରୀ ଅଭାବ କହି ଅନେକ ସମୟରେ ବନବିଭାଗ ଅଣଦେଖା କରୁଛନ୍ତି।