ପ୍ରମୁଖ ଖବର
  • ବିଶ୍ୱରେ ୩୦% ହାରରେ ବଢ଼ୁଛି ଏଆଇ ନିଯୁକ୍ତି, ମେଶିନ ଲଣ୍ଣିଂ ସହ ଜଡିତ ପ୍ରଫେସନାଲଙ୍କ ବଢ଼ୁଛି ଚାହିଦା
  • ||
  • ବିଜେପିରେ ଟିକଟ କସରତ: ଆଜି ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା, କୋର୍ କମିଟି ବୈଠକରେ ଚୂଡ଼ାନ୍ତ
  • ||
  • ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
  • ||
  • ଆଗକୁ ଆହୁରି ବଢ଼ିବ ତାତି, ଆଜି ୪୦ ଡିଗ୍ରୀ ଛୁଇଁବ ପାରଦ ! ଦିନ, ରାତି ତାପମାତ୍ରା ୨ ଡିଗ୍ରୀ ବଢ଼ିପାରେ
  • ||

ଡୁବୁରୀରେ ହେବ ଇଏସଆଇ ହସ୍ପିଟାଲ, ଝାରସୁଗୁଡ଼ାରେ ଇଏସଆଇସିର ଉପ ଆଂଚଳିକ କାର୍ଯ୍ୟାଳୟ

ଭୁବନେଶ୍ବର, ୫।୧୨ ଝାରସୁଗୁଡ଼ାରେ ପ୍ରତିଷ୍ଠା ହେବ ଇଏସଆଇସିର ଉପ ଆଂଚଳିକ କାର୍ଯ୍ୟାଳୟ । କେନ୍ଦ୍ର ଶ୍ରମ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ଇଏସଆଇସିର ବୈଠକରେ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ ଦିଆଯାଇଛି । ସେହିଭଳି ଯାଜପୁର ଜିଲ୍ଲାର ଡୁବୁରୀରେ ୧୦୦  ଶଯ୍ୟା ବିଶିଷ୍ଟ ESI ଡାକ୍ତରଖାନା ମଧ୍ୟ ନିର୍ମାଣ କରାଯିବା ନେଇ ବିଭାଗୀୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ପ୍ରକାଶ ପାଇଛି ।

 ଗତ ସେପ୍ଟେମ୍ବର ୨୯ ତାରିଖରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଭୂପେନ୍ଦର ଯାଦବଙ୍କୁ ପତ୍ର ଲେଖି ଭୁବନେଶ୍ୱର ଇଏସଆଇସିର ଆଂଚଳିକ କାର୍ଯ୍ୟାଳୟ ଅଧୀନରେ ଝାରସୁଗୁଡ଼ା ଠାରେ ଇଆସଆଇସିର ଉପ ଆଂଚଳିକ କାର୍ଯ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ଅନୁରୋଧ କରିଥିଲେ । ଇଏସଆଇସିର ହିତାଧିକାରୀଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନେବା ପାଇଁ ବିଭାଗୀୟ ମନ୍ତ୍ରୀଙ୍କ  ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଥିଲେ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ରରେ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ଥିବା ସମସ୍ୟାକୁ ଦର୍ଶାଇବା ସହ ଉଲ୍ଲେଖ କରିଥିଲେ ଯେ ଭୁବନେଶ୍ୱରରେ ଥିବା ଇଏସଆଇସିର ଆଂଚଳିକ କାର୍ଯ୍ୟାଳୟ ରାଜ୍ୟର ପୂର୍ବାଞ୍ଚଳରେ ଅବସ୍ଥାପିତ ଅଛି । ଏହି କାରଣରୁ ପଶ୍ଚିମ ଓଡ଼ିଶାରେ ବସବାସ କରୁଥିବା କର୍ମଚାରୀ ଏବଂ ହିତାଧିକାରୀଙ୍କୁ ଏହି କାର୍ଯ୍ୟାଳୟକୁ ଯିବା ପାଇଁ ଦୂରଦୂରାନ୍ତରରୁ ଯାତ୍ରା କରିବାକୁ ପଡୁଛି । ଏହାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ାରେ ଇଏସଆଇସିର ଉପ ଆଂଚଳିକ କାର୍ଯ୍ୟାଳୟ କରାଗଲେ ସ୍ଥାନୀୟ ଲୋକମାନେ ଉପକୃତ ହୋଇପାରିବେ ।  

ଓଡ଼ିଶାରେ ଥିବା ୩୦ଟି ଜିଲ୍ଲା ମଧ୍ୟରୁ ଭୁବନେଶ୍ୱରରେ ଥିବା ଆଂଚଳିକ କାର୍ଯ୍ୟାଳୟ ୧୭ଟି ଜିଲ୍ଲା ନିକଟବର୍ତ୍ତି ରହିଛି ଏବଂ ସହଜରେ ଲୋକ ଏଠାକୁ ଆସିପାରୁଛନ୍ତି । ଝାରସୁଗୁଡ଼ାରେ ପ୍ରସ୍ତାବିତ ଉପ ଆଂଚଳିକ କାର୍ଯ୍ୟାଳୟ କରାଗଲେ ୧୩ଟି ଜିଲ୍ଲା ମଧ୍ୟ ଏହାର ନିକଟବର୍ତୀ ହେବ ।   ଦେଶର ଅନେକ ରାଜ୍ୟରେ ଇଏସଆଇସିର ଗୋଟିଏ କିମ୍ବା ତଦୁର୍ଦ୍ଧ୍ୱ ଉପ ଆଂଚଳିକ କାର୍ଯ୍ୟାଳୟ ରହିଛି । କିନ୍ତୁ ଓଡ଼ିଶାରେ ବର୍ତମାନ ସୁଦ୍ଧା କୌଣସି ଉପ ଆଂଚଳିକ କାର୍ଯ୍ୟାଳୟ ପ୍ରତିଷ୍ଠା କରାଯାଇ ନାହିଁ । ଫଳରେ ଭୁବନେଶ୍ୱରର ଇଏସଆଇ ଆଂଚଳିକ କାର୍ଯ୍ୟାଳୟ ଓଡ଼ିଶାର ପଶ୍ଚିମାଂଚଳରୁ ଅନେକ ଅଭିଯୋଗ ପତ୍ର ନିଯୁକ୍ତଦାତା ଏବଂ କର୍ମଚାରୀଙ୍କ ଠାରୁ ଗ୍ରହଣ କରିଆସୁଛି   ତେଣୁ ପଶ୍ଚିମ ଓଡ଼ିଶାର କର୍ମଚାରୀ ଏବଂ ଇଏସଆଇସି ହିତାଧିକାରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ଠାରେ ଇଏସଆଇସିର ଉପ ଆଂଚଳିକ କାର୍ଯ୍ୟାଳୟ ସ୍ଥାପନ କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରି ମନ୍ତ୍ରଣାଳୟର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ପାଇଁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଥିଲେ ।  ପଶ୍ଚିମ ଓଡ଼ିଶାର ଲୋକଙ୍କ ଦୀର୍ଘ ଦିନର ଚାହିଦା ପୂରଣ ହୋଇଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କୃତଜ୍ଞତା ଜଣାଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.