ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍, କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲା

ନୂଆଦିଲ୍ଲୀ,୨୬।୧୦: କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଳ୍ଳୀପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ। ଏହା ସହିତ ୧୦ ଲକ୍ଷ ଟଙ୍କାର ଜରିମନା ଲଗାଯାଇଛି। ଏହା ସହିତ ମାମଲାରେ ଅନ୍ୟ ୨ ଅଧିକାରୀଙ୍କୁ ମଧ୍ୟ ୩ ବର୍ଷ ଜେଲ୍ ଦଣ୍ଡାଦେଶ ମିଳିଛି । ଦିଲ୍ଲୀର ସ୍ପେଶାଲ ସିବିଆଇ କୋର୍ଟ ଏହି ରାୟ ଦେଇଛନ୍ତି। ୧୯୯୯ ମସିହାରେ ଝାଡଖଣ୍ଡ କୋଲ୍ ବ୍ଲକ୍ ଆବଣ୍ଟନରେ ଅନିୟମିତତା ନେଇ ଦିଲୀପଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଏହି ମାମଲାରେ ବ୍ୟକ୍ତିଗତ ଭାବେ ହାଜର ହୋଇଥିଲେ ଦିଲ୍ଲୀପ ରାୟ। ପୂର୍ବରୁ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଆଜି ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ।

ଅକ୍ଟୋବର ୬ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଏମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ଅକ୍ଟୋବର ୧୪ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟରେ ସିବିଆଇ ଓ ଅଭିଯୁକ୍ତମାନଙ୍କର ଓକିଲମାନଙ୍କ ପକ୍ଷରୁ ଦଣ୍ଡବିଧାନକୁ ନେଇ ଯୁକ୍ତି ଉପସ୍ଥାପନ କରାଯାଇଥିଲା। ସିବିଆଇ ଓକିଲ ଅଭିଯୁକ୍ତମାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ପାଇଁ ଯୁକ୍ତି ବାଢ଼ିଥିଲେ ଏବଂ ପ୍ରତିପକ୍ଷଙ୍କ ଆଇନଜୀବୀମାନେ ଅଭିଯୁକ୍ତଙ୍କ ବୟସ ତଥା ପୂର୍ବରୁ କୌଣସି ଅପରାଧିକ ରେକର୍ଡ ନଥିବା କାରଣରୁ ସେମାନଙ୍କ ବିରୋଧରେ କୋହଳ ଦଣ୍ଡ ଘୋଷଣା କରିବାକୁ ନିବେଦନ କରିଥିଲେ। ସିବିଆଇ ସ୍ବତନ୍ତ୍ର କୋର୍ଟର ବିଚାରପତି ଭରତ ପରାସର ଉଭୟ ପକ୍ଷକୁ ଶୁଣିବା ପରେ ରାୟକୁ ସଂରକ୍ଷିତ ରଖିବା ସହିତ ସମସ୍ତ ଦୋଷୀଙ୍କୁ କୋର୍ଟରେ ଉପସ୍ଥିତ ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଉଲ୍ଲେଖନୀୟ ଯେ, ୧୯୯୯ରେ କୋଇଲା ବ୍ଲକ୍ ଆବଣ୍ଟନରେ ଅନିୟମିତତା କରିଥିବା ଅଭିଯୋଗ ହୋଇଥିଲା। ଝାଡଖଣ୍ଡର ଗିରିଡିହିରେ ଥିବା ବ୍ରହ୍ମଡିହା କୋଲ୍ ବ୍ଲକ୍ ଆବଣ୍ଟନରେ ଅନିୟମିତତା ନେଇ ସିବିଆଇ ଚାର୍ଜସିଟ୍‌ ଦାଖଲ କରିଥିଲା। ସେ ସମୟରେ ଅଟଳ ବିହାରୀ ବାଜପାୟୀ ସରକାରରେ ମନ୍ତ୍ରୀ ଥିଲେ ଦିଲ୍ଲୀପ। ଏହି ମାମଲାରେ ମିନିଷ୍ଟ୍ରି ଅଫ କୋଲର ତତ୍କାଳୀନ ଅନ୍ୟ ଦୁଇ ଜଣ ବରିଷ୍ଠ ଅଫିସରଙ୍କୁ ମଧ୍ୟ କୋର୍ଟ ଦୋଷୀ ସାବ୍ୟସ୍ତ କରି ୩ ବର୍ଷର ଜେଲ ଦଣ୍ଡାଦେଶ ଦେଇଛନ୍ତି। ସେତେବେଳେ ଦିଲୀପ ରାୟଙ୍କ ସମେତ ୫ ଜଣଙ୍କୁ ସ୍ପେସାଲ ସିବିଆଇ କୋର୍ଟ ସମନ କରିଥିଲେ । ତତ୍‌କାଳୀନ କୋଇଲା ମନ୍ତ୍ରାଳୟର ଅତିରିକ୍ତ ସଚିବ ପ୍ରଦୀପ କୁମାର ବାନାର୍ଜୀ, ଆଡଭାଇଜର ନିତ୍ୟାନନ୍ଦ ଗୌତମ, କାଷ୍ଟର୍ଣ୍ଣ ଟେକ୍ନୋଲୋଜି ଲିମିଟେଡର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରୱାଲ ଏବଂ କାଷ୍ଟର୍ଣ୍ଣ ମାଇନିଂକୁ ସମନ କରିଥିଲେ ସ୍ବତନ୍ତ୍ର ସିବିଆଇ କୋର୍ଟ।

   ସମ୍ବନ୍ଧିତ ଖବର


ସମ୍‌ରେ ଅତ୍ୟାଧୁନିକ ସେଂଟ୍ରାଲ୍ ସ୍କିଲ୍ ଲାବ୍ ଉଦ୍‌ଘାଟିତ

କ୍ୟୁଏସ୍ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ପୁଣି ଥରେ ଆଗରେ ସୋଆ

୪୩ ମୋବାଇଲ ଆପ୍‌କୁ ଭାରତ ‌ବ୍ୟାନ କରିବା ପରେ ଚୀନ ରାଗରେ ପାଚି ଲାଲ୍, କହିଲା ମିଳିବ କଡା ଜବାବ…

ଦିଲ୍ଲୀ ଦଙ୍ଗାରେ ଥିଲେ ବାଂଲାଦେଶୀ, ରୋହିଙ୍ଗ୍ୟା, ଆଇନ ଶୃଙ୍ଖଳାକୁ ଭାଙ୍ଗିବା ପାଇଁ କରୁଥିଲେ ଷଡଯନ୍ତ୍ର…

‘ଲଭ୍ ଜିହାଦ୍’ ଦୋଷୀଙ୍କୁ ହୋଇପାରେ ୧୦ ବର୍ଷ ଜେଲ୍, ବିଲ୍ ପାଇଁ ଡ୍ରାଫ୍ଟ ପ୍ରସ୍ତୁତ

ମରୁଭୂମିରେ ରହସ୍ୟମୟ ବସ୍ତୁର ସନ୍ଧାନ, ହେଲିକପ୍ଟର ଉଡାଣ ଆରମ୍ଭ କରିବା ବେଳେ ଦେଖିଲେ ପାଇଲଟ୍