ପାଖେଇ ଆସୁଛି ପ୍ରବଳ ବାତ୍ୟା ‘ଫନି’; ପୁରୀଠାରୁ ୫୪୦ କିଲୋମିଟର ଦୂରରେ ରହିଛି

ନୂଆଦିଲ୍ଲୀ ୨।୫:  ଭୀଷଣ ସାମୁଦ୍ରିକ ଝଡ଼ ‘ଫନି’ ପାଖେଇ ଆସୁଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଗତ ରାତିରେ ଜାରି ସୂଚନା ଅନୁସାରେ ଫନି ବର୍ତ୍ତମାନ ପୁରୀଠାରୁ ୫୪୦ କିଲୋମିଟର ଦୂରରେ ରହିଛି।

ଫନି ଘଣ୍ଟା ପ୍ରତି ୧୩ କିଲୋମିଟର ବେଗରେ ସ୍ଥଳଭାଗ ଆଡକୁ ମାଡିଆସୁଥିବା ସୂଚନା ରହିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା  ରିପୋର୍ଟ ଅନୁସାରେ ଫନି ଏବେ ପୁରୀର ଦକ୍ଷିଣ ଓ ଦକ୍ଷିଣ–ପଶ୍ଚିମ ଦିଗରୁ ୫୪୦ କିଲୋମିଟର ଦୂରରେ ଅଛି, ଯାହାକି ଏପ୍ରିଲ ୩ ତାରିଖ ସଂଧ୍ୟା  ୫.୩୦ଟା ପାଖାପାଖି ଗୋପାଳପୁରଠାରୁ ଚାନ୍ଦବାଲି ମଧ୍ୟରେ ସ୍ଥଳଭାଗ ଛୁଇଁବ । ତେବେ ଫନି ପୁରୀ ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ସ୍ଥଳଭାଗ ଛୁଇଁବା ବେଳକୁ ପବନର ବେଗ ୧୭୦ରୁ ୧୮୦ କିଲୋମିଟର ରହିବ। ଏହି ବେଗ ୨୦୦ କିଲୋମିଟରକୁ ବଢ଼ିବାର ସମ୍ଭାବନା ମଧ୍ୟ ରହିଛି। ବାତ୍ୟା ଫନି ନେଇ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି। ୨୦ଟି ଟିମ୍‌ କୋଷ୍ଟଗାର୍ଡ ଟିମ୍‌ ମୁତୟନ କରାଯାଇଛି। ପ୍ରାକୃତିକ ବିପର୍ଯ୍ୟୟକୁ କଡ଼ା ମୁକାବିଲା ପାଇଁ ନଜର ରଖାଯାଇଛି।

ଆସନ୍ତା ୩ ତାରିଖରେ ପୁରୀ ଉପକୂଳ ଛୁଇଁବ ଅତି ଭୟଙ୍କର ରୂପ ଧାରଣ କରିଥିବା ବାତ୍ୟା ଫୋନି । ବାତ୍ୟା ଫୋନି ଓଡିଶା ଉପକୂଳ ଆଡକୁଯେତିକି ମାଡି ଆସୁଛି ଜନସାଧାରଣଙ୍କ ମନରେ ଭୟ ସେତିକି ବଢିବାରେ ଲାଗିଛି । ଆଉ ଏସବୁ ଭିତରେ ଫୋନିର ମୁକାବିଲା କରିବା ପାଇଁ ସଚିବାଳୟରେ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟ ଶାସନ ସଚିବ ଓ ବିଭାଗୀୟ ସଚିବଙ୍କ ସହ ଆଲୋଚନାପରେ ନବୀନ ଫୋନି ମୁକାବିଲା ନେଇ ଗଣମାଧ୍ୟମରେ ବଡ ବୟାନ ଦେଇଛନ୍ତି ।

ସମୀକ୍ଷା ବୈଠକ ପରେ ନବୀନ କହିଛନ୍ତି, ବାତ୍ୟା ଫୋନିର ମୁକାବିଲା ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ । ସମସ୍ତଙ୍କ ଜୀବନ ଅମୂଲ୍ୟ, ତେଣୁପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ୧୦୦ ପ୍ରତିଶତ ସ୍ଥାନାନ୍ତର ଉପରେ ଫୋକସ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାବାଦ୍ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ବିଦ୍ୟୁତ୍ ସେବା, ପାନୀୟ ଜଳ ସେବା ଓ ଯୋଗାଯୋଗ ଉପରେ ଗୁରୁତ୍ୱ ଦେବାକୁ ବିଭାଗୀୟ ସଚିବଙ୍କୁନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

 ସମୀକ୍ଷା ବୈଠକ ପରେ ନବୀନ କହିଛନ୍ତି, ବାତ୍ୟା ଫନିର ମୁକାବିଲା ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ । ସମସ୍ତଙ୍କ ଜୀବନ ଅମୂଲ୍ୟ, ତେଣୁ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ୧୦୦ ପ୍ରତିଶତ ସ୍ଥାନାନ୍ତର ଉପରେ ଫୋକସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାବାଦ୍ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ବିଦ୍ୟୁତ୍ ସେବା, ପାନୀୟ ଜଳ ସେବା ଓ ଯୋଗାଯୋଗ ଉପରେ ଗୁରୁତ୍ୱ ଦେବାକୁ ବିଭାଗୀୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

 

   ସମ୍ବନ୍ଧିତ ଖବର


ବିପତ୍ତି ଆଣିଦେଲା ସୁଯୋଗ, ଏହି କାରିଗର ଆରମ୍ଭ କରିଦେଲେ ସୁନା-ରୁପାର ମାସ୍କ

ଆତ୍ମହତ୍ୟା ଉଦ୍ୟମ କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି…

ବଢିଲା ଇରାନ-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ସମ୍ଭାବନା, ଇରାନ ପରମାଣୁ ବୈଜ୍ଞାନିକଙ୍କ ହତ୍ୟାକୁ ନେଇ ବଢୁଛି ବିବାଦ…

୭ ପାକିସ୍ତାନୀ କ୍ରିକେଟର କରୋନା ସଂକ୍ରମିତ, ନ୍ୟୁଜିଲାଣ୍ଡ ସରକାରଙ୍କ ଚେତାବନୀ-ଏବେ ନିୟମ ଭାଙ୍ଗିଲେ ପଠାଇଦେବୁ

ବମ୍ବେ ହାଇକୋର୍ଟରେ କଙ୍ଗନାଙ୍କୁ ସଫଳତା ପରେ ବିଏମସି ମେୟର ଦେଲେ ବିବାଦୀୟ ମନ୍ତବ୍ୟ, କହିଲେ ଅଭିନେତ୍ରୀ “ଦୁଇ ଟଙ୍କାର ଲୋକ”…

ରାଜ୍ୟରେ କରୋନା ନେଲା ଆଉ ୧୨ ମୁଣ୍ଡ: ମୃତକଙ୍କ ସଂଖ୍ୟା ୧୭୩୦କୁ ବୃଦ୍ଧି