PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଶୁ ଅପହରଣ ଉଦ୍ୟମ ପଣ୍ଡ, ବାଇକ ରୁ ଲମ୍ଫ ମାରି ଦୁର୍ବୃତ୍ତଙ୍କ କବଳରୁ ମୁକୁଳିଲା ୧୨ ବର୍ଷର ଶିଶୁ ପୁତ୍ର, ଜଗତସିଂହପୁର ଥାନାରେ ମାମଲା।
  • ||
  • ଢେଙ୍କାନାଳ: ସାଇକୃପା ଆବାସିକ ମହାବିଦ୍ୟାଳୟରୁ ୪ଜଣ ଛାତ୍ର କୋଭିଡ ପଜିଟିଭ ଚିହ୍ନଟ, ଆରଟିପିସିଆର ଟେଷ୍ଟ ପାଇଁ ୨୬୦ ଜଣଙ୍କର ସାମ୍ପଲ ପାଠାଗଲା
  • ||
  • କମ୍ପିବ ବିଧାନସଭା: ମମିତା ମେହେର ହତ୍ୟା ଘଟଣା, ଧାନମଣ୍ଡି ଅବ୍ୟବସ୍ଥା, ଦୁର୍ନୀତି ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେପି
  • ||
  • ନରସିଂହପୁର: ପିଉସୀ ଘରକୁ ବୁଲିବାକୁ ଆସିଥିବା ବେଳେ କୂଅରେ ପଡ଼ି ଚାଲିଗଲା ବାଳକ ଜୀବନ
  • ||
  • ନରସିଂହପୁର: ନରସିଂହପୁରରେ ମାତିଲେ ଦୁର୍ବୁତ୍ତ, ସ୍କାଏ ଲାଇଟ ଭାଙ୍ଗି ଲୁଟିନେଲେ ଟଙ୍କା ଆସବାବପତ୍ର
  • ||
  • ଜଗତସିଂହପୁର : ଆରମ୍ଭ ହେଲା ୨ଦିନିଆ ସାଗର କବଚ ଓଡି -୨୧ ସମରାଭ୍ୟାସ
  • ||
  • ଚନ୍ଦ୍ରଶେଖରପୁର : ଜଣଙ୍କ ପାଇଁ ଦୁଇ ପ୍ରେମିକ ମଧ୍ୟରେ ହଣାମରା, ବିଚ୍ ରାସ୍ତାରେ ଚାଲିଲା ଖଣ୍ଡଯୁଦ୍ଧ
  • ||
  • ସୋନପୁର : ସୋନପୁରରେ ଇଷ୍ଟଦେବୀ ସୁରେଶ୍ଵରୀ ମନ୍ଦିରରୁ ଚୋରି
  • ||
  • ଭୁବନେଶ୍ୱର : ଆଜି ଅଭିନେତ୍ରୀ ଗୁନ୍‌ଗୁନ୍‌ଙ୍କ ବିବାହ, ଅଭିସ୍ମିତଙ୍କ ସହ ପଡିବ ହାତଗଣ୍ଠି
  • ||
  • ଭୁବନେଶ୍ୱର : ଆସୁଛି ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’, ୩ ତାରିଖ ଯାଏଁ ଥରାଇବ ଶୀତ, ୪ରେ ନିର୍ଧୁମ ବର୍ଷା ସମ୍ଭାବନା
  • ||
  • ସୁକିନ୍ଦା : ଶତାୟୁ ପଦ୍ମଶ୍ରୀ ନନ୍ଦ ସାର୍ କରୋନା ସଂକ୍ରମିତ, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||

ଝୁଲା ପୋଲରେ ଅଘଟଣ, ନାଗାବଳୀ ନଦୀରେ ବୁଡି ବାପା ଓ ପୁଅ ନିଖୋଜ

ରାୟଗଡା, ୧୭।୧୦ ରାୟଗଡା ସହର ଉପକଣ୍ଠରେ ଥିବା ନାଗାବଳୀ ନଦୀର ଝୁଲାପୋଲ ଏବଂ ହାତିପଥର ନିକଟରେ ପାରଳାଖେମୁଣ୍ଡିର ଦୁଇଜଣ  ପର୍ଯ୍ୟଟକ ନିଖୋଜ ହୋଇଛନ୍ତି। ନିଖୋଜ ଦୁଇ ଜଣ ହେଲେ ପାରଳାଖେମୁଣ୍ଡି ସହରର କେ. ଜିତେନ୍ଦ୍ର (୧୯) ଓ କେ. ଶ୍ରୀନିବାସ (୪୫)। ସେମାନେ ବାପା ଓ ପୁଅ ବୋଲି ଜଣାପଡିଛି। ସେମାନଙ୍କ ଘର ପାରଳାଖେମୁଣ୍ଡି ସହର କାମ୍ପ ସାହିରେ ।

ସୂଚନା ଅନୁଯାୟୀ, ପାରଳାଖେମୁଣ୍ଡିରୁ ୧୬ ଜଣ ପର୍ଯ୍ୟଟକ ମଝିଘରିଆଣି ମନ୍ଦିର ଦର୍ଶନ ପାଇଁ  ରାୟଗଡା ଆସିଥିଲେ। ମନ୍ଦିରରେ ଦର୍ଶନ ସାରି ସହର ପାର୍ଶ୍ବଦେଇ ବୋହିଯାଉଥିବା ନାଗାବଳୀ ଉପରେ ଝୁଲାପୋଲକୁ ଯାଇଥିଲେ। ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ପାଇଁ ଝୁଲାପୋଲ ଏବଂ ହାତିପଥର ମଧ୍ୟଭାଗରେ ନଦୀ କୂଳକୁ ଓହ୍ଲାଇ ଥିଲେ। ସେଠାରେ ବାପା ଶ୍ରୀନିବାସ ଗୋଡ ଧୋଇଥିଲେ। ସ୍ଥାନଟି ସମ୍ପୂର୍ଣ୍ଣ ରୁପେ ପଥୁରିଆ। ପାଣିର ସୁଅରେ ଶିଉଳି ପଡିଥିବା ଯୋଗୁଁ ବାପା ଶ୍ରୀନିବାସଙ୍କ ପାଦ ଖସିଯାଇଥିଲା । ଫଳରେ ପାଣିର ସୁଅରେ ସେ ଭାସିଯାଇଥିଲେ। ବାପାଙ୍କୁ ଉଦ୍ଧାର କରିବାପାଇଁ ପୁଅ ଜିତେନ୍ଦ୍ର ମଧ୍ୟ ପାଣି ଭିତରକୁ ଡେଇଁପଡିଥିଲେ। ଏଭଳି ସ୍ଥିତି ଦେଖି ଅନ୍ୟ ପର୍ଯ୍ୟଟକ ମାନେ କୂଳରେ ରହି ପାଟି କରୁଥିବା ଦେଖି ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। କର୍ମଚାରୀ ପହଞ୍ଚି ଦୀର୍ଘ ସମୟ ଧରି ଖୋଜାଖୋଜି କରିଥିଲେ। ତେବେ ସନ୍ଧ୍ୟା ହୋଇଯିବାରୁ ପାଣି ଭିତରେ ଖୋଜିବା ସମ୍ଭବ ନହେବାରୁ ଉଦ୍ଧାର କାର୍ଯ୍ୟ ବନ୍ଦ କରିଦିଆଯାଇଛି। ଆସନ୍ତାକାଲି ସକାଳୁ ପୁଣି ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯିବ ବୋଲି ଅଗ୍ନିଶମ ବିଭାଗ ପକ୍ଷରୁ ଜଣାପଡିଛି ।