PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିଆଣାରେ ୨୪ମଇ ଯାଏ ବଢ଼ିଲା ଲକ୍‌ ଡାଉନ୍‌ , ମୁଖ୍ୟମନ୍ତ୍ରୀ ଖଟ୍ଟର କହିଲେ –ଜନତାଙ୍କ ଦାବି ନେଇ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ ଅଲରାଉଣ୍ଡର ରାଜେନ୍ଦ୍ର ସିଂ ଜାଡେଜାଙ୍କ କରୋନାରେ ପରଲୋକ
  • ||
  • ଭୁବନେଶ୍ଵର : ରାଜ୍ୟରେ ଫିଲ୍ମ କିମ୍ଵା ସିରିୟଲ ସୁଟିଂ ଉପରେ ପ୍ରତିବନ୍ଧକ, ସମସ୍ତ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ: ଆଣ୍ଡାମାନ ସାଗରରେ ସୃଷ୍ଟି ହେବ, ଅବପାତ ରୂପ ନେବା ପାଇଁ ପାଣିପାଗ ଅନୁକୂଳ…
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୭୩୨ ଜଣ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ଟପିଲା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ୧୯ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି
  • ||
  • ସଇଁତଳା : ଜମିବାଡ଼ି କଳହକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
  • ||
  • ପାଟଣାଗଡ଼ : କରୋନା ଯୁଦ୍ଧରେ ହାରିଗଲେ ବରିଷ୍ଠ ସାମ୍ବାଦିକ କୈଳାଶ ସାହୁ
  • ||
  • ଆଠଗଡ : ଚୋରା ଚାଲାଣ ବେଳେ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ, ଡ୍ରାଇଭର ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ୱର : ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନା ଆକ୍ରାନ୍ତ ହେବା ପରେ ଚାଲିଛି ଚିକିତ୍ସା
  • ||
  • ଭୁବନେଶ୍ୱର : ସୋମବାରଠୁ ଅନ୍‌ଲାନ୍‌ରେ ମିଳିବ ମଦ, ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଦେଇ ପାରିବେ ଅର୍ଡର, ହଜାର ଟଙ୍କାରେ ମଦ କିଣିଲେ ୧୦୦ ଟଙ୍କା ଡେଲିଭାରୀ ଚାର୍ଜ
  • ||
  • ଭୁବନେଶ୍ୱର : ପାରା ଧରିବାକୁ ଯାଇ ଟ୍ରେନ୍‌ ଲାଇନ୍ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲା ନାବାଳକ, ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ୱର : ମାସ ଶେଷକୁ ଓଡ଼ିଶାରେ ସଂକ୍ରମଣ ପିକ୍‌ରେ ପହଞ୍ଚିବ, ଜୁନ୍‌ ପ୍ରଥମ ସପ୍ତାହରୁ କମିପାରେ
  • ||
  • କଟକ : ବୃଦ୍ଧ ଦମ୍ପତ୍ତିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !
  • ||

ଶ୍ୱଶୁର ମୃତ୍ୟୁ ଖବର ଶୁଣି ବୋହୂ ଟଳି ପଡିଲେ

ବାଲିପାଟଣା ୨୪/୧୨: ବାଲିପାଟଣା ଥାନା ସାହେବ ନଗର ବସ୍ତି ଅଞ୍ଚଳରେ ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା । ଶ୍ୱଶୁରଙ୍କ ମୃତ୍ୟୁ ଖବର ଶୁଣି ବୋହୂର ମୃତ୍ୟୁ ଘଟିଛି । ଗୋଟିଏ ଦିନରେ ଗୋଟିଏ କବରସ୍ଥାନରେ ଉଭୟଙ୍କ କବର ଦିଆଯାଇଛି । ଏଭଳି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

ସୂଚନା ଯୋଗ୍ୟ ଯେ, ପ୍ରକାଶ ସାହେବ ନଗର ବାସିନ୍ଦା ହାକମ୍‌ ଖାଁ(୮୦)ଙ୍କର ଦେହ ଆଜି ହଠାତ୍‌ ଅସୁସ୍ଥ ହୋଇଥିଲା ।ତାଙ୍କୁ ଡାକ୍ତର ଖାନା ନିଆଯିବା ବାଟରେ ତାଙ୍କର ମୃତ୍ୟୁ ହେଲା । ଏହି ଖବର ସଂଗେ ସଂଗେ ଘରକୁ ଆସିଲା । ଏହା ଶୁଣି ତାଙ୍କ ବୋହୂ ରେଜିଆ ସୁଲତାନା ହଠାତ ଟଳି ପଡିଥିଲେ । ତାଙ୍କୁ ବାଲିପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା । ହେଲେ ସେଠାରେ ତାଙ୍କର ଚେତା ଫେରିନଥିଲା । ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କୁ କ୍ୟାପିଟାଲ ହସପିଟାଲ ଅଣାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଶବ ବ୍ୟବଚ୍ଛେଦରୁ ତାଙ୍କର ହୃଦ୍‌ଘାତ ହୋଇଥିବା ଜଣାପଡ଼ିଥିଲା ।