୧୦୦ ଶର୍ଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

କଟକ ୨୧।୯ : ୧୦୦ ଶର୍ଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ। କଟକ ସ୍ଥିତ ଏକ କୋଭିଡ଼୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। କୋଭିଡ ହସପିଟାଲ ICUରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଥିବା ବେଳେ ଘଟଣାସ୍ଥଳରେ ୨ଟି ଦମକଳଗାଡି ପହଂଚି ନିଆଁକୁ ଆୟତ୍ତ କରିବାକୁ ପ୍ରୟାସ ଜାରି ରଖିଛନ୍ତି । ହସ୍ପିଟାଲରେ ଥିବା ୧୨୭ ଜଣଙ୍କୁ ଆକ୍ରାନ୍ତଙ୍କୁ ଅନ୍ୟତ୍ର ସ୍ଥାନାନ୍ତରିତ କରାଯାଇଛି।

ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି। ଜିଲ୍ଲାପାଳ, ସିଏମ୍‌ସି କମିଶନର ଓ କଟକ ଡିସିପି ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତେବେ ସମସ୍ତ କରୋନା ଆକ୍ରାନ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ତେବେ କେଉଁ କାରଣରୁ ହସ୍ପିଟାଲରେ ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇନାହିଁ।

   ସମ୍ବନ୍ଧିତ ଖବର


‘ଦାଦାବଟିକୁ ନା’ ଅଭିଯାନ: ଦାଦାବଟି ମାଗି ବନ୍ଧା ହେଲେ ୬ ସାମ୍ବାଦିକ, ୩୧ ହଜାର ଟଙ୍କା ଜବତ

ଚୋରା ଦେଶୀ ଓ ବିଦେଶୀ ମଦ ଜବତ, ଦୁଇ ଗିରଫ

ସୁନା ବନ୍ଧକ ନାଁରେ ଠକେଇ: ୨ ସୁନା ଦୋକାନୀ ଓ ଜଣେ ଠକ ଗିରଫ

ମନ୍ଦିର ଖୋଲିବାକୁ ନିଆରା ପ୍ରୟାସ: ଆଇସ୍‌କ୍ରିମ୍‌ କାଠିରେ ଦୁର୍ଗାମୁଖା, ଦିଆସିଲି କାଠିରେ ଶ୍ରୀଜଗନ୍ନାଥ ତିଆରି କଲେ ଦୁଇ ଛାତ୍ର

ଏଥର ସିଲଭର୍ ସିଟିରେ ଅଲୋଡା ପଡ଼ିବ ଚେଚିସ୍ ‌! ଟ୍ରଲି, ଡାଲା ଅଟୋରେ ମା’ଙ୍କୁ ଦିଆଯିବ ମେଲାଣି

ସୋମବାର ମହାପ୍ରଭୁଙ୍କ ସୁନାବେଶ