PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ହସ୍ପିଟାଲରେ ଅଗ୍ନିକାଣ୍ଡ: ୮ମୃତ, ୩୫ ଗୁରୁତର

PTI

ଅହମ୍ମଦାବାଦ ୦୬/୦୮: କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ । କୋଭିଡ଼ ହସ୍ପିଟାଲରେ ନିଆଁ ଲାଗିବା ଦ୍ୱାରେ ସେଠାରେ ଚିକିତ୍ସା ହେଉଥିବା ୮ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩୫ଜଣରୁ ଅଧିକ ରୋଗୀ ଗୁରୁତର ଥିବାର ସୂଚନା ମିଳିଛି। ଏହି ଭଳି ଅଭାବନୀୟ ଘଟଣା ଗୁଜୁରାଟର ଅହମ୍ମଦାବାଦରେ ନାଭ୍ରଙ୍ଗପୁରାର ଶ୍ରେୟ ହସ୍ପିଟାଲରେ ଘଟିଛି। କରୋନା ସହିିିିତ ଦେଶ ଲଢ଼ୁଥିବା ବେଳେ ଦୁଃଖଦ ଖବର ଦେଖିବାକୁ ମିଳିଛି।

ସୂଚନାଯୋଗ୍ୟ ଯେ, ଗୁରୁବାର ଭୋର ୩ଟା ସମୟରେ କୋଭିଡ଼ ହସ୍ପିଟାଲରେ ନିଆଁ ଲାଗିଯାଇଥିଲା । ଦେଖୁ ଦେଖୁ ନିଆଁ ବ୍ୟାପିବାରେ ଲାଗିଥିଲା । ମେଡିକାଲର ଆଇସିୟୁରେ ମଧ୍ୟ ନିଆଁ ବ୍ୟାପିଯାଇଥିଲା । ଏଭଳି ଭୟାନକ ଅଗ୍ନିକାଣ୍ଡରେ ୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିବା ବେଳେ ଚିକିତ୍ସା ହେଉଥିବା ଆଉ ୩୫ଜଣଙ୍କ ଅନ୍ୟ ମେଡିକାଲକୁ ସ୍ଥାନାନ୍ତିରତ କରାଯଆଇଛି । ମୃତକଙ୍କ ମଧ୍ୟରୁ ୫ଜଣ ପୁରୁଷ ଓ ୩ଜଣ ମହିଳା ଥିବା ସୂଚନା ରହିଛି । ମୃତକ ସମସ୍ତେ କରୋନା ପଜିଟିଭ୍‌ ଥିବା ମଧ୍ୟ ଖବର ରହିଛି ।

ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭା ପାଇଁ ଉଦ୍ୟମ ଜାରି ରଖିଛି । ଅଗ୍ନିକାଣ୍ଡରେ ଦ୍ୱାରା ମେଡିକାଲର ଅନେକ କ୍ଷତି ହୋଇଥିବା ଅନୁମାନ କରାଯାଉଛି ।