ପ୍ରମୁଖ ଖବର
  • ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ, ଆପଣଙ୍କ ଟିକେ ଭୁଲ୍ ରାଉରକେଲାକୁ ପଛକୁ ନେଇଯିବ : ୫-ଟି ଅଧ୍ୟକ୍ଷ
  • ||
  • ରାଉରକେଲାରେ ନବୀନଙ୍କ ଉଦବୋଧନ, ମାଗଣାରେ ବିଜୁଳି ଦେବେ ବିଜେଡି ସରକାର
  • ||
  • ଭୋଟରମାନଙ୍କ ପାଇଁ ଆରମ୍ଭ ହେଲା ‘ମୋ ବୁଥ୍‌ ଆପ୍‌’, ବୁଥ୍‌ର ନାମ ଏବଂ ଏହାର ଅବସ୍ଥିତି ସଂପର୍କରେ ସଠିକ୍‌ ତଥ୍ୟ ପାଇବେ ମତଦାତା
  • ||
  • ମହାକାଳପଡ଼ା : ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଅମିନ, ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ରାୟଗଡ଼ା : ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ, ଦୀର୍ଘ ଦିନ ଧରି ଥିଲେ ଅସୁସ୍ଥ
  • ||
  • ଭୁବନେଶ୍ଵର : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ତତଲା ପାଗ, ୧୭ ଯାଏ ବର୍ଷା ସମ୍ଭାବନା
  • ||

ବାରିପଦା ବ୍ୟାଙ୍କ ଅଫ୍ ଇଣ୍ଡିଆର ରିଜିଓନାଲ୍ ଅଫିସରେ ଅଗ୍ନିକାଣ୍ଡ

ବାରିପଦା,୨୯।୪: ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ। ବାରିପଦା ସ୍ଥିତ ବ୍ୟାଙ୍କ ଅଫ୍ ଇଣ୍ଡିଆର ଜୋନାଲ ଅଫିସରେ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ବ୍ୟାଙ୍କର ତୃତୀୟ ମହଲାରେ ନିଆଁ ଲାଗିଛି। ଉପର ମହଲାକୁ  ନିଆଁ ବ୍ୟାପିବାର ସମ୍ଭାବନା ରହିଥିବାରୁ ଏହାକୁ ଆୟତ୍ତ କରିବାକୁ ଉଦ୍ୟମ ଚାଲିଛି। କ୍ୟାଣ୍ଟିନରୁ  ନିଆଁ ଲାଗିଥିବା ଆଶଙ୍କା କରାଯାଉଛି। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଁଞ୍ଚିବାରେ ନିଆଁ ଲିଭାଇବା ଆରମ୍ଭ କରିଛନ୍ତି।

ନିଆଁକୁ ଆୟତ୍ତ କରିବା ପାଇଁ ୨ଟି ଅଗ୍ନିଶମ ବାହିନୀ  ନିୟୋଜିତ ଅଛନ୍ତି। ବ୍ୟାଙ୍କ ଭିତରେ କିଛି କର୍ମଚାରୀ ଫଶି ରହିଥିବା ଆଶଙ୍କା କରାଯାଉଛି। ଧୂଆଁ ଅଧିକ ହେଉଥିବାରୁ ନିଆଁ ଲିଭାଇବା କଷ୍ଟକର ହୋଇପଡ଼ିଛି। ଏପର୍ଯ୍ୟନ୍ତ ୩ ଜଣ କର୍ମଚାରୀଙ୍କୁ ଅସୁସ୍ଥ ଅବସ୍ଥାରେ ଉଦ୍ଧାର କରାଯାଇଛି।ଅସୁସ୍ଥ ମଧ୍ୟରେ ଜଣେ ମହିଳା ସମେତ ୨ଜଣ ପୁରୁଷ ଥିବା ଜଣାଯାଇଛି।


  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.