PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

କାଠ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭାରେ ଜୁଟିଛନ୍ତି ୨୧ ଅଗ୍ନିଶମ ଗାଡ଼ି

ନୂଆଦିଲ୍ଲୀ ୧୪।୧୨:  ଦିଲ୍ଲୀର ମୁଣ୍ଡକା ଅଞ୍ଚଳରେ ଥିବା ଏକ କାଠ ଗୋଦାମରେ ଆଜି ସକାଳେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଗୋଦାମରେ ନିଆଁ ଲାଗିଥିବାର ଖବର ପାଇବା ପରେ ଘଟଣାସ୍ଥଳରେ ଦମକଳ ବାହିନୀର ୨୧ ଗାଡି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି।

ମିଳିଥିବା ସୂଚନାନୁସାରେ, ଏହି ଘଟଣା ମୁଣ୍ଡକା ମେଟ୍ରୋ ଷ୍ଟେସନ ପାଖରେ ହୋଇଛି। ଏଠାରେ ଏକ କାଠ ଗୋଦାମ ରହିଛି। ନିଆଁ ଏତେ ଜୋରରେ ଲାଗିଛି ଯେ ତାହା ଧୀରେ ଧୀରେ ପାଖରେ ଥିବା ବଲ୍ବ କାରଖାନାରେ ଲାଗିସାରିଲାଣି। ତେବେ ବର୍ତ୍ତମାନ ସୁଦ୍ଧା ସେହି କାରଖାନାରେ କିଛି କ୍ଷୟକ୍ଷତି ହୋଇଥିବା ସୂଚନା ବର୍ତ୍ତମାନ ସୁଦ୍ଧା ମିଳିନାହିଁ।

ସୂଚନାଯୋଗ୍ୟ ଯେ, ଗତ କିଛିଦିନ ପୂର୍ବରୁ ନୂଆଦିଲ୍ଲୀର ରାଣୀ ଝାନ୍ସି ରୋଡରେ ଥିବା ଏକ ଶସ୍ୟ ମଣ୍ଡିରେ ଭୀଷଣ ନିଆଁ ଲାଗି ୪୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିଲେ । ଏହି ଘଟଣାରେ ପୋଲିସ କାରଖାନାର ମାଲିକ ଓ ମ୍ୟାନେଜରଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି । ଆଜି ଆଉ ଏକ ଦୁର୍ଘଟଣା ଘଟିଛି। ବର୍ତ୍ତମାନ ତଦନ୍ତ ଜାରି ରହିଛି।