PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଷ୍ଟାଡ଼ିୟମ୍‌ରେ ଖେଳା ଯିବ ଆଇପିଏଲ ୨୦୨୨ ଫାଇନାଲ
  • ||
  • ଆନନ୍ଦପୁର : ଝରକା ଗ୍ରୀଲ୍ ଭାଙ୍ଗି ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ, ୧୫ ଭରି ସୁନାଅଳଙ୍କାର ସହ ନଗଦ ୫୨ ହଜାର ଟଙ୍କା ଲୁଟ୍
  • ||
  • ସୋର : ଗୋରୁ ବୋଝେଇ କଣ୍ଟେନର ଜବତ, ୪୦ ରୁ ଉର୍ଦ୍ଧ୍ଵ ଗୋରୁ ଉଦ୍ଧାର, ୧୧ ଗିରଫ
  • ||
  • ସମାନ ନାଗରିକ ସଂହିତା ଲାଗୁ କରିବା ପ୍ରସ୍ତୁତିରେ ମୋଦି ସରକାର , ପ୍ରଥମେ ଉତ୍ତରାଖଣ୍ଡରେ ଏହି ଆଇନ୍‌ ଲାଗୁ କରାଯିବାର ଅଭ୍ୟାସ ଆରମ୍ଭ କରାଯାଇଛି
  • ||
  • ଗୁଜରାଟରେ ବଡ଼ ବିଜୟର ପ୍ରସ୍ତୁତିରେ ବିଜେପି , କଂଗ୍ରେସ ଦୁର୍ବଳତାର ବି ମିଳିବ ଫାଇଦା
  • ||

ଲୋକସେବା ଭବନରେ ଲାଗିବ ଅଗ୍ନି ନିର୍ବାପକ ଯନ୍ତ୍ର, ଖର୍ଚ୍ଚ ହେବ ୧ କୋଟି ୪୦ ଲକ୍ଷ ଟଙ୍କା

ଭୁବନେଶ୍ୱର ୨୪/୦୧: ଦେଶର ବିଭିନ୍ନ ବଡ଼ ହୋଟେଲ ଓ କାର୍ଯ୍ୟାଳୟରେ ଭିନ୍ନ ଭିନ୍ନ ସମୟରେ ନିଆଁ ଲାଗି ବଡ଼ ବଡ଼ ଦୁର୍ଘଟଣା ଘଟୁଛି । ଯାହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ୟ ସରକାର । ଏଣୁ ତୁରନ୍ତ ଲୋକସେବା ଭବନରେ ଅଗ୍ନି ନିର୍ବାପକ ଯନ୍ତ୍ର ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏପରିକି ଏ ବାବଦରେ ୧ କୋଟି ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ଅନୁମୋଦନ କରିଛନ୍ତି ।

ଏହି କାର୍ଯ୍ୟ ତୁରନ୍ତ କରିବାକୁ ଗତ ୧୫ ତାରିଖରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଚିଠି ଲେଖାଯାଇଛି । ପରେ ପୁଣି ଗତ ୨୧ ତାରିଖରେ ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ୱତନ୍ତ୍ର ଅଧିକାରୀ ଇଞ୍ଜିନିୟର ଜେ. ଏନ୍‌. ନାୟକ ପୂର୍ତ୍ତ ବିଭାଗ ଭୁବନେଶ୍ୱର ଡିଭିଜନ୍‌-୧ର ନିର୍ବାହୀ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି । ଅଗ୍ନି ନିର୍ବାପକ ଯନ୍ତ୍ର ଲାଗିବା ପାଇଁ ସମସ୍ତ ଅର୍ଥ କେବଳ ସେହି ଉଦ୍ଦେଶ୍ୟରେ ବିନିଯୋଗ କରିବାକୁ କହିଛନ୍ତି । ନିର୍ଦ୍ଦିଷ୍ଟ ଅଧିକାରୀଙ୍କ ଉପରେ ଏନେଇ ଦାୟିତ୍ୱ ନ୍ୟସ୍ତ କରିବାକୁ ସେ ପରାମର୍ଶ ଦେଇଛନ୍ତି । ପ୍ରତି ମାସର ପ୍ରଥମ ସପ୍ତାହରେ ଅଗ୍ନି ନିର୍ବାପକ ଯନ୍ତ୍ର ଲାଗିବା କାର୍ଯ୍ୟର ଅଗ୍ରଗତି ନେଇ ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ସୂଚିତ କରିବାକୁ ସ୍ୱତନ୍ତ୍ର ଅଧିକାରୀ ଇଞ୍ଜିନିୟର ନାୟକ କହିଛନ୍ତି ।

ସମ୍ବନ୍ଧିତ ଖବର