ମାକ୍ସ୍ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ

ବ୍ରହ୍ମପୁର ୦୭|୦୩:  ବ୍ରହ୍ମପୁର ମାକ୍ସ୍ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।  ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।

ସୂଚନା ମୁତାବକ , ଶନିବାର ସନ୍ଧ୍ୟାରେ ପୁରୁଣା ବସଷ୍ଟାଣ୍ଡ ନିକଟରେ ଥିବା ଏହି ମଲରେ ଅଗ୍ନିକାଣ୍ଡ ଘଟିଥିଲା। ଏନେଇ ମଲର କର୍ମଚାରୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।  ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

ତେବେ ବିଦ୍ୟୁତ୍ ସଟ୍ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଏଥିରେ କିଛି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି । ଘଟଣାର ତଦନ୍ତ ପରେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିବ ବୋଲି ଅଗ୍ନିଶମ ବାହିନୀର ଅଧିକାରୀ ସୂଚନା ଦେଇଛନ୍ତି।

   ସମ୍ବନ୍ଧିତ ଖବର


ନାଗାର୍ଜୁନ ବେଶ- ନିଷ୍ଠା ବଳରେ ମହାପ୍ରଭୁଙ୍କ ଏକ ଲକ୍ଷ ଅକ୍ଷତ ଅରୁଆ ଚାଉଳ ବଛା ଏବଂ କ୍ଷୀରି ପ୍ରସ୍ତୁତି

ଗୁରୁତ୍ୱପୂର୍ଣ୍ଣ ଫାଇଲ ଚରିଯାଇଛନ୍ତି ଊଈ- ଶିକ୍ଷାଧିକାରୀ କାର୍ଯ୍ୟାଳୟର କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ

୧୯୬୦ରେ କରିଥିଲେ ମାଟ୍ରିକ ପାସ୍‌- ସରକାରୀ ଚାକିରି ନକରି ପିଲାଙ୍କୁ ଦେଉଥିଲେ ଶିକ୍ଷାଦାନ, ଏବେ …

ଏଇ ଓଡିଶାରେ ଯୁବକ ଦେଉଛନ୍ତି ୨୫ ଟଙ୍କାରେ ପେଟପୁରା ସ୍ୱାଦିଷ୍ଟ ଖାଦ୍ୟ- ୧୦ ଟଙ୍କାରେ ସୁପ୍‌

କୂଳପତି ପଦ ପାଇଁ ଆଶାୟୀ ରାଜବନରେ ଦେଇଥିଲେ ଲିଖିତ ପରୀକ୍ଷା, ଏତିକିଟି ପ୍ରଶ୍ନର ଉତ୍ତର ରଖିଲେ ଆଶାୟୀ…

ଲିଭର ପ୍ରତ୍ୟାରୋପଣ ପାଇଁ ସମ ହସ୍ପିଟାଲ ଓ ଏସିଆନ ଇନ୍ଷ୍ଟିଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ