ଢେଙ୍କାନାଳରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୮ ବଖରା ଘର

ଢେଙ୍କାନାଳ,୧୭/ ୧୦: ଢେଙ୍କାନାଳ ଜିଲ୍ଲାର ସଦର ବ୍ଲକ୍‌ ଅନ୍ତର୍ଗତ ମଙ୍ଗଳପୁର ଗାଁରେ ଅଘଟଣ। ଗାଁରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ଏହି ଗ୍ରମାର ସର୍ଜଙ୍ଗ ସାହିରେ ଅଗ୍ନିକାଣ୍ଡ ହେବା ଫଳରେ ୮ ବଖରା ଘର ଜଳି ଯାଇଛି। ଖବର ପାଇ ଢେଙ୍କାନାଳରୁ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି।

ନିଆଁରେ ୫ଟି ପରିବାରର ସମସ୍ତ ଧାନ ଚାଉଳ ଓ ରବି ଫସଲ ସମେତ ଘରର ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ଯାହା ଫଳରେ ୫ଟି ପରିବାର ସର୍ବଶ୍ବାନ୍ତ ହୋଇଯାଇଛନ୍ତି। ନିଆଁର ସଠିକ୍ କାରଣ ଜଣାପଡିନାହିଁ। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଥିବା ଆକଳନ କରାଯାଉଛି।

   ସମ୍ବନ୍ଧିତ ଖବର


ଫାଣ୍ଡି ଅଧିକାରୀଙ୍କ ଗୁଣ୍ଡାଗିରି ଅଭିଯୋଗ -ବାବୁ କହିଥିଲେ ୨ ବାଡ଼ି ଦେ,ଅବସ୍ଥା ସଙ୍ଗିନ କଲେ କନେଷ୍ଟବଳ

ସମ ହସ୍ପିଟାଲରେ ଖୁବ ଶୀଘ୍ର ଆରମ୍ଭ ହେବ କୋଭାକ୍ସିନର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ମନ୍ଦିର ଖୋଲିବାକୁ ନିଆରା ପ୍ରୟାସ: ଆଇସ୍‌କ୍ରିମ୍‌ କାଠିରେ ଦୁର୍ଗାମୁଖା, ଦିଆସିଲି କାଠିରେ ଶ୍ରୀଜଗନ୍ନାଥ ତିଆରି କଲେ ଦୁଇ ଛାତ୍ର

ଗୌରବ ଆଣିଲେ କନ୍ଧମାଳର ସନ୍ଧ୍ୟାରାଣୀ: ଛୁଞ୍ଚି ମୁନରେ ୬୬, ୧୫୮ କାରୁକାର୍ଯ୍ୟ କରି ଗିନିଜ୍ ବୁକରେ କଲେ ରେକର୍ଡ

ବିବାଦରେ ଥାନା ଅଧିକାରୀ, ଦୁର୍ଗାପୂଜା ଶୁଭେଚ୍ଛା ବିଜ୍ଞାପନରେ ରଖିଥିଲେ ଦଳୀୟ ଚିହ୍ନ ଓ ନେତାଙ୍କ ଫଟୋ….

ବରମୁଣ୍ଡା ଓଭରବ୍ରିଜ ତଳୁ ମୃତଦେହ ଉଦ୍ଧାର