PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ଆଜି ସମ୍ବଲପୁରୀ ଦିନ୍‌, ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିବ ସଂସ୍କୃତିର ଝଲକ

ସମ୍ବଲପୁର ୦୧/୦୮: କରୋନା କଟକଣା ଯୋଗୁଁ ଏଥର ମଧ୍ୟ ସମ୍ବଲପୁରୀ ଦିନ୍‌ ଉତ୍ସବ ଖୋଲା ମଞ୍ଚରେ ଆୟୋଜନ ହେବ ନାହିଁ । ତେବେ ସାମାଜିକ ଗଣମାଧ୍ୟମରେ ଏନେଇ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ସାମାଜିକ ଗଣମାଧ୍ୟମରେ ଶ୍ରଦ୍ଧାଞ୍ଜଳୀ ସଭା ସହ ପୁସ୍ତକ ଉନ୍ମୋଚନ କରି ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି ।

ସମ୍ବଲପୁରୀ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାର ବ୍ୟାପକ ପ୍ରଚାର ପ୍ରସାର ପାଇଁ ଗୁରୁ ସତ୍ୟନାରାୟଣ ବହିଦାର ଓ ସାଧକ ଶ୍ରୀଧର ପ୍ରଧାନଙ୍କ ପବିତ୍ର ଜନ୍ମ ତିଥି ଅଗଷ୍ଟ ଏକ ତାରିଖକୁ ସମ୍ବଲପୁରୀ ଦିନ୍‌ ଭାବରେ ପାଳନ କରାଯାଉଛି । ୨୦୧୨ ରେ ପ୍ରଥମେ ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ସମ୍ବଲପୁରୀ ଦିନ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ବର୍ତ୍ତମାନ ସମଗ୍ର ବିଶ୍ୱରେ ଏହି ସ୍ୱତନ୍ତ୍ର ଦିବସ ପାଳନ ହେଉଛି । ପୂର୍ବରୁ ସମ୍ବଲପୁର ସହରର ଜେଲ ଛକ ନିକଟରେ ରାଜ୍ୟ ସ୍ତରୀୟ ଉତ୍ସବ ପାଳନ ହେଉଥିଲା । କିନ୍ତୁ, ଗତ ବର୍ଷ ଠାରୁ ମହାମାରୀ କରୋନା କଟକଣା ଯୋଗୁଁ ଲୋକେ ଉତ୍ସବକୁ ନିଜ ଘରେ ରହି ପାଳନ କରୁଛନ୍ତି ।

ଚଳିତ ବର୍ଷ ମଧ୍ୟ ସାମାଜିକ ଗଣମାଧ୍ୟମରେ ଉତ୍ସବ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନର ମୁଖ୍ୟ ସଂଯୋଜକ ମାନସ ରଞ୍ଜନ ବକ୍ସି ସୂଚନା ଦେଇଛନ୍ତି । ସେହପରି ଚଳିତ ବର୍ଷ ବରଗଡ଼ ଜିଲ୍ଲା ସାହେଲା ବ୍ଲକ ଅନ୍ତର୍ଗତ ଗର୍ଭଣା ପଞ୍ଚାୟତ ଦୁମ୍ବେରପାଲି ଗ୍ରାମର ପଣ୍ଡିତ ପୂର୍ଣ୍ଣଚନ୍ଦ୍ର ସାହୁଙ୍କୁ ଗୁରୁ ସତ୍ୟନାରାୟଣ ଜାତୀୟ ସମ୍ବଲପରୀ ସମ୍ମାନରେ ସମ୍ମାନିତ କରାଯାଇଛି ।