PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

୫ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ ୨/୯: କେନ୍ଦ୍ର ସରକାର ୫ଟି ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ଶାହା ବାନୋ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟକୁ ଅକାମୀ କରିବା ପାଇଁ ରାଜୀବ ଗାନ୍ଧୀ ସରକାର ଆଣିଥିବା ଆଇନକୁ ବିରୋଧ କରି ଚର୍ଚ୍ଚାରେ ଥିବା ମୁସଲିମ ନେତା ଆରିଫ ମହମ୍ମଦ ଖାନ୍‌, ବରିଷ୍ଠ ବିଜେପି ନେତା ତଥା ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭଗତ ସିଂହ କୋଶିୟାରୀ, ତାମିଲନାଡୁ ବିଜେପି ଶାଖା ସଭାପତି ତାମିଲିସାଇ ସୌନ୍ଦରରାଜନ, ପୂର୍ବତନ କେନ୍ଦ୍ରମନ୍ତ୍ରୀ କଲରାଜ ମିଶ୍ର ଓ ବନ୍ଦାରୁ ଦତ୍ତାତ୍ରେୟ ।

ଉତ୍ତରପ୍ରଦେଶର ବାସିନ୍ଦା ୬୮ ବର୍ଷୀୟ ଖାନ୍‌ଙ୍କୁ କେରଳ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି । ପି. ସଦାଶିବମଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି ମିଳିଛି । ତିନ୍‌ ତଲାକର ସେ ଦୃଢ଼ ବିରୋଧୀ ହୋଇଥିବା ବେଳେ ଦେଶରେ ପ୍ରଚଳିତ ମୁସଲିମ ଆଇନରେ ସଂସ୍କାର ଆଣିବାକୁ ବହୁଦିନରୁ ଦାବି କରିଆସୁଛନ୍ତି । ୧୯୮୫ରେ ମୁସଲିମ ନେତାଙ୍କ ଚାପରେ ଶାହା ବାନୋ ମାମଲାରେ ସୁପ୍ରିମକୋର୍ଟଙ୍କ ଆଦେଶକୁ ରଦ୍ଦ କରିବା ଲାଗି ରାଜୀବ ସରକାର ଆଣିଥିବା ଆଇନକୁ ସେ ଦୃଢ଼ ବିରୋଧ କରି ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିଲେ । ପରବର୍ତ୍ତୀ ସମୟରେ ସେ ବିଜେପିରେ ଯୋଗଦେଇଥିଲେ ମଧ୍ୟ ୨୦୦୭ ପରଠାରୁ ସକ୍ରିୟ ରାଜନୀତିରୁ ଦୂରେଇ ରହିଥିଲେ ।

ନିକଟରେ କେନ୍ଦ୍ର ସରକାର ତିନ୍‌ ତଲାକକୁ ନିଷଦ୍ଧି କରିବା ଲାଗି ଆଣିଥିବା ଆଇନକୁ ଖାନ୍‌ ସ୍ୱାଗତ କରିବା ସହିତ ଏହାକୁ ଦୃଢ଼ ସମର୍ଥନ ମଧ୍ୟ ଜଣାଇଥିଲେ । ସେହିଭଳି ୭୭ ବର୍ଷୀୟ କୋଶିୟାରୀଙ୍କୁ ମହାରାଷ୍ଟ୍ର ରାଜ୍ୟପାଳ କରାଯାଇଛି । ବିଦ୍ୟାସାଗର ରାଓଙ୍କ ସ୍ଥାନରେ ତାଙ୍କୁ ଏହି ନିଯୁକ୍ତି ମିଳିଛି । ୫୮ ବର୍ଷୀୟ ସୌନ୍ଦରରାଜନଙ୍କୁ ଇଏସ୍‌ଏଲ୍‌ ନରସିହ୍ମନଙ୍କ ସ୍ଥାନରେ ତେଲଙ୍ଗାନା ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ନିକଟରେ ହିମାଚଳ ପ୍ରଦେଶ ରାଜ୍ୟପାଳ ନିଯୁକ୍ତ ହୋଇଥିବା ୭୮ ବର୍ଷୀୟ କଲରାଜଙ୍କୁ ରାଜସ୍ଥାନକୁ ବଦଳି କରାଯାଇଛି । ସେଠାରେ ରାଜ୍ୟପାଳ ଥିବା କଲ୍ୟାଣ ସିଂହ ତାଙ୍କର ପୁରା ୫ ବର୍ଷ କାର୍ଯ୍ୟକାଳ ପୂରଣ କରିଛନ୍ତି ।

ତେଣୁ କଲରାଜଙ୍କ ସ୍ଥାନରେ ୭୨ ବର୍ଷୀୟ ଦତ୍ତାତ୍ରେୟଙ୍କୁ ହିମାଚଳ ପ୍ରଦେଶ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି । ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ସେମାନଙ୍କ ନିଯୁକ୍ତି କାର୍ଯ୍ୟକାରୀ ହେବ ବୋଲି ରାଷ୍ଟ୍ରପତି ଭବନ ପକ୍ଷରୁ କୁହାଯାଇଛି ।

ସମ୍ବନ୍ଧିତ ଖବର