PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ଼: ପୁଲିସ ପଞ୍ଝାରେ ଆନ୍ତରାଜ୍ୟ ଡକାୟତି ଗ୍ୟାଙ୍ଗ, ଧରିଲା ବୀରମିତ୍ରପୁର ପୋଲିସ
  • ||
  • ବୌଦ୍ଧ: ବିଦ୍ୟୁତ ଆଘାତରେ ଟଳିପଡିଲେ ଯୁବକ, କଣ୍ଟାମାଳ ବ୍ଲକ ତେନ୍ତୁଳୀଖୁଣ୍ତି ଗ୍ରାମରୁ ଆସିଲା ଦୁଃଖଦ ଖବର
  • ||
  • ବୁର୍ଲା: ରୋଗୀ ସମ୍ପର୍କୀୟଙ୍କୁ ବାରମ୍ବାର ଲୁଟ କରୁଥିବା ୪ ଜଣିଆଁ ଡ଼କାୟତ ଗ୍ୟାଙ୍ଗକୁ ଗିରଫ କଲା ବୁର୍ଲା ପୁଲିସ…
  • ||
  • ରାଜନଗର: ଅଗଷ୍ଟ ୫ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା, ରାତ୍ରୀଯାପନ ପାଇଁ ମିଳିବନି ଅନୁମତି…
  • ||
  • ସହିଦ ସପ୍ତାହରେ ମାଲକାନଗିରି ଜିଲ୍ଲା ସୀମାନ୍ତରେ ଗୁଳିବିନିମୟ ଜଣେ ହାର୍ଡକୋର ମାଓବାଦୀ ମୃତ
  • ||
  • ମାଲକାନଗିରି: ସହିଦ ସପ୍ତାହରେ ମାଲକାନଗିରି ଜିଲ୍ଲା ସୀମାନ୍ତରେ ମାଓ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ, ଜଣେ ହାର୍ଡକୋର ମାଓବାଦୀ ନିହତ
  • ||
  • ବଲାଙ୍ଗୀର: ଆତ୍ମସମର୍ପଣ କଲା କେକେବିଏନ ଡିଭିଜନର କ୍ୟାଡରର ମାଓବାଦୀ
  • ||
  • ବ୍ରହ୍ମପୁର: ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ ଉଦଘାଟିତ, ଦାୟିତ୍ୱ ନେଲେ ଭାରପ୍ରାପ୍ତ କୁଳପତି
  • ||
  • ଭୁବନେଶ୍ୱର: କେନ୍ଦ୍ରାପଡ଼ାର ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ଦାବି, କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଭେଟି ଦାବି କଲେ ମୁନ୍ନା ଖାଁ, ସୁବାସ ସିଂ, ମମତା ମହନ୍ତ
  • ||
  • ଭୁବନେଶ୍ୱର: ଥମୁନି କରୋନ ମୃତ୍ୟୁ, ଆଉ ୬୪ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ଯଶିପୁର ନିକଟସ୍ଥ ବଡ଼ବିଲ କୁଆବଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗାଡି ଚକତଳେ ଚାପିହୋଇ ଯୁବକଙ୍କ ମୃତ୍ୟୁ…
  • ||
  • ପୁରୀ: ହଟିବ ଜଗା ଦର୍ଶନ କଟକଣା ! ଅଗଷ୍ଟ ୪ରେ ଶ୍ରୀମନ୍ଦିର ସମନ୍ୱୟ କମିଟି ବୈଠକ
  • ||
  • ଭୁବନେଶ୍ୱର: ଓଡ଼ିଶା ସହ ୧୦ ରାଜ୍ୟ ବଢ଼ାଉଛି ଚିନ୍ତା, ୪୬ ଜିଲ୍ଲାରେ ୧୦%ରୁ ଅଧିକ ଟିପିଆର
  • ||
  • ଭୁବନେଶ୍ୱର: ଓଡ଼ିଶାରେ କୁମିଛି ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୩୭ କୋଭିଡ୍ ପଜିଟିଭ
  • ||

ବିମାନ ଅପହରଣ ଧମକ, ସବୁ ଏୟାରପୋର୍ଟରେ ସୁରକ୍ଷା ବଢ଼ିଲା

source:www.elitetraveler.com

ମୁମ୍ବାଇ,୨୩ ।୨(ଏଜେନ୍ସି): ଏକ ଭାରତୀୟ ଏୟାରଲାଇନ୍ସର ବିମାନକୁ ଅପହରଣ କରାଯିବ ବୋଲି ଧମକ ଦିଆଯିବା ପରେ ଦେଶର ସମସ୍ତ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି ।
ରିପୋର୍ଟ ଅନୁଯାୟୀ, ଶୁକ୍ରବାର ମୁମ୍ବାଇ ସ୍ଥିତ ଏୟାର ଇଣ୍ଡିଆର ଅପରେସନ କଣ୍ଟ୍ରୋଲ ରୁମ୍‌କୁ ଜଣେ କେହି ଫୋନ କରି କହିଥିଲା ଯେ ଖୁବଶୀଘ୍ର ଇଣ୍ଡିଆନ ଏୟାରଲାଇନ୍ସର ଏକ ବିମାନକୁ ଅପହରଣ କରି ପାକିସ୍ତାନ ନିଆଯିବ । ଏହା ପରେ ବିମାନବନ୍ଦରର ସୁରକ୍ଷା ଦାୟିତ୍ୱରେ ଥିବା କେନ୍ଦ୍ରୀୟ ଔଦ୍ୟୋଗିକ ସୁରକ୍ଷା ବଳ(ସିଆଇଏସଏଫ) ଅଧିକ ସତର୍କତା ଅବଲମ୍ବନ କରିବାକୁ ନିଷ୍ପତ୍ତି ନେଇଛି । ପୁଲୱାମା ବିସ୍ଫୋରଣ ପରେ ବିମାନବନ୍ଦରଗୁଡିକରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଥିଲା । ଏବେ ଧମକ ମିଳିବା ପରେ ଏହାକୁ ଆହୁରି କଡ଼ାକଡ଼ି କରାଯିବ ।
ଧମକ ପରିପ୍ରେକ୍ଷୀରେ ବେସାମରିକ ବିମାନ ଚଳାଚଳ ସୁରକ୍ଷା ନିର୍ଦ୍ଦେଶାଳୟ ଶନିବାର କିଛି ଦିଶାନିର୍ଦ୍ଦେଶ ଜାରି କରିଛି । ଏଥିରେ ବିମାନବନ୍ଦର ଭିତରକୁ ପ୍ରବେଶ କରୁଥିବା ଯାତ୍ରୀ, କର୍ମଚାରୀ, ବ୍ୟାଗେଜ୍‌, କ୍ୟାଟରିଂ ସାମଗ୍ରୀଗୁଡିକର ଭଲ ଭାବେ ଏବଂ ଘନ ଘନ ଯାଞ୍ଚ କରିବା, ପାର୍କିଂ ସ୍ଥଳରେ ରଖାଯାଉଥିବା ଗାଡ଼ି, ବିମାନବନ୍ଦରର ପ୍ରବେଶ ଦ୍ୱାର ନିକଟରେ ଆକସ୍ମିକ ଚେକିଂ କରିବା ସହିତ ଟର୍ମିନାଲ ଏବଂ ବିମାନର ଅପରେସନ ସ୍ଥଳକୁ ପ୍ରବେଶ କରିବାକୁ ହେଲେ କଡ଼ା ଯାଞ୍ଚ କରିବାକୁ କୁହାଯାଇଛି ।