PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାଲକାନଗିରି ଜିଲ୍ଲାପାଳଙ୍କ ନାମରେ ଟେଣ୍ଡର ଫିକସିଙ୍ଗ ଓ ଗ୍ରାନାଇଟ ପଥର ଖଣିଲିଜରେ ଦୁର୍ନୀତିର ଅଭିଯୋଗ ଆଣିଲେ ପୁର୍ବତନ ସାଂସଦ ତଥା ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ
  • ||
  • କଟକ: ଦୁଷ୍କର୍ମ ମାମଲ, ୧୪ ବର୍ଷ ପରେ ଆଜୀବନ କାରାଦଣ୍ଡ ଆସାମୀ ନିର୍ଦୋଷରେ ଖଲାସ
  • ||
  • ବଲାଙ୍ଗୀର: ମୂଲ୍ୟବାନ ଖଇର ଗଣ୍ଡି ଓ ଗାଡି ଜବତ କଲା ବନ ବିଭାଗ, ଡ୍ରାଇଭର ଫେରାର
  • ||
  • କୋରାପୁଟ: ବାଇକ୍ ଚୋର ଗ୍ୟାଙ୍ଗକୁ ଧରିବା ସଫଳ ହେଲା କୋରାପୁଟ ଟାଉନ ଥାନା ପୋଲିସ, ୧୫ ବାଇକ୍‌ ଉଦ୍ଧାର, ୩ ଚୋର ଗିରଫ
  • ||
  • ଜଗତସିଂହପୁର: ଅଲିପିଙ୍ଗଳ ବାଲିଘାଟରେ ପୁଣି ଚଢ଼ଉ କଲେ ତହସିଲଦାର , ୭ରୁ ଅଧିକ ହାଇଓ୍ବା ଜବତ, ମାଲିକ ମହଲରୁ ତେଜୁଛି ଅସନ୍ତୋଷ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ଆଉ ୩୮ ଜଣଙ୍କ ଜୀବନ ନେଲା କରୋନା
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯୫୭ କରୋନା ପଜିଟିଭ୍
  • ||
  • ପୁରୀ : ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୧୪୪ ଧାରା, ୨୩ ତାରିଖ ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ଯାଏଁ କଟକଣା
  • ||
  • ପୁରୀ : ଏବର୍ଷ ୩ ଦିନ ନବଯୌବନ ଦର୍ଶନ, ଆଜି ଶ୍ରୀମନ୍ଦିରରେ ଦଇତାପତି ସେବାୟତଙ୍କ ପ୍ରବେଶ, ୨୩ରେ ସେନାପଟା ଲାଗି ନୀତି
  • ||
  • ଭୁବନେଶ୍ୱର : ଓଡ଼ିଶାର ୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା, ଆଜି ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
  • ||

ବନ୍ୟାପ୍ରଭାବିତ ଅଂଚଳ ବୁଲି ଦେଖିଲେ ଢେଙ୍କାନାଳ ଜିଲ୍ଲାପାଳ ଓ ଉପଜିଲ୍ଲାପାଳ

ଢେଙ୍କାନାଳ: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ବ୍ରାହ୍ମଣୀ ନଦୀ ରେ ବନ୍ୟା ଆସିଛି । ବ୍ରାହ୍ମଣୀର ଏହି ବନ୍ୟା ଜଳ ଢେଙ୍କାନାଳ ଜିଲ୍ଲାର ଗଁନ୍ଦିଆ ବ୍ଲକ ବିଶେଷ ଭାବେ ପ୍ରଭାବିତ ହୋଇଛି । ଏପରିକି ଗଁନ୍ଦିଆ ବ୍ଲକ ର ଦିଗାମ୍ବରପୁର ପଂଚାୟତର ପର୍ବତକଣି  ଗ୍ରାମ ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଛିନ୍ନ ହୋଇଯାଇଛି ।

 ଏହି ଗାଁର ଚାରିପଟେ ପ୍ରାୟ ଦୁଇ କିଲୋମିଟର ବନ୍ୟପାଣି ଘେରି ରହିଛି । ଫଳରେ ଏହି ଗାଁର ପ୍ରାୟ ୫୦ଟି ପରିବାର ବନ୍ୟା ପାଣିରେ ଜଳବନ୍ଦୀ ହୋଇ ରହିଛନ୍ତି । ଆଜି ଢେଙ୍କାନାଳ ଜିଲ୍ଲାପାଳ ଭୁମେଶ ଚନ୍ଦ୍ର ବେହେରା, ଉପଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ସ୍ବତନ୍ତ ବୋଟ ଯୋଗେ ଏହି ଗ୍ରାମକୁ ଯାଇଥିଲେ ।

 ଗ୍ରାମବାସୀଙ୍କ ଏପରି ସମସ୍ୟାର ସ୍ଥାୟୀ ପ୍ରତିକାର ଓ ରାସ୍ତାଘାତ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ । ଏହି ଅବସରରେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଓ ଉପ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ଏହି ବନ୍ୟାବିପନ୍ନ ଗ୍ରାମବାସୀଙ୍କୁ ସୁଖିଲା ଖାଦ୍ୟ ବଣ୍ଟନ କରିଥିଲେ । ଏହା ସହ ରାନ୍ଧଖାଦ୍ୟର ବ୍ୟବସ୍ଥା କରିବାକୁ ସ୍ଥାନୀୟ ଗଁନ୍ଦିଆ ବିଡ଼ିଓଙ୍କୁ ନିର୍ଦେଶ ଦେଇଥିବା ଜିଲ୍ଲାପାଳ ପ୍ରକାଶ କରିଛନ୍ତି ।