PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଓଡ଼ିଶା ଅନଲକ୍‌ ହେବା ନେଇ ସୋସିଆଲ ମିଡିଆରେ ପ୍ରଚାର ହେଉଛି ଗୁଜବ, ସ୍ପଷ୍ଟୀକରଣ ଦେଲେ SRC- ଏଭଳି ମାର୍ଗଦର୍ଶିକା ଜାରି ହୋଇନି
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୩୩୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୬ ହଜାର ପାର୍
  • ||
  • ଭୁବନେଶ୍ୱର : ଗଣପର୍ବ ରଜ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ନୂଆଦିଲ୍ଲୀ : ଆଜିଠାରୁ ରାଜଧାନୀରେ ଖୋଲିବ ମଲ୍, ବଜାର ଏବଂ ଦୋକାନ, ୫୦ ପ୍ରତିଶତ କ୍ଷମତାରେ ଚାଲିବ ମେଟ୍ରୋ
  • ||
  • ନୂଆଦିଲ୍ଲୀ : ଇସ୍ରାଇଲରେ ନେତ୍‌ନ୍ୟାହୁଙ୍କ ଯୁଗ ଶେଷ, ନଫତାଲୀ ବେନେଟ୍ ହେଲେ ନୂଆ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ରଜ ପାଇଁ ଓଟିଡିସି ଆରମ୍ଭ କଲା ‘ପିଠା ଅନ୍‌ ହ୍ୱିଲ୍‌’, ଭୁବନେଶ୍ୱର ସହ ସମ୍ବଲପୁର ଓ କଟକରେ ମିଳିବ ପିଠା
  • ||
  • ବଅଁରପାଳ : ସୁନାର ସଂସାରକୁ ଛାରଖାର କରିଦେଲା କରୋନା, ଆଗପଛ ହୋଇ ଚାଲିଗଲେ ପୁଅ-ବୋହୂ ଓ ମା, ଅନାଥ ହୋଇଗଲା ୧୪ ମାସର ଶିଶୁପୁତ୍ର
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ କନ୍ୟା ଚୋରି ନୀତି
  • ||
  • ଭୁବନେଶ୍ୱର : ଆଜି ପହିଲି ରଜ, ଗାଁଠାରୁ ସହର ସବୁଠି ଜମୁଛି ପିଠାପଣାର ଆସର
  • ||
  • ଭୁବନେଶ୍ୱର : ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ଆହୁରି ଦୁଇଦିନ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା, ୧୫ ପର୍ଯ୍ୟନ୍ତ ଧୀବରଙ୍କୁ ସମୁଦ୍ର ମନା
  • ||

ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ଗୌରଙ୍କ ପରଲୋକ

ଭୋପାଳ ୨୧।୮ : ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ଗୌରଙ୍କର ପରଲୋକ ହୋଇଛି । ଆଜି ସକାଳ ସାଢେ ୭ଟା ସମୟରେ ନର୍ମଦା ହସ୍ପିଟାଲରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ବାବୁଲାଲ ଗୌର ଅସୁସ୍ଥ ଥିବାରୁ ଗତ କିଛି ଦିନ ହେବ ତାଙ୍କୁ ଭେଣ୍ଟିଲେଟର ସପୋର୍ଟ ସିଷ୍ଟମରେ ରଖା ଯାଇଥିଲା । ତେବେ ଗତକାଲି ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡି ଯାଇଥିଲା ।

ଏନେଇ ଡଃ ରାଜେଶ ଶର୍ମା କହିଛନ୍ତି କି, ଗୌରଙ୍କ କିଡନୀ ସମ୍ପୂର୍ଣ୍ଣ ଭାବରେ କାମ କରୁ ନଥିଲା । ଏହାପରେ ତାଙ୍କର ମଲଟି ଅର୍ଗାନ ଫେଲ ହେବାର ସ୍ଥିତି ଉପୁଜିଥିଲା । ଗୌର ରାଜନୀତିରେ ଜଣେ ଦକ୍ଷ ରାଜନେତା ଥିଲେ। ତାଙ୍କର ଦେହାନ୍ତରେ ମଧ୍ୟପ୍ରଦେଶର ରାଜନୀତିରେ ଏକ ଗଭୀର ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ସମ୍ପୂର୍ଣ୍ଣ ରାଜ୍ୟରେ ଶୋକର ଛାୟା ଖେଳି ଯାଇଛି ।