PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କନ୍ଧମାଳ- ଗୋଚ୍ଛାପଡା ପୁଲିସ ଦ୍ବାରା ୧୦୭ କିଲୋ ଗଞ୍ଜେଇ ଜବତ । ଜାମସେଦପୁର ଅଞ୍ଚଳର ଦୁଇ ଗିରଫ ।
  • ||
  • ଗଞ୍ଜାମ- କୁକୁଡାଖଣ୍ଡି ବ୍ଲକ କାଳୁଆ ଛକରେ ୭ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ଅବକାରୀ।
  • ||
  • ଭୁବନେଶ୍ଵର : ବିଭିନ୍ନ ରାଜ୍ୟରେ ଡାକ୍ତରମାନଙ୍କୁ ଆକ୍ରମଣ, ଆସନ୍ତା ୧୮ ତାରିଖକୁ ଜାତୀୟ ପ୍ରତିବାଦ ଦିବସ ଭାବେ ପାଳିବ ଭାରତୀୟ ଚିକିତ୍ସକ ସଂଘ
  • ||
  • ବଲାଙ୍ଗୀର : ସଦର ଏସଡିପିଓଙ୍କ ପ୍ରେସମିଟ, ୨୨ ବାଇକ, ୨ ପିକଅପ ଜବତ, ୭ ଗିରଫ
  • ||
  • ମାଲକାନାଗିରି : ମାଲକାନଗିରି-ଆନ୍ଧ୍ର ସୀମାରେ ନକ୍ସଲ ଓ ପୋଲିସ ମୁହାଁମୁହିଁ, ଏନକାଣ୍ଟରରେ ୬ ହାଡକୋର ମାଓବାଦୀ ନିହତ
  • ||
  • ପାରାଦୀପ : ଜିଏସଟି ଫାଙ୍କୁଥିବା ଅଭିଯୋଗରେ ସ୍କାର୍ପ ବୋଝେଇ ଟ୍ରକ ଅଟକ, ବାଣିଜ୍ୟ କର ବିଭାଗ ଦ୍ଵାରା ଅଟକ
  • ||
  • ଅନୁଗୁଳ : ରେଙ୍ଗାଲି ବିରାଜ ଷ୍ଟିଲ ସାମ୍ନାରେ ଟ୍ରକ୍ ସହ ଧକ୍କା ହୋଇ କାର୍ ଚୂରମାର, ଘଟଣାସ୍ଥଳରେ ଜଣେ ମ୍ରୁତ, ଜଣେ ଗୁରୁତର
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଉତ୍ତରାମୁଖୀ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ, ଛୁରୀ ମାଡ଼ରେ ଜଣେ ମୃତ ଓ ଦୁଇଜଣ ଆହତ, ସମସ୍ତେ ଏମକେସିଜିରେ ଭର୍ତ୍ତି
  • ||
  • ଭୁବନେଶ୍ଵର : ଆଉ ଅଳ୍ପ ଦିନ ମଧ୍ୟରେ ସଂକ୍ରମଣ ସମ୍ପୂର୍ଣ୍ଣ କମିଯିବ, ‘ଅନଲକ୍’ ହେଲେବି ଲୋକଙ୍କୁ ନିୟମ କଡାକଡି ପାଳନ କରିବାକୁ ପଡିବ- ଡିଏମଇଟି
  • ||
  • ବାଲିପାଟଣା : ଧାନ ବ୍ୟବସାୟୀଙ୍କୁ ବୋମା ମାଡ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଢେଙ୍କାନାଳ : ବିବାହ କରିବାକୁ ମନା କରିଦେଲେ ପ୍ରେମିକା, ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କଲା ବିଫଳ ପ୍ରେମିକ
  • ||
  • ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଥାନା କୁଲାବେଡା ଜଙ୍ଗଲରେ ମାଓବାଦୀ-ଯବାନଙ୍କ ମଧ୍ୟରେ ଗୁଳି ବିନିମୟ
  • ||
  • ଭୁବନେଶ୍ୱର : ଓଡ଼ିଶାରୁ ଆଉ ୪୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୪୩୨କୁ ବୃଦ୍ଧି
  • ||
  • ଚୌଦ୍ଵାର: ଟ୍ରଲରକୁ ପିଟିଲା ପିକଅପ୍ ଭ୍ୟାନ୍, ୨ ମୃତ ଜଣେ ଗୁରୁତର
  • ||
  • କରଞ୍ଜିଆ : ସୋଲାର ଚୋରଙ୍କୁ ଧରିଲା ପୋଲିସ, ଖତ ଗଡ଼ିଆରେ ପୋତି ଲୁଚାଇ ରଖିଥିଲେ ସୋଲାର ପ୍ୟାନେଲ ଓ ବ୍ୟାଟେରୀ
  • ||
  • ଭୁବନେଶ୍ୱର : ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୩୫୩୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ଜମ୍ମୁ-କାଶ୍ମୀର ପ୍ରସଙ୍ଗରେ ଭାରତକୁ ଫ୍ରାନ୍ସର ସମର୍ଥନ

ନୂଆଦିଲ୍ଲୀ/ପ୍ୟାରିସ୍‌ ୨୨/୮ : ଜମ୍ମୁ-କାଶ୍ମୀର ପ୍ରସଙ୍ଗରେ ଫ୍ରାନ୍ସ ଭାରତର ଆଭିମୁଖ୍ୟକୁ ସମର୍ଥନ କରିଛି । ଫ୍ରାନ୍ସ କହିଛି କି ଏହା ହେଉଛି ଭାରତ ଓ ପାକିସ୍ତାନ ମଧ୍ୟରେ ଏକ ଦ୍ୱିପାକ୍ଷିକ ପ୍ରସଙ୍ଗ । ତେଣୁ ଦୁଇ ଦେଶ ପରସ୍ପର ସହ ଆଲୋଚନା ମାଧ୍ୟମରେ ଏହି ବିବାଦର ସମାଧାନ କରିବା ଉଚିତ୍‌ । ପାକିସ୍ତାନର ବିଦେଶ ମନ୍ତ୍ରୀ ଶାହ ମେହମ୍ମୁଦ କ୍ୟୁରେସୀ କାଶ୍ମୀର ପ୍ରସଙ୍ଗରେ ଅବଗତ କରାଇବା ପାଇଁ ଫ୍ରାନ୍ସର ବିଦେଶ ମନ୍ତ୍ରୀ ଜିନ୍‌ ଭେସ୍‌ ଲି ଡ୍ରିଆନଙ୍କୁ ଫୋନ କରିଥିଲାବେଳେ ସେ ଏହି କଥା ପ୍ରକାଶ କରିଛନ୍ତି ।

ଫ୍ରାନ୍ସ ଦୁଇ ଦେଶଙ୍କୁ ନିବେଦନ କରିଛି କି ସେମାନେ ଏଇ ଅଞ୍ଚଳରେ ଉତ୍ତେଜନା ବୃଦ୍ଧିକାରୀ ପଦକ୍ଷେପ ନେବାରୁ ନିବୃତ୍ତ ହୁଅନ୍ତୁ । କିଛି ଦିନ ତଳେ ଜାତିସଂଘ ସୁରକ୍ଷା ପରିଷଦରେ କାଶ୍ମୀର ପ୍ରସଙ୍ଗରେ ଅନୌପଚାରିକ ଆଲୋଚନା ସମୟରେ ବି ଫ୍ରାନ୍ସ ଭାରତର ଜୋରଦାର ସମର୍ଥନ କରିଥିଲା । ଆଉ ଏକ ଘଟଣାକ୍ରମରେ, ବାଂଲାଦେଶ ମଧ୍ୟ କାଶ୍ମୀର ପ୍ରସଙ୍ଗରେ ଭାରତର ମତକୁ ସମର୍ଥନ କରିଛି ।

ବାଂଲାଦେଶ କହିଛି କି ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ହଟାଯିବା ଭାରତର ଆଭ୍ୟନ୍ତରୀଣ ମାମଲା ଅଟେ । ଏହା ପୂର୍ବରୁ ଶ୍ରୀଲଙ୍କା, ନେପାଳ ଓ ଭୁଟାନ ଭଳି ଦେଶ ବି ଏହାକୁ ଭାରତର ଆଭ୍ୟନ୍ତରୀଣ ମାମଲା ବୋଲି ମତ ଦେଇଥିଲେ ।

ସମ୍ବନ୍ଧିତ ଖବର