PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ଓଡ଼ିଶାରେ ପ୍ରଥମଥର ପାଇଁ ନିଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ

ଭୁବନେଶ୍ୱର ୨/୬: କୋଭିଡ୍ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ମାଇଲ୍ ପ୍ଲିଜ୍, ସ୍ପର୍ଶ ହସ୍ପିଟାଲ ଏବଂ ଦ ଓଡିଶା ସୋସାଇଟ୍ ଅଫ ଦ ଆମେରିକା ହେଲ୍ଦ ଏଣ୍ଡ ୱଲନେସ୍ ଗ୍ରୁପ୍ ଅମୃତ ଧାରା ନାମପେ ଏକ ନିଶୁଳ୍କ ଅମ୍ଳଜାନ ଆଶ୍ରୟ ସ୍ଥଳୀ ଭଳି ଏକ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି । ଆଜି ଏହାର ଉନ୍ମୋଚନ ଅବସରରେ ସୁଶାନ୍ତ କୁମାର ରାଉତ, ବିଧାୟକ ଭୁବନେଶ୍ୱର-ଉତ୍ତର, ଡା. ପ୍ରିୟବ୍ରତ ଧିର, ସ୍ପର୍ଶ ହସ୍ପିଟାଲ ମୁଖ୍ୟ ପରିଚାଳକ, ଅଭିନେତା ତଥା ସମାଜସେବୀ ସବ୍ୟସାଚୀ ମିଶ୍ର, ଡା. ଅବିନାଶ ସାମଲ ଏମ୍ପ୍ରିଓ ଗ୍ରୁପର ମୁଖ୍ୟ, ଡା ଅମ୍ରିତ ପାଟ୍ଟଯୋଶୀ, ପ୍ରଫେସର ହାଇଟେକ୍ ମେଡିକାଲ, ପ୍ରଭିନ୍ ଅଗ୍ରୱାଲ, ସମାଜସେବୀ ଏବଂ ଯୋନାଲ ଡେପୁଟି କମିଶନର ପୁରନ୍ଦର ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରଥମ ଥର ପାଇଁ ବିଏମସି ଅନୁମୋଦନରେ ଓଡିଶାରେ ଏଭଳି ଏକ ନିଶୁଳ୍କ ଅକ୍ସିଜେନ୍ ସେଲଟର ପଟିଆ ବିଗବଜାର ସ୍ଥିତ Trishna Banquet ଠାରେ ଆରମ୍ଭ କରାଯାଇଛି ।

ଅକ୍ସିଜେନ୍ ଆବଶ୍ୟକତା ଥିବା କୋଭିଡ୍ ରୋଗୀଙ୍କୁ ଏକ ଅନୁମୋଦିତ କୋଭିଡ୍ ହସ୍ପିଟାଲରେ ବେଡ୍ ମିଳିବା ପର୍ଯ୍ୟନ୍ତ ଏହି ଆଶ୍ରୟସ୍ଥଳରେ ଅମ୍ଳଜାନ ଯୋଗାଇଦେଇ ତାଙ୍କୁ ହାଇପୋକ୍ସିୟାରୁ ବଞ୍ଚା ଯାଇପାରିବ ।  ଏହା କୋଭିଡ୍ ଜନିତ ଚିକିତ୍ସା କେନ୍ଦ୍ର ନହେଲେ ମଧ୍ୟ ଡାକ୍ତର ଏବଂ ନର୍ସଙ୍କ ଉପସ୍ଥିତି ଓ ପରାମର୍ଶରେ ଏକରୁ ଦୁଇ ଘଣ୍ଟା ଯାଏ ରୋଗୀଙ୍କୁ ଅମ୍ଲଦାନ ଦିଆଯିବ । ଏହି ଆଶ୍ରୟ ସ୍ଥଳରେ ଅମ୍ଲଜାନ ସହ ଖାଦ୍ୟ, ଆବଶ୍ୟକ ସ୍ଥଳେ ସାଇକୋଲୋଜିକାଲ୍ ପରାମର୍ଶ ଏବଂ ହସ୍ପିଟାଲ ସ୍ଥାନାନ୍ତର ପାଇଁ ଜୀବନ ଜ୍ୟେତି ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ । ଆଗାମୀ ଦିନରେ ପୋଷ୍ଟ କୋଭିଡ୍ ସେଣ୍ଟର ଭାବରେ ଏହା ପ୍ରଶଂସନୀୟ ହେବ ବୋଲି ଆଶା ପ୍ରକାଶ କରାଯାଉଛି ।

ଏହି ସେଣ୍ଟର ସହ ଯୋଗାଯୋଗ କରିବା ପାଇଁ ଦୁଇଟି ନମ୍ବର ୭୮୯୪୪୩୩୮୨୯ ଓ ୮୦୯୩୮୨୨୩୨୨ ଜାରି ହୋଇଛି । ଏହି କେନ୍ଦ୍ର ମାଧ୍ୟମରେ ଅନେକ ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ଅଭିନେତା ସବ୍ୟସାଚୀ OSA-HWG, ସ୍ପର୍ଶ ହସ୍ପିଟାଲର କର୍ତ୍ତୃପକ୍ଷ ଓ ବିଏମସିକୁ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି ।