PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ମେଟ୍ରୋରେ ମହିଳାଙ୍କୁ ମାଗଣା ଯାତ୍ରା ପ୍ରସ୍ତାବ: ଦିଲ୍ଲୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ସମାଲୋଚନା

ନୂଆଦିଲ୍ଲୀ ୭/୯ : ଦିଲ୍ଲୀରେ ମେଟ୍ରୋ ଟ୍ରେନରେ ମହିଳା ଯାତ୍ରୀଙ୍କୁ ମାଗଣା ଯାତ୍ରା ସେବା ଯୋଗାଇବା ଲାଗି ଆମ୍‌ ଆଦମୀ ପାର୍ଟି (ଆପ୍‌) ସରକାରଙ୍କ ପ୍ରସ୍ତାବକୁ ସୁପ୍ରିମକୋର୍ଟ ସମାଲୋଚନା କରିଛନ୍ତି । ଏଥିସହ ଏହାର ଆର୍ଥିକ ପ୍ରଭାବ ଉପରେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି । ଏଭଳି ମାଗଣା ସେବା ଦ୍ୱାରା ଦିଲ୍ଲୀ ମେଟ୍ରୋ ରେଲ କର୍ପୋରେସନ (ଡିଏମ୍‌ଆରସି)କୁ ବିପୁଳ ଆର୍ଥିକ କ୍ଷତି ସହିବାକୁ ପଡିବ । ତେଣୁ ସାଧାରଣ ଲୋକଙ୍କ ଟଙ୍କା ଖର୍ଚ୍ଚ କରିବା ସମୟରେ ସରକାର ଭଲ ଭାବେ ଚିନ୍ତା କରିବା ଦରକାର ବୋଲି କୋର୍ଟ କହିଛନ୍ତି ।

ଦିଲ୍ଲୀ ସରକାରଙ୍କ ଏଭଳି ପ୍ରସ୍ତାବ ବିରୋଧରେ ଏମ୍‌.ସି ମେହଟ୍ଟା ନାମକ ଜଣେ ଆବେଦନକାରୀ ଦାଖଲ କରିଥିବା ପିଟିସନ ଉପରେ ଶୁଣାଣି ବେଳେ ବିଚାରପତି ଅରୁଣ ମିଶ୍ର ଓ ଦୀପକ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମତପୋଷଣ କରିଛନ୍ତି । ଗତ ଜୁନ ୩ ତାରିଖରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ମେଟ୍ରୋରେ ମହିଳାଙ୍କୁ ମାଗଣା ଯାତ୍ରା ସେବା ଯୋଗାଇଦେବା ଲାଗି ଘୋଷଣା କରିଥିଲେ । ମହିଳାଙ୍କ ନିରାପତ୍ତା ଦୃଷ୍ଟିରୁ ଏଭଳି ପଦକ୍ଷେପ ନିଆଯାଉଥିବା ସେ କହିଥିଲେ । ସେହିଭଳି ସ୍ୱାଧୀନତା ଦିବସ ସମାରୋହରେ ଉଦ୍‌ବୋଧନ ଦେଇ ସେ ଡିଟିସି ବସ୍‌ ଓ କ୍ଲଷ୍ଟର ବସ୍‌ରେ ମଧ୍ୟ ମହିଳା ଯାତ୍ରୀଙ୍କୁ ମାଗଣା ସେବା ଯୋଗାଇ ଦିଆଯିବ ବିଷୟ ଘୋଷଣା କରିଥିଲେ । ଆସନ୍ତା ଅକ୍ଟୋବର ୨୯ ତାରିଖରୁ ଏହା କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

ମହିଳା ଯାତ୍ରୀ ମାଗଣା ଯାତ୍ରା କରିବା ପାଇଁ ଦିଲ୍ଲୀ ସରକାର ଆବଶ୍ୟକ ସବ୍‌ସିଡି ଅର୍ଥ ପ୍ରଦାନ କରିବେ ବୋଲି ମଧ୍ୟ ସେ କହିଥିଲେ । ତାଙ୍କର ଏଭଳି ଯୋଜନାକୁ କେନ୍ଦ୍ର ସରକାର ସହଯୋଗ କରୁନଥିବାରୁ କେଜ୍‌ରିୱାଲ ତାହାର କଡା ସମାଲୋଚନା କରିଥିଲେ । ଅନ୍ୟପକ୍ଷରେ ଆସନ୍ତା ୨୦୨୦ ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆପ୍‌ ସରକାର ଏଭଳି ପଦକ୍ଷେପ ନେଉଥିବା ଦର୍ଶାଇ ବିଜେପି ଏଭଳି ପ୍ରସ୍ତାବର କଡା ସମାଲୋଚନା କରିଥିଲା । ଜୁଲାଇ ୨୭ରେ ଦିଲ୍ଲୀ ସରକାରଙ୍କ ଏହି ପ୍ରସ୍ତାବକୁ କେନ୍ଦ୍ର ସରକାର ପ୍ରତ୍ୟାଖ୍ୟାନ କରିଥିଲେ । ଅନ୍ୟପକ୍ଷରେ ଆଜି ସୁପ୍ରିମକୋର୍ଟ ୧୦୩.୯୪ କି.ମି. ଚତୁର୍ଥ ପର୍ଯ୍ୟାୟ ମେଟ୍ରୋ ଲାଇନ ପ୍ରକଳ୍ପ କାର୍ଯ୍ୟକାରୀ କରିବା ଲାଗି ଉଭୟ କେନ୍ଦ୍ର ଓ ଦିଲ୍ଲୀ ସରକାର ୫୦ ପ୍ରତିଶତ ହାରରେ ଅର୍ଥ ବହନ କରିବେ ବୋଲି କହିଛନ୍ତି ।

ସମ୍ବନ୍ଧିତ ଖବର