PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କ୍ରୁଜ୍ ଡ୍ରଗ୍ସ ପାର୍ଟି ମାମଲା –ଅକ୍ଟୋବର ୩୦ ତାରିଖ ଯାଏ ଜେଲରେ ରହିବେ ଆର୍ୟନ ଖାନ୍ , ଆର୍ୟନଙ୍କ ହାଜତ ମିଆଦ ବୃଦ୍ଧ କଲେ ସ୍ୱତନ୍ତ୍ର ଏନ୍ସିବି କୋର୍ଟ
  • ||
  • ନଵମ ଓ ଦଶମ ଶ୍ରେଣୀ ପରୀକ୍ଷା ପଦ୍ଧତିରେ ପରିଵର୍ତ୍ତନ : ଵର୍ଷକୁ ୪ଟି ଫରମେଟିଭ୍ ଆସେସମେଣ୍ଟ ହେଵ
  • ||
  • କଳାହାଣ୍ଡି ମମିତା ମେହେର ହତ୍ୟା ମାମଲା – କେ ଗାଁ ଥାନା ଆଇଆଇସି ଡମୁ ପରଜା ନିଲମ୍ୱିତ , କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ନେଲେ କଳାହାଣ୍ଡି ଏସ୍‌ପି
  • ||
  • ୩ ପ୍ରତିଶତ ବଢ଼ିଲା କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା, ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟର ମଞ୍ଜୁରୀ
  • ||
  • ପାଡ଼ୁଆ: ଜଙ୍ଗଲରୁ ପାଡ଼ୁଆ: ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ଥାନା ପୋଲିସ, ଗଞ୍ଜେଇ ମାଫିଆଙ୍କୁ ଧରିବା ପାଇଁ ତଦନ୍ତ ଜାରି
  • ||
  • ବଲାଙ୍ଗୀର: ମମିତା ମେହେର ମର୍ଡର ମିଷ୍ଟ୍ରି, ଅଟକ ଜେସିବି ଡ୍ରାଇଭର ଗିରଫ କରିପାରେ ପୋଲିସ
  • ||
  • ରାୟଗଡ଼​‌: ଗୁଣି ଗାରେଡି ସନ୍ଦେହରେ ଟ୍ରିପଲ ମର୍ଡର ଘଟଣା, ୯ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଜିଲ୍ଲା ଓ ଦୌରା ଜଜ ଅଦାଲତ
  • ||
  • ଭବାନୀପାଟଣା: ମମିତା ମେହର ହତ୍ୟା ଘଟଣାରେ ସିବିଆଇ ତଦନ୍ତ କରାଯାଉ : ସ୍ମୃତିରାଣୀ ପଟ୍ଟନାୟକ
  • ||
  • ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ ପାଠପଢ଼ା, ନଭେମ୍ୱର ପହିଲାରୁ ୟୁନିଫର୍ମ ବାଧ୍ୟତାମୂଳକ
  • ||
  • ପୁରୀ: ଆଜିଠୁ ସେବାୟତଙ୍କ ଡ୍ରେସ୍‌କୋଡ୍, ଶ୍ରୀମନ୍ଦିରରେ ପାରମ୍ପରିକ ବସ୍ତ୍ର ପରିଧାନ କରି ପ୍ରବେଶ କରିବେ ସେବକ
  • ||
  • ବଲାଙ୍ଗୀର: ଆଜି ବିଜେପି ପକ୍ଷରୁ ବଲାଙ୍ଗୀର ବନ୍ଦ ପାଳନ, ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଯାତାୟତ ଠପ୍
  • ||
  • ଭୁବନେଶ୍ୱର: ଆଜି ଯୁକ୍ତ ୩ ସ୍ପଟ୍‌ ନାମଲେଖା ଆବେଦନ କପି ଦାଖଲ ଶେଷ, ୨୭ରୁ ନାମଲେଖା
  • ||
  • ଭୁବନେଶ୍ୱର: ଆଜିଠୁ ଶୁଖିଲା ପାଗ, ୨୩ ସୁଦ୍ଧା ସମ୍ପୂର୍ଣ୍ଣ ରୂପେ ଫେରିଯିବ ମୌସୁମୀ ବାୟୁ
  • ||

ଶୁକ୍ରବାର ରାଶିଫଳ

ଶୁକ୍ରବାର ପଞ୍ଜିକା
ତା.୦୭.୦୮.୨୦୨୦ରିଖ, କର୍କଟ ୨୩ ଦିନ, ଭାଦ୍ରବ କୃଷ୍ଣପକ୍ଷ ଚତୁର୍ଥୀ, ଶୁକ୍ରବାର । ଚତୁର୍ଥୀ-ରାତ୍ରି ୨ଟା ୦୯ ମିନିଟ୍‌ ପୂର୍ବଭାଦ୍ର-ଦିବା ୧ଟା ୩୬ ମିନିଟ୍‌ । କୁମ୍ଭଚନ୍ଦ୍ର-ଦିବା ୭ଟା । ର୍ସୂେ୍ୟାଦୟ: ୫ଟା ୨୫ ମିନିଟ୍‌ ୩୭ ସେକେଣ୍ଡ । ସୂର୍ଯ୍ୟାସ୍ତ: ୬ଟା ୧୮ ମିନିଟ୍‌ ୩୦ ସେକେଣ୍ଡ । ମୃତେ ଦିବା ୧ଟା ୩୬ ମିନିଟ୍‌ ମଧ୍ୟେ ଏକପାଦ ପୁଷ୍କର ଦୋଷ । ମୂଳା ଖାଇବା ନିଷେଧ, ଖାଇଲେ ଧନହାନି ।

ଶୁକ୍ରବାର ରାଶିଫଳ
ମେଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୧୧, ଆରାଧନା: ସ୍କନ୍ଦ ପୁରାଣ ପଠନ ।

ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧୨, ଆରାଧନା-ରାମତାରକ ମନ୍ତ୍ର ଜପ ।

ମିଥୁନ: କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ । ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୮, ଆରାଧନା-ବିଷ୍ଣୁମନ୍ତ୍ର ଜପ ।

କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୯, ଆରାଧନା-ଗଣେଶ ।

ସିଂହ: ଅଷ୍ଟମ ଚନ୍ଦ୍ର ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୧୧, ଆରାଧନା-ମାତଙ୍ଗୀ ।

କନ୍ୟା: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୧୨, ଆରାଧନା: ବିଷ୍ଣୁମନ୍ତ୍ର ଜପ ।

ତୁଳା : କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ମଧ୍ୟମ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୨, ଆରାଧନା- ପୁରୁଷସୂକ୍ତ ପଠନ ।

ବିଛା : ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା- ହନୁମାନ ।

ଧନୁ : ଘାତଚନ୍ଦ୍ର ହେତୁ ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୯, ଆରାଧନା-ଗାୟତ୍ରୀ ମନ୍ତ୍ର ଜପ ।

ମକର : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ । ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୧୧, ଆରାଧନା-ଦୁର୍ଗା ।

କୁମ୍ଭ : ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ । ଶୁଭରଙ୍ଗ-କଳା, ଶୁଭସଂଖ୍ୟା-୩, ଆରାଧନା- କାଳୀ ।

ମୀନ: ଶ୍ରୀଚନ୍ଦ୍ର ହେତୁ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୯, ଆରାଧନା-ଭୁବନେଶ୍ୱରୀ ।

ବିଶେଷ ସୂଚନା
ସମସ୍ତ ରାଶିର ବ୍ୟକ୍ତିମାନେ ଦିନଟି ଶୁଭ ହେବା ପାଇଁ ଉକ୍ତ ମନ୍ତ୍ରଟି ଋଷ୍ୟାଦି କରି ପାଠ କରନ୍ତୁ ।
ଋଷ୍ୟାଦି : ଓଁ ଅସ୍ୟ ଶ୍ରୀ ଶୁକ୍ର ମହାମନ୍ତ୍ରସ୍ୟ,
ଭରଦ୍ୱାଜ ଋଷିଃ ଅନୁଷ୍ଟୁପ୍‌ ଛନ୍ଦଃ,
ଅଦ୍ୟ ଦିବସ ଦିବସାଧିପତି,
ଶୁକ୍ର ଦେବତା ସୁପ୍ରୀତୟେ
ମନ୍ତ୍ର ଜପେ ବିନିଯୋଗଃ । (୧ ଥର)
ମନ୍ତ୍ର : ଓଁ ହୀଂ ଶ୍ରୀଂ ଶୁକ୍ରାୟ ନମଃ । (୧୦୮ ଥର)
(ସକାଳେ ଓ ସନ୍ଧ୍ୟାରେ ୨ ଥର)
ହିତବାଣୀ : ଚଳା ଲକ୍ଷ୍ମୀ ଶ୍ଚଳାଃପ୍ରାଣା
ଶ୍ଚଳଂ ଜୀବିତ-ଯୌବନ ।
ଚଳା ଚଳେ ଚ ସଂସାରେ
ଧର୍ମ ଏକୋହି ନିଶ୍ଚଳଃ ।
ଭାବାର୍ଥ : ଧନ, ଜୀବନ ଓ ଯୌବନ ଏ ସବୁ ଚଳଚଞ୍ଚଳ, ଅନିତ୍ୟ ଓ ଅସ୍ଥିର । ସଂସାରରେ ଧର୍ମ ହିଁ ଏକମାତ୍ର ସ୍ଥିର ଓ ନିଶ୍ଚଳ । ଏଣୁ ଧର୍ମର ମାର୍ଗ ଅନୁସରଣ କରିବା ସମସ୍ତଙ୍କର ପାଇଁ ବିଧେୟ ।
ଜ୍ୟୋତିର୍ବିଦ୍‌- କୈଳାସ ଦାଶ