PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ଆଜିଠୁ ଶୀତ ଅଧିବେଶନ, ଆଗତ ହେବ ଅତିରିକ୍ତ ବଜେଟ

ଭୁବନେଶ୍ୱର,୧/୧୨ : ବିଧାନସଭାର ଶୀତ ଅଧିବେଶନ ବୁଧବାର (ଡିସେମ୍ବର ୧) ଠାରୁ ଆରମ୍ଭ ହେବ । ୩୧ ଡିସେମ୍ବର ଯାଏ ଚାଲିବ । ଏହି ୨୬ ଦିନିଆ କାର୍ଯ୍ୟଦିବସରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ପାରିତ ହେବ । ଏଥର ବି ସମ୍ପୂର୍ଣ୍ଣ କୋଭିଡ କଟକଣା ଭିତରେ ଅନୁଷ୍ଠିତ ହେବ ବିଧାନସଭା  ଅଧିବେଶନ । ଦିନକୁ ୫ ଘଣ୍ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ଚାଲିବ । ସକାଳ ସାଢ଼େ ୧୦ରୁ ଦିନ ସାଢ଼େ ୧ଟା ଓ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୃହ ଚାଲିବ । ପ୍ରଥମ ଦିନରେ (ବୁଧବାର) ସକାଳ ୧୧ଟାରୁ ଗୃହ କାର୍ଯ୍ୟ ଆରମ୍ଭ ହେବ । ପ୍ରାରମ୍ଭିକ ଦିନରେ ଦିବଂଗତ ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହେବ । ତାଙ୍କ ସମ୍ମାନରେ ଗୃହ କାର୍ଯ୍ୟ ସେଦିନ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମୁଲତବୀ ରହିବ । ସେହିଦିନ ଅପରାହ୍ନ ୫ଟାରେ ଅତିରିକ୍ତ ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବ୍ୟୟ ମଞ୍ଜୁରୀ ବିଲ୍‌ ଉପରେ ଆସନ୍ତା ୧୦ ତାରିଖରେ ହେବ ଆଲୋଚନା ।  ଏହି ଅଧିବେଶନରେ ନିୟମିତ ଭାବେ ଉଭୟ ତାରକା ଓ ଅଣତାରକା ଚିହ୍ନିତ ପ୍ରଶ୍ନମାନଙ୍କର ଉତ୍ତର ରଖାଯିବ ।                       

ଗୃହରେ ମୁଲତବୀ ପ୍ରସ୍ତାବ ମଧ୍ୟ ବିରୋଧୀ ଦଳ ତରଫରୁ ଆଗତ କରାଯାଇପାରିବ । କୋଭିଡ କଟକଣାରେ ପୂର୍ବ ଅଧିବେଶନ ଭଳି ବିଧାୟକମାନଙ୍କ ପାଇଁ ଆସନ ବ୍ୟବସ୍ଥା ରହିବ । ପ୍ରତିଦିନ ବିଧାନସଭାକୁ ଭୁବନେଶ୍ୱର ମହାନଗର ନିଗମ ତରଫରୁ ବିଶୋଧନ କରାଯିବ । ଗଣମାଧ୍ୟମ ପ୍ରତିନିଧିମାନେ ବିଧାନସଭା ସମ୍ମିଳନୀ କକ୍ଷରେ ରହିବେ । ଭର୍ଚୁଆଲରେ ବିଧାନସଭା ଗୃହ କାର୍ଯ୍ୟରେ ଯୋଡ଼ି ହେବା ପାଇଁ ଲୋକସେବା ଭବନର ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷ, ମୁଖ୍ୟମନ୍ତ୍ରୀଙ୍କ ଆବାସିକ କାର୍ଯ୍ୟାଳୟ, ବିରୋଧୀ ଦଳ ନେତା, ବିଧାୟକଙ୍କ ସମ୍ମିଳନୀ କକ୍ଷ, ଜିଲ୍ଲାପାଳଙ୍କ ଭିଡିଓ ସମ୍ମିଳନୀ କକ୍ଷରେ ଉପସ୍ଥିତ ରହି ଯୋଗ ଦେଇପାରିବେ । ବିଧାନସଭାରେ ପ୍ରବେଶ ପାଇଁ ବିଧାୟକ, ତାଙ୍କ ଡ୍ରାଇଭର ଓ ସୁରକ୍ଷା କର୍ମୀ  ଏବଂ ଗଣମାଧ୍ୟମ ପ୍ରତିନିଧିଙ୍କ କୋଭିଡ୍‌ ପରୀକ୍ଷା କରାଯାଇଥିଲା । ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ହସ୍ତଗତ ସମସ୍ତ ରିପୋର୍ଟ ନେଗେଟିଭ ଥିବା ଜଣାପଡ଼ିଛି ।