PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲ, ରାଷ୍ଟ୍ରପତିଙ୍କୁ ପଠାଇଲେ ଇସ୍ତଫା ପତ୍ର
  • ||
  • ଜ୍ଞାନବାପୀ ମସଜିଦ ବିବାଦ: ଶିବ ଲିଙ୍ଗକୁ ନେଇ ଆପତ୍ତିଜନକ ମନ୍ତବ୍ୟ ପଡିଲା ମହ‌ଙ୍ଗା, AIMIM ନେତା ଦାନିଶ କ୍ୟୁରେସୀ ଗିରଫ
  • ||
  • ଦେବଗଡ଼ : ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ, ଜନ୍ମକଲା ପୁଅକୁ କଟୁରୀରେ ହାଣି ହତ୍ୟାକଲା ସଇତାନ ବାପା
  • ||
  • ଭୁବନେଶ୍ଵର : ତିର୍ତ୍ତୋଲ ବିଧାୟକଙ୍କ କୋର୍ଟ ମ୍ୟାରେଜ୍‌କୁ ନେଇ ପରିବାରରେ ଅସନ୍ତୋଷ, ଆତ୍ମହତ୍ୟା ଉଦ୍ୟମ କଲେ ବିଜୟଙ୍କ ମାଆ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ଵର : ବରମୁଣ୍ଡା ତ୍ରିନାଥ ମନ୍ଦିର ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ପୁରୀ : ଜୀବନ ନେଲା ମୁକୁଳା ଡ୍ରେନ୍ ! ପୁରୀ ବଡଦାଣ୍ଡ ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • କଟକ : ପାଣି ଟାଙ୍କି ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||

ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ଲମତାପୁଟ, ୧୮/୦୧ : ପୁଣି ମାଛକୁଣ୍ଡ ପୋଲିସକୁ ବଡ଼ ସଫଳତା। ଯଲାପୁଟରୁ ଛତିଶଗଡ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ିବସିଲା ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସପିଙ୍କ ନିର୍ଦ୍ଦେଶ କ୍ରମେ ଏସ.ଡି.ପିଓଙ୍କ ନେତୃତ୍ଵରେ ମାଛକୁଣ୍ଡ ଲମତାପୁଟ ପୋଲିସ ଟିକାପୁଟ ଗ୍ରାମ ନିକଟରେ ନାକାବନ୍ଦୀ କରି ଜଗି ରହିଥିଲା । ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ନମ୍ବର ବିହୀନ ପିକଅପ୍ ଭ୍ୟାନ୍‌କୁ ଅଟକାଇ ଯାଞ୍ଚ କରିବାରୁ ୧୪ଟି ବସ୍ତାରୁ ପ୍ରାୟ ୩ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଭ୍ୟାନ୍‌ରେ ଥିବା ଦୁଇ ଗଞ୍ଜେଇ ମାଫିଆଙ୍କୁ ମଧ୍ୟ କାବୁ କରିବାରେ ସଫଳ ହୋଇଛି ପୋଲିସ।

ସୂଚନାନୁଯାୟୀ, ଜବତ ହୋଇଥିବା ଗଞ୍ଜେଇର ମୂଲ୍ୟ ପ୍ରାୟ ୩୦ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହଛି । ଗିରଫ ବ୍ୟକ୍ତିମାନେ ମାଲକାନଗିରି ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦଇତାରୀ ଲୋକେଇ ଏବଂ ମାଛକୁଣ୍ଡ ଥାନା ଅନ୍ତର୍ଗତ କୁମ୍ଭାର ପୁଟ ଗ୍ରାମର ଖଗପତି ଗୋଲରି ବୋଲି ଜଣା ପଡିଛି ।