PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିଆଣାରେ ୨୪ମଇ ଯାଏ ବଢ଼ିଲା ଲକ୍‌ ଡାଉନ୍‌ , ମୁଖ୍ୟମନ୍ତ୍ରୀ ଖଟ୍ଟର କହିଲେ –ଜନତାଙ୍କ ଦାବି ନେଇ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟ ଅଲରାଉଣ୍ଡର ରାଜେନ୍ଦ୍ର ସିଂ ଜାଡେଜାଙ୍କ କରୋନାରେ ପରଲୋକ
  • ||
  • ଭୁବନେଶ୍ଵର : ରାଜ୍ୟରେ ଫିଲ୍ମ କିମ୍ଵା ସିରିୟଲ ସୁଟିଂ ଉପରେ ପ୍ରତିବନ୍ଧକ, ସମସ୍ତ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ: ଆଣ୍ଡାମାନ ସାଗରରେ ସୃଷ୍ଟି ହେବ, ଅବପାତ ରୂପ ନେବା ପାଇଁ ପାଣିପାଗ ଅନୁକୂଳ…
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୭୩୨ ଜଣ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ଟପିଲା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ୧୯ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି
  • ||
  • ସଇଁତଳା : ଜମିବାଡ଼ି କଳହକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ମୃତ, ୨ ଅଟକ
  • ||
  • ପାଟଣାଗଡ଼ : କରୋନା ଯୁଦ୍ଧରେ ହାରିଗଲେ ବରିଷ୍ଠ ସାମ୍ବାଦିକ କୈଳାଶ ସାହୁ
  • ||
  • ଆଠଗଡ : ଚୋରା ଚାଲାଣ ବେଳେ ଓଲଟିଲା କାଠ ବୋଝେଇ ପିକଅପ୍ ଭ୍ୟାନ, ଡ୍ରାଇଭର ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ୱର : ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, କରୋନା ଆକ୍ରାନ୍ତ ହେବା ପରେ ଚାଲିଛି ଚିକିତ୍ସା
  • ||
  • ଭୁବନେଶ୍ୱର : ସୋମବାରଠୁ ଅନ୍‌ଲାନ୍‌ରେ ମିଳିବ ମଦ, ସକାଳ ୭ଟାରୁ ସଂଧ୍ୟା ୫ଟା ଯାଏଁ ଦେଇ ପାରିବେ ଅର୍ଡର, ହଜାର ଟଙ୍କାରେ ମଦ କିଣିଲେ ୧୦୦ ଟଙ୍କା ଡେଲିଭାରୀ ଚାର୍ଜ
  • ||
  • ଭୁବନେଶ୍ୱର : ପାରା ଧରିବାକୁ ଯାଇ ଟ୍ରେନ୍‌ ଲାଇନ୍ରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲା ନାବାଳକ, ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ୱର : ମାସ ଶେଷକୁ ଓଡ଼ିଶାରେ ସଂକ୍ରମଣ ପିକ୍‌ରେ ପହଞ୍ଚିବ, ଜୁନ୍‌ ପ୍ରଥମ ସପ୍ତାହରୁ କମିପାରେ
  • ||
  • କଟକ : ବୃଦ୍ଧ ଦମ୍ପତ୍ତିଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ !
  • ||

ମା’ ହେଲେ ଷ୍ଟାର୍‌ ମହିଳା ରେସଲର ଗୀତା ଫୋଗଟ

ନୂଆଦିଲ୍ଲୀ ୨୫/୧୨: ଷ୍ଟାର୍‌ ମହିଳା ରେସଲର ଗୀତା ଫୋଗଟ ଆଜି ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି । ସୋସିଆଲ୍‌ ମିଡିଆ ଟ୍ୱିଟରରେ ସେ ଏବିଷୟରେ ସୂଚନା ଦେବା ସହ ଏକ ଫଟୋ ପୋଷ୍ଟ କରିଛନ୍ତି । ଯାହାକି ଭାଇରାଲ ହୋଇଯାଇଛି । ଚାରିଆଡ଼ୁ ତାଙ୍କୁ ଶୁଭେଚ୍ଛାର ସୂଅ ଛୁଟୁଛି ।

ଟ୍ୱିଟ୍‌ରେ ଫଟୋ ପୋଷ୍ଟ କରି ଗୀତା କହିଛନ୍ତି, ପୁଅ, ତୁମକୁ ଏହି ଦୁନିଆକୁ ସ୍ୱାଗତ । ତୁମେ ଆମ ଜୀବନକୁ ପୂର୍ଣ୍ଣ କରିଛ । ସନ୍ତାନ ପ୍ରସବ କରିବାର ଅନୁଭବ ଅବର୍ଣ୍ଣନୀୟ ।’ ଏହାଛଡ଼ା ସେ ପ୍ରଶଂସକ ଓ ଶୁଭେଚ୍ଛୁକଙ୍କୁ ତାଙ୍କ ପୁଅ ପାଇଁ ପ୍ରାର୍ଥନା କରିବାକୁ ଅନୁରୋଧ କରିଛନ୍ତି । ଗୀତାଙ୍କ ଭଉଣୀ ବବିତା କହିଛନ୍ତି, ମା’ ହେବା ପାଇଁ ଶୁଭେଚ୍ଛା । ତୁମ ପୁଅକୁ ସମସ୍ତେ ଭଲ ପାଆନ୍ତୁ ।’ ସୂଚନାଯୋଗ୍ୟ, ୨୦୧୦ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ମହିଳା ଭାବେ ସ୍ୱର୍ଣ୍ଣ ପଦକ ଜିତିଥିବା ଗୀତା ୨୦୧୬ ନଭେମ୍ବର ୨୦ତାରିଖ ରେସଲର ପବନ କୁମାରଙ୍କୁ ବିବାହ କରିଥିଲେ ।

ସମ୍ବନ୍ଧିତ ଖବର