ପ୍ରମୁଖ ଖବର
  • ଠାକୁରଡ଼ିହି ଛକରେ କଳ୍ପନା ପରିବହନ ସଂସ୍ଥାର କର୍ମଚାରୀଙ୍କୁ ବନ୍ଦୁକ ମୁନରେ ଲୁଟ୍, ୧୩ ଲକ୍ଷରୁ ଅଧିକ ଟଙ୍କା ନେଇ ଗଲେ ଦୁର୍ବୃତ୍ତ
  • ||
  • ବାହାରିଲା ICSE ଦଶମ ଓ ଦ୍ୱାଦଶ ରେଜଲ୍ଟ, ୱେବ୍‌ସାଇଟ୍‌ରେ ମାର୍କ ଉପଲବ୍ଧ
  • ||
  • ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚିରେ ଇଡିର ରେଡ୍, ସହାୟକଙ୍କ ଘରୁ ମିଳିଲା ପୁଳା ପୁଳା ଟଙ୍କା
  • ||
  • ବ୍ରହ୍ମପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କନିଷି ପଡ଼ିଆରେ କରିବେ ପ୍ରଚାର
  • ||
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ “ପଇତାଲାଗି ନୀତି”, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ସୋମବାରଠୁ OJEE ପ୍ରବେଶିକା: ପରୀକ୍ଷା ଦେବେ ୬୫, ୭୪୨ ଶିକ୍ଷାର୍ଥୀ, ମେ’ ୧୦ ଯାଏ ଏକ୍‌ଜାମ୍
  • ||
  • କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଭବାନୀପାଟଣା ଓ ଖଡିଆଳରେ ଜନସଭାରେ କରିବେ ପ୍ରଚାର
  • ||
  • ଖମ୍ବେଶ୍ୱରୀପାଲି ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ଏକାଧିକ ଯାତ୍ରୀ ଆହତ
  • ||
  • IPL 2024: ୱାଙ୍ଖଡ଼େରେ ମୁମ୍ବାଇ- ହାଇଦ୍ରାବାଦ ଲଢ଼େଇ, ଇଣ୍ଡିଆନ୍ସ ପାଇଁ ‘କର ବା ମର’
  • ||
  • ଦକ୍ଷିଣ ଓଡ଼ିଶାରେ ପ୍ରଧାନମନ୍ତ୍ରୀଙ୍କ ପାୱାର ସୋ’: ଆଜି ବ୍ରହ୍ମପୁର, ନବରଙ୍ଗପୁରରେ କମ୍ପିବ ପ୍ରଚାର ମଇଦାନ୍
  • ||
  • ୨୧ ଦିନ ହେବ ଜଳୁଛି ଓଡ଼ିଶା, ଆଜି ବି କମିବନି ପ୍ରକୋପ; ୭ରୁ ବର୍ଷା ଆଶା, କମିବ ଯନ୍ତ୍ରଣା
  • ||

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ପ୍ରାର୍ଥିପତ୍ର ଦାଖଲ

ଭୁବନେଶ୍ୱର ୨୬/୦୪: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ମେ ୨୦ରେ ଅନୁଷ୍ଠିତ ହେବ । ଏଥିପାଇଁ ଶୁକ୍ରବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୩ ଯାଏ ପ୍ରାର୍ଥୀମାନେ ତାଙ୍କ ନାମାଙ୍କନ କରିପାରିବେ । ୬ ମେ ଯାଏ ପ୍ରାର୍ଥୀମାନେ ନିଜ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ। ଶେଷରେ ମେ ୨୦ରେ ଭୋଟଗ୍ରହଣ  କରାଯିବ । ଆଜି ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବ।

ସୂଚନାଯୋଗ୍ୟ ଯେ, ମେ'୨୦ ତାରିଖରେ ଓଡିଶାରେ ହେବ ୨ୟ ପର୍ଯ୍ୟାୟ ମତଦାନ । ଯେଉଁଥିରେ ୫ଟି ଲୋକସଭା ଏବଂ ୩୫ଟି ବିଧାନସଭା ସିଟ୍‌ରେ ହେବ ଭୋଟଗ୍ରହଣ । ତେବେ ଭୋଟ ଗ୍ରହଣ ହେବାକୁ ଥିବା ଲୋକସଭା ସିଟ୍‌ ହେଲା- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ, ଆସ୍କା ରହିଛି । 

ସେହିପରି ୩୫ଟି ବିଧାନସଭା ଆସନ ହେଲା -ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ, ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଞ୍ଝି , ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା,ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି, ହିଞ୍ଜିଳି। 


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.