PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି ସନ୍‌ସାଇନ୍‌ ସ୍କୁଲ୍‌ ସଭାପତି ଗୋବିନ୍ଦ ସାହୁ ଗିରଫ , ମମିତା ମର୍ଡର ମିଷ୍ଟ୍ରିର ମୋଷ୍ଟ ୱାଣ୍ଟେଡ୍‌ ଗୋବିନ୍ଦ ସାହୁ
  • ||
  • ବଲାଙ୍ଗୀର: ମୁଖ୍ୟଅଭିଯୁକ୍ତ ଚମ୍ପଟ ପରେ ଜବତ କାରର ବଢ଼ିଲା ସୁରକ୍ଷା, ଗୋବିନ୍ଦଙ୍କ ପରେ କାରକୁ ଉଠାଇଥିଲା ପୁଲିସ
  • ||
  • ବଲାଙ୍ଗୀର : ଫେରାର୍ ଗୋବିନ୍ଦ ସାହୁକୁ ଧରିବା ପାଇଁ ବଢିଲା ପୁରସ୍କାର ରାଶି, ସୂଚନା ଦେଲେ ମିଳିବ ୧ ଲକ୍ଷ୍ୟ ଟଙ୍କା ପୁରସ୍କାର ରାଶି
  • ||
  • ବଲାଙ୍ଗୀର: ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ, ଧରାଇ ଦେଲେ ଦିଆଯିବ ୨୦ ହଜାର ଟଙ୍କାର ପୁରଷ୍କାର
  • ||
  • ବ୍ରହ୍ମପୁର: ଗୋପାଳପୁର ଛକ ନିକଟରେ ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ ଓ ଦୁଇ ଜଣ ଆହତ
  • ||
  • ବଲାଙ୍ଗୀର: ମହାଲିଙ୍ଗ ମିନି ଷ୍ଟାଡିୟମରୁ ପୋତା ଯାଇଥିବା ମମିତା ମେହେରଙ୍କ ମୃତ ଦେହ ଉଦ୍ଧାର, ଡିଏନଏ ପରୀକ୍ଷା ପରେ ସ୍ପଷ୍ଟ ହେବ।
  • ||
  • ରଙ୍ଗେଇଲୁଣ୍ଡା: ଚାଟ୍ ମାଗିବାକୁ ନେଇ ଗଣ୍ଡଗୋଳରେ ଜଣେ ଗୁରୁତର, ଦମ୍ପତ୍ତି ଆହତ
  • ||
  • ଟିକିଟି: ସିଦ୍ଧ ବାରାହୀ ପୀଠରୁ ଚୋରି, ଦେବୀଙ୍କ ପିତଳ ମୁକୁଟ (ପ୍ରାୟ ଦେଢ଼ କିଲୋ) ସହ ୨୦ ତୋଳାରୁ ଅଧିକ ରୁପା ଅଳଙ୍କାର ଚୋରି ଅଭିଯୋଗ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୯୪କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର : ବନ୍ଦ କୋଠରୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ନୀଳଗିରି: ନିଶ୍ଚିତପୁରରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର
  • ||
  • ଜଳେଶ୍ବର: ଜଳେଶ୍ବର ଷ୍ଟେସନ ବଜାରସ୍ଥିତ ଡାଇମଣ୍ଡ ହୋଟେଲ ଉପରେ ଚଢାଉ, ୨ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ
  • ||

ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ ମୁର୍ମୁ

ନୂଆଦିଲ୍ଲୀ ୮।୮ : ଦେଶର ନୂଆ କମ୍ପ୍ଟ୍ରୋଲର ଏବଂ ଅଡିଟର ଜେନେରାଲ (ସିଏଜି) ଭାବେ ଆଜି ଶପଥ ନେଇଛନ୍ତି ଗିରୀଶ ଚନ୍ଦ୍ର ମୁର୍ମୁ। ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆ ସିଏଜିଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଲୋକସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ସମେତ କେନ୍ଦ୍ର କ୍ୟାବିନେଟର ସଦସ୍ୟମାନେ ଉପସ୍ଥିତ ଥିଲେ।

ଜମ୍ମୁ କଶ୍ମୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ପଦରୁ ଇସ୍ତଫା ଦେବା ପରେ ଗିରୀଶ ଚନ୍ଦ୍ରଙ୍କୁ ସିଏଜି ଭାବେ ନିଯୁକ୍ତି ମିଳିଛି। ଗିରିଶ ଚନ୍ଦ୍ର ମୁର୍ମୁ ୧୯୮୫ ବ୍ୟାଚର ଗୁଜରାଟ କ୍ୟାଡରର ଆଇଏଏସ୍ ଅଫିସର ଅଟନ୍ତି। ଯେତେବେଳେ ନରେନ୍ଦ୍ର ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ ସେ ମୁଖ୍ୟ ସଚିବ ଥିଲେ। କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ କଶ୍ମୀରର ପ୍ରଥମ ଉପରାଜ୍ୟପାଳ ଭାବରେ ଓଡ଼ିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ ନିଯୁକ୍ତି ପାଇଥିଲେ। ସେହି ସମୟରେ ଜାମ୍ମୁ-କାଶ୍ମୀର ହାଇକୋର୍ଟର ମୁଖ୍ୟ ବିଚାରପତି ଗୀତା ମିତ୍ତଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ମୟୂରଭଞ୍ଜ ବେତନଟୀରେ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଜନ୍ମ ସ୍ଥାନ । ସେ ପୂର୍ବରୁ କେନ୍ଦ୍ରର ଅନେକ ବିଭାଗର ସଚିବ ରହିଛନ୍ତି।