PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଡାକ୍ତରଙ୍କ ବ୍ୟାଙ୍କ ଆକାଉଣ୍ଟ ଖାଲି କରିଦେଲେ ସୁନ୍ଦରୀ ଯୁବତୀ

ତାଳଚେର ୭/୦୮: ଜଣେ ଡାକ୍ତରଙ୍କୁ ସାଢ଼େ ୪ ଲକ୍ଷରୁ ଅଧିକ ଟଙ୍କା ଠକେଇ ଅଭିଯୋଗରେ ତାଳଚେର ପୁଲିସ ଜଣେ ଯୁବତୀଙ୍କୁ ଗିରଫ କରିଛି। ତାଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରାଯାଇଛି। ଗିରଫ ଯୁବତୀ କଳମଛୁଇଁ ମଝିକା ଗ୍ରାମର ଯୁବତୀ ବୋଲି ଜଣାପଡିଛି।

ପୁଲିସ ସୂତ୍ରରୁ ପ୍ରକାଶ ଯେ, ଯୁବତୀଙ୍କ ସମ୍ପର୍କୀୟ ବାଜାଜ ଆଲିଆନ୍‌ଜ ଫାଇନାନ୍‌ସ କମ୍ପାନୀରେ କାର୍ଯ୍ୟ କରୁଥିଲା ବେଳେ ତାଳଚେର ଥାନା ଅନ୍ତର୍ଗତ ବାଘୁଆବୋଲ ଅଞ୍ଚଳର ଡାକ୍ତର ବିଜୟ କୁମାର ପ୍ରଧାନଙ୍କ ସହ ବ୍ୟବସାୟ ସମ୍ପର୍କ ହେବା ସହ ଘରକୁ ଯିବା ଆସିବା ରହିଥିଲା ଏହି ସୁଯୋଗରେ ଯୁବତୀ ଜଣ ଡାକ୍ତରଙ୍କ ଘରକୁ ଯାଇ କୌଶଳକ୍ରମେ ଏଟିଏମ୍ କାର୍ଡ ଏବଂ ପିନ୍ ନମ୍ବର ହସ୍ତଗତ କରିନେଇଥିଲା। ପରେ ନିଜ ଆକାଉଣ୍ଟକୁ ୪ ଲକ୍ଷ ୫୭ ହଜାର ୩୮୫ ଟଙ୍କା ଟ୍ରାନସଫର କରି ନେଇଥିଲା

ଡା. ପ୍ରଧାନଙ୍କ ଅଭିଯୋଗ କ୍ରମେ ପୁଲିସ ଏକ ମାମଲା ରୁଜ୍ଜୁ କରିବା ସହ ତଦନ୍ତ ଚଳାଇଥିଲା ଯୁବତୀଙ୍କ ନାମରେ ଅନୁଗୁଳ ଥାନାରେ ମଧ୍ୟ ଚେକ୍ ବାଉନ୍‌ସ ମାମଲା ରହିଥିବା ଜାଣିବାକୁ ପାଇଛି। ଯୁବତୀଙ୍କ ନାମରେ ଆଉ କେଉଁ ଥାନାରେ ମାମଲା ରହିଛି ପୁଲିସ ଅନୁସନ୍ଧାନ ଚଳାଇଛି ବୋଲି ଥାନା ଅଧିକାରୀ ସତ୍ୟବ୍ରତ ରାଉତ ପ୍ରକାର କରିଛନ୍ତି।

ସମ୍ବନ୍ଧିତ ଖବର