PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଯୁବତୀଙ୍କ ନାଁରେ ଫେକ୍‌ ଫେସ୍‌ବୁକ୍‌ ଆକାଉଣ୍ଟ: ଅଶ୍ଳୀଳ ଫଟୋ ଭାଇରାଲ୍‌, ଦୁଇ ଅଟକ

ବିଞ୍ଝାରପୁର,୧୦/୦୮: ବିଞ୍ଝାରପୁର ଥାନା ମାଧପୁର ଅଞ୍ଚଳର ଜୈନିକା ଯୁବତୀଙ୍କ ନାମରେ ଏକ ଫେକ୍‌ ଫେସ୍‌ବୁକ୍‌ ଆକାଉଣ୍ଟ ଖୋଲି ସଂପୃକ୍ତ ଯୁବତୀଙ୍କୁ ହଇରାଣ କରିବାକୁ ନେଇ ଥାନାରେ ଅଭିଯୋଗ ହୋଇଥିଲା । ପୁଲିସ ଯୁବତୀଙ୍କ ଅଭିଯୋଗକୁ ଭିତ୍ତି କରି ୨୧୫/୨୦ରେ ମାମଲା ରୁଜ କରି ତଦନ୍ତ ଆରମ୍ଭ କରିଥିଲା । ପୁଲିସ ସାଇବର କ୍ରାଇମ୍‌ ସେଲ୍‌ର ସହାୟତାରେ ଫେକ୍‌ ଆକାଉଣ୍ଟ ଖୋଲିଥିବା ଯୁବକକୁ କାବୁ କରିବାରେ ସଫଳ ହୋଇଛି ।

ସୂଚନା ମୁତାବକ ମାଧପୁର ଅଞ୍ଚଳର ଜନୈକା ଯୁବତୀଙ୍କ ନାମରେ ଜରୀ ଅଞ୍ଚଳର ୨୩ ବର୍ଷୀୟ ଯୁବକ ଏକ ଫେକ୍‌ ଫେସ୍‌ବୁକ୍‌ ଆକାଉଣ୍ଟ ଖୋଲିବା ପରେ ଯୁବତୀଙ୍କ ସଂପର୍କୀୟଙ୍କ ନିକଟକୁ ଅଶ୍ଳୀଳ ଫଟୋ ଓ ମେସେଜ୍‌ ପଠାଯାଇଥିଲା । ଏ ସଂପର୍କରେ ଯୁବତୀ ଜଣକ ଜାଣିବା ପରେ ୨ଦିନ ତଳେ ବିଞ୍ଝାରପୁର ଥାନାରେ ଏତଲା ଦେଇଥିଲେ । ବିଞ୍ଝାରପୁର ଥାନା ଅଧିକାରୀ ନିରଞ୍ଜନ ଶବର ଅଭିଯୁକ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ଉ କରିବା ସହିତ ସାଇବର ସେଲ୍‌ର ସହାୟତା ଲୋଡ଼ିଥିଲେ ।

ଗତକାଲି ରାତିରେ ବିଭିନ୍ନ ସ୍ଥାନରେ ଚଢ଼ଉ କରି ଜରୀ ଗ୍ରାମର ୨୩ ବର୍ଷୀୟ ଯୁବକଙ୍କ ସମେତ ୨ ଜଣଙ୍କୁ କାବୁ କରିବାରେ ସଫଳ ହୋଇଛି । ପୁଲିସର ପ୍ରାଥମିକ ତଦନ୍ତରୁ ମିଳିଥିବା ସୂଚନା ମୁତାବକ ମୁଖ୍ୟ ଅଭିଯୁକ୍ତ ଏହି ଫେସ୍‌ବୁକ୍‌ ଆକାଉଣ୍ଟରୁ ୪ରୁ ଅଧିକ ଝିଅଙ୍କ ସହିତ ଚାଟିଂ କରିବା ସହିତ ସେମାନଙ୍କୁ ଅଶ୍ଳୀଳ ମେସଜ୍‌ ପଠାଉଥିଲା । ତଦନ୍ତ ଜାରି ରହିଛି । ସଂପୂର୍ଣ୍ଣ ସତ୍ୟାସତ୍ୟ ଜଣାପଡ଼ିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନାଧିକାରୀ ଶ୍ରୀ ଶବର ପ୍ରକାଶ କରିଛନ୍ତି ।

ସମ୍ବନ୍ଧିତ ଖବର