PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ: ୭ ଦିନ ପାଇଁ ସମସ୍ତ ଧର୍ମାନୁଷ୍ଠାନ, ସର୍ବସାଧାରଣ ସ୍ଥାନ ଯଥା- ପାର୍କ ସମୁଦ୍ରକୂଳ ବନ୍ଦ ନିର୍ଦ୍ଦେଶ, ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ସର୍ବସାଧାରଣରେ ମନା
  • ||
  • ମାଲକାନଗିରି: ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ପାପରମେଟଲା ଥାନା ଅନ୍ତର୍ଗତ ଜାମୁଝାଡୀ ଜଙ୍ଗଲରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
  • ||
  • କଳାହାଣ୍ଡି: ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଯାଜପୁର: ଡଙ୍କାରୀରେ ବଡ ଧରଣର ଚଢ଼ାଉ, କଳାପଥର ଗାଡି ଜବତ, ଏକାଧିକ ଲୁଟେରା ଗିରଫ
  • ||
  • ବୋଲଗଡ଼: ବାଇକ୍- ବୁଲେଟ ମୁଁହା ମୁଁହି ଧକ୍କା, ୨ ଗୁରୁତର
  • ||
  • ଆଇପିଏଲ୍‌ର-୧୪: ଆଜି ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ ରାଇଡର୍ସ
  • ||
  • କରଞ୍ଜିଆର ଥାନା ବୁଢୀଗାଁରର ଘଟଣା- ସ୍ତ୍ରୀ ଓ ସ୍ତ୍ରୀର ପ୍ରେମିକକୁ କଟୁରିରେ ହାଣିଲା ସ୍ୱାମୀ , ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ବାଲେଶ୍ୱରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • ରାଜ୍ୟ: ପୁଣି ୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୩୦କୁ ଛୁଇଁଲା
  • ||
  • ଓଡ଼ିଶାରେ ଆଜି ୧୭୮୪ କରୋନା ପଜିଟିଭ୍‌ ଚିହ୍ନଟ, କ୍ୱାରାଣ୍ଟାଇନ୍‌ରୁ ୧୦୩୫ , ଲୋକାଲ କଣ୍ଟାକ୍ଟରୁ ୭୪୯ ଚିହ୍ନଟ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||

ଭରତପୁରରେ ଗୋଷ୍ଠୀ ସଂଘର୍ଷ: ପୁଲିସକୁ ଆକ୍ରମଣ କଲେ, ୨ଟି ପିସିଆର୍‌ ଭ୍ୟାନ୍‌ ଜାଳି ଦେଲେ ଉତ୍ତ୍ୟକ୍ତ ଲୋକ

ବଡ଼ଚଣା/ବାଲିଚନ୍ଦ୍ରପୁର,୭/୦୩: ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଭରତପୁର ପଞ୍ଚାୟତ ପଣସୁଧା ଗ୍ରାମ ମାତାମଠ ନିକଟ ଗୋବରୀ ସେତୁ ଉପରେ ଶନିବାର ସନ୍ଧ୍ୟାରେ ପ୍ରମୁଖ ରାଜନୈତିକ ଦଳର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା । ଖବର ପାଇଁ ବାଲିଚନ୍ଦ୍ରପୁର ପୁଲିସ ସଦଳବଳେ ଦୁଇଟି ପିସିଆର୍‌ ଭ୍ୟାନ୍‌ (ଓଡି୦୫କ୍ୟୁ ୭୬୮୬, ଓଆର୍‌ ୦୫ଏଏ ୧୦୮୨)ରେ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପଦକ୍ଷେପ ନେଉଥିବା ସମୟରେ ଉତ୍ତ୍ୟକ୍ତ ଲୋକ ପୁଲିସକୁ ଆକ୍ରମଣ କରିବା ସହିତ ପୁଲିସ ଗାଡ଼ି ଦୁଇଟିରେ ନିଆଁ ଲଗାଇ ଦେଇଥିଲେ ।

ବାଲିଚନ୍ଦ୍ରପୁର ଥାନାଧିକାରୀ ସୁକାନ୍ତ କୁମାର ପାତ୍ର ଏକ ପ୍ଳାଟୁନ୍‌ ପୁଲିସ ନେଇ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ । ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିଥିବା ବେଳେ ସ୍ଥାନୀୟ ପଣସୁଧା, ଭରତପୁର, ସଦାନନ୍ଦପୁର ଗ୍ରାମରେ ପୁଲିସ ଫ୍ଲାଗ୍‌ ମାର୍ଚ୍ଚ କରିଛି । ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣରେ ଜଣେ ପୁଲିସକର୍ମଚାରୀ ଆହତ ହୋଇଥିବା ବେଳେ ଆକ୍ରମଣକାରୀମାନେ ଫେରାର ହୋଇଯାଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ବେଳେ ପୁଲିସ ପିସିଆର୍‌ ଭ୍ୟାନ୍‌ ସଂପୂର୍ଣ୍ଣ ଜଳିଯାଇଥିଲା । ଘଟଣା ସ୍ଥଳରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାଉଲ ପିଆର୍‌ ପହଞ୍ଚି ଘଟଣା ସଂପର୍କରେ ଆଲୋଚନା କରିବା ସହିତ ପରିସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି । ଅଞ୍ଚଳରେ ଦୁଇ ପ୍ଲାଟୁନ ପୁଲିସ ମୁତୟନ କରାଯାଇଛି ।

ସମ୍ବନ୍ଧିତ ଖବର