ଚାକିରିର ୭ ବର୍ଷ ମଧ୍ୟରେ ମୃତ୍ୟୁ ଘଟିଲେ ପରିବାରକୁ ମିଳିବ ୫୦% ବର୍ଦ୍ଧିତ ପେନସନ

ଭୁବନେଶ୍ୱର ୨୩/୯: କେନ୍ଦ୍ରୀୟ ପ୍ରଶାସନିକ ସେବା (ପେନସନ) ନିୟମାବଳୀ, ୧୯୭୨ର ନିୟମ ୫୪ ଅନୁଯାୟୀ କର୍ତବ୍ୟରତ ଥିବା ସମୟରେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ପାରିବାରିକ ପେନସନ ଦିଆଯାଇଥାଏ । ସରକାରୀ ଚାକିରିରେ ସର୍ବନିମ୍ନ ୭ ବର୍ଷ ପୂରଣ କରିଥିଲେ ପାରିବାରିକ ପେନସନ ଶେଷ ଦରମାର ୫୦% ବର୍ଦ୍ଧିତ ଦରରେ ୧୦ ବର୍ଷର ଅବଧି ଲାଗି ଦିଆଯାଇଥାଏ; ଏହାପରେ ପାରିବାରିକ ପେନସନ ଶେଷ ଦରମାର ୩୦% ହାରରେ ପ୍ରଦାନ କରାଯାଇଥାଏ । ତେବେ ଚାକିରି କରିବାର ୭ ବର୍ଷ ମଧ୍ୟରେ ଯଦି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ଘଟେ ତା’ହେଲେ ତାଙ୍କ ପରିବାରକୁ ୩୦% ହାରରେ ପାରିବାରିକ ପେନସନ ମିଳିଥାଏ । ଏପରି କ୍ଷେତ୍ରରେ ମୃତ ସରକାରୀ କର୍ମଚାରୀଙ୍କ ପରିବାର ବର୍ଦ୍ଧିତ ୫୦% ହାରରେ ପାରିବାରିକ ପେନସନ ପାଇବା ଲାଗି ଯୋଗ୍ୟ ହୋଇନଥାନ୍ତି ।

 ତେବେ କେନ୍ଦ୍ର ସରକାର ଏହା ହୃଦବୋଧ କରିଛନ୍ତି ଯେ ପ୍ରାରମ୍ଭିକ କାର୍ଯ୍ୟକାଳ ସମୟରେ ସରକାରୀ କର୍ମଚାରୀଙ୍କ ଦରମା କମ ହୋଇଥିବା କାରଣରୁ ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ପ୍ରାଣ ହରାଉଥିବା କର୍ମଚାରୀଙ୍କ ପରିବାର ପାଇଁ ବର୍ଦ୍ଧିତ ହାରରେ ପାରିବାରିକ ପେନସନ ପ୍ରଦାନ କରାଯିବାର ଅଧିକ ଆବଶ୍ୟକତା ରହିଛି । ତେଣୁ ସରକାର କେନ୍ଦ୍ରୀୟ ପ୍ରଶାସନିକ ସେବା (ପେନସନ) ନିୟମାବଳୀ, ୧୯୭୨ର ନିୟମ ୫୪ରେ ସଂଶୋଧନ କରିଛନ୍ତି । ଏ ସଂକ୍ରାନ୍ତରେ ୧୯ ସେପ୍ଟେମ୍ବର, ୨୦୧୯ରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ସଂଶୋଧିତ ନିୟମ ୫୪ ଅନୁଯାୟୀ, ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ପ୍ରାଣ ହରାଉଥିବା ସରକାରୀ କର୍ମଚାରୀଙ୍କ ନିକଟ ସମ୍ପର୍କୀୟ ମଧ୍ୟ ୧୦ ବର୍ଷର ଅବଧି ଲାଗି ଶେଷ ଦରମାର ବର୍ଦ୍ଧିତ ୫୦% ହାରରେ ପାରିବାରିକ ପେନସନ ପାଇପାରିବେ ।

ଉପରୋକ୍ତ ସଂଶୋଧନ ୧ ଅକ୍ଟୋବର, ୨୦୧୯ରୁ ଲାଗୁ ହେବ । ତେବେ ଏହି ତାରିଖର ୧୦ ବର୍ଷ ପୂର୍ବରୁ ୭ ବର୍ଷର କାର୍ଯ୍ୟକାଳ ପୂରଣ କରିନପାରି ପ୍ରାଣ ହରାଇଥିବା ସରକାରୀ କର୍ମଚାରୀଙ୍କ ପରିବାର ମଧ୍ୟ ୧୦ ବର୍ଷ ଲାଗି ବର୍ଦ୍ଧିତ ହାତରେ ପାରିବାରିକ ପେନସନ ପାଇବାକୁ ଯୋଗ୍ୟ ବିବେଚିତ ହେବେ । ତେବେ ଏହି ସୁବିଧା ସେମାନେ ୧ ଅକ୍ଟୋବର, ୨୦୧୯ ଠାରୁ ପାଇବେ । ଚାକିରିରେ ଯୋଗଦେବାର ୭ ବର୍ଷ ମଧ୍ୟରେ ଦୁର୍ଭାଗ୍ୟଜନକ ଭାବେ ମୃତ୍ୟୁବରଣ କରୁଥିବା କେନ୍ଦ୍ରୀୟ ସଶସ୍ତ୍ର ଆରକ୍ଷୀ ବାହିନୀ (ସିଏପିଏଫ) କର୍ମଚାରୀଙ୍କ ସମେତ ସମସ୍ତ ସରକାରୀ କର୍ମଚାରୀଙ୍କ ପରିବାର ଏହି ସଂଶୋଧିତ ସୁବିଧାର ଲାଭ ପାଇପାରିବେ ।

   ସମ୍ବନ୍ଧିତ ଖବର


ଭାରତରେ ନିଲାମ ହେଲା ସବୁଠାରୁ ଦାମୀ ଚା’, କେଜିକୁ ରହିଛି ଏତେ ଟଙ୍କା

କେନ୍ଦ୍ର ସରକାରଙ୍କ କଡା ନିୟମ: ବାୟୁ ପ୍ରଦୂଷଣ କଲେ କୋଟିଏ ଟଙ୍କା ଜରିମାନା, ୫ ବର୍ଷ ଜେଲ୍‌ ଦଣ୍ଡ…

ଚଳିତ ବର୍ଷ ପ୍ରବଳ ଶୀତ, ଜାଣନ୍ତୁ ‘ଲା ନିନା’ ଓ ’ଏଲ ନିନୋ’ର କ’ଣ ରହିଛି ପ୍ରଭାବ?

ପାକିସ୍ତାନରେ କାଶ୍ମୀର ବିଷୟରେ ଲାଇଭ୍‌ ବେଳେ ଇଣ୍ଡିଆନ୍‌ ହାକର୍‌ ବଜାଇଲେ ଜୟ ଶ୍ରୀରାମ ଏବଂ ହନୁମାନଙ୍କ ଭଜନ

ଆଖି ବିନ୍ଧା ହେବାରୁ ହସ୍ପିଟାଲ ପହଁଞ୍ଚିଲେ ମହିଳା, ଡାକ୍ତର ବାହାର କଲେ ୨୦ଟି ଜୀଅନ୍ତା ପୋକ

ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣା: ସୀମାଞ୍ଚଳଙ୍କ ମୃତ୍ୟୁ ସ୍ପଷ୍ଟ, ଆସିଲା ମାଂସ ଖଣ୍ଡର DNA ରିପୋର୍ଟ