PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ ପୋଲିସ ପକ୍ଷରୁ ଖଜୁରୀପଡା ଛକ ନିକଟରୁ ପିକପ ଭ୍ୟାନ ସହ ଚାରି କୁଣ୍ଟାଲ ଗଞ୍ଜେଇ ଜବତ ୨ ଗିରଫ
  • ||
  • ଭୁବନେଶ୍ଵର : ଛୋଟ ଛୁଆଙ୍କୁ କୋଭିଡ୍ ସଂକ୍ରମଣ ଆଶଙ୍କା କମ୍, ଛୋଟ ପିଲାଙ୍କ ମଧ୍ୟରେ ରହିଛି ୫୦ରୁ ୬୦ % ଆଣ୍ଟିବଡି – ନିରୋଜ ମିଶ୍ର
  • ||
  • ସୁନ୍ଦରଗଡ଼: ୧୫ ଗ୍ରାମର ବ୍ରାଉନସୁଗାର ଜବତ, ୫ ଗିରଫ
  • ||
  • ବାଲେଶ୍ୱର: ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ହାଇଦରର ପୋଷ୍ଟମର୍ଟମ, ମାଜିଷ୍ଟେ୍ରଟ୍‌ଙ୍କ ଉପସ୍ଥିତିରେ ​ପୋଷ୍ଟମର୍ଟମ କରିବେ​‌ ୩ ଜଣିଆ ଡାକ୍ତରୀ ଟିମ୍
  • ||
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ସ୍ବାଧୀନତା ଦିବସ ପାଇଁ ଗାଇଡଲାଇନ୍ : କାର୍ଯ୍ୟକ୍ରମରେ ସାଧାରଣ ଲୋକ କରିପାରିବେନି ଅଂଶଗ୍ରହଣ

ଭୁବନେଶ୍ବର ୧୧।୮ : ଚଳିତ ବର୍ଷ ସ୍ବାଧୀନତା ଦିବସ ପାଳନ ନେଇ ରାଜ୍ୟ ସରକାର ଗାଇଡଲାଇନ୍‌ ଜାରି କରିଛନ୍ତି । କୋଭିଡ କଟକଣାରେ ପାଳନ ହେବ ସ୍ବାଧୀନତା ଦିବସ। କୋଭିଡ଼ ନିୟମ ମାନି ସମସ୍ତ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।

ଅଗଷ୍ଟ ୧୫ ତାରିଖ ସକାଳ ୯ଟା ସମୟରେ ଉତ୍ତୋଳନ ହେବ ଜାତୀୟ ପତାକା। କରୋନାକୁ ଦୃଷ୍ଟିରେ ରଖି ପରେଡ୍‌ ପ୍ରଦର୍ଶନ କିମ୍ବା ମାର୍ଚ୍ଚଫାଷ୍ଟ ହେବନାହିଁ। କାର୍ଯ୍ୟକ୍ରମରେ ସର୍ବାଧିକ ୭୫ଜଣ ଅତିଥି ଉପସ୍ଥିତ ରହିବେ । କାର୍ଯ୍ୟକ୍ରମରେ ସାଧାରଣ ଲୋକ ଅଂଶଗ୍ରହଣ କରିପାରିବେନି ବୋଲି ସୂଚନା ଦିଆଯାଇଛି।।

ସୂଚନାଯୋଗ୍ୟ ଯେ, ପୂର୍ବବର୍ଷ ଭଳି ଏଥର ବି ରାଜଧାନୀର ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ହେବ । ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ପୁଲିସ ବ୍ୟାଣ୍ଡ୍‌ ପାର୍ଟି ଜାତୀୟ ସଙ୍ଗୀତ ପରିବେଷଣ କରିବେ । ଏହାସହ ପୁଲିସ ବାହିନୀର ୩ଟି ଟ୍ରୁପ୍‌ ଜାତୀୟ ପତାକା ଓ ମୁଖ୍ୟ ଅତିଥିଙ୍କୁ ଅଭିବାଦନ ଜଣାଇବେ । କୋଭିଡ୍‌ ଯୋଦ୍ଧାମାନଙ୍କ ସହ ସୀମିତ ସଂଖ୍ୟକ ଲୋକଙ୍କୁ ନେଇ ସ୍ୱାଧୀନତା ଦିବସ ପାଳନ କରାଯିବ ।

ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମର ସିଧା ପ୍ରସାରଣ କମନ୍‌ଫିଡ୍‌ ମାଧ୍ୟମରେ ସମସ୍ତ ଗଣମାଧ୍ୟମକୁ ସଂଯୋଜିତ କରାଯିବ । ତେଣୁ ଘରେ ରହି ବି ଲୋକେ ଏହି କାର୍ଯ୍ୟକ୍ରମକୁ ଟିଭି ମାଧ୍ୟମରେ ଦେଖି ପାରିବେ । ସ୍ୱାଧୀନତା ଦିବସ ପ୍ରସ୍ତୁତି ଓ ପାଳନ ସମୟରେ ସାମାଜିକ ଦୂରତା ଓ ସ୍ୱଚ୍ଛତାକୁ ବିଶେଷ ଧ୍ୟାନ ଦିଆଯିବ । ଏହା ଉପରେ ସର୍ବାଧିକ ଗୁରୁତ୍ୱ ଦେବାକୁ କୁହାଯାଇଛି । କୋଭିଡ କଟକଣାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି ଓ ଆୟୋଜନ କରିବାକୁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।