ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଗୁରୁପଦ ନନ୍ଦଙ୍କ ପରଲୋକ

ରାଉରକେଲା ୨୦।୧୦ : ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ଦଳର ବରିଷ୍ଠ ନେତା ଗୁରୁପଦ ନନ୍ଦଙ୍କ ପରଲୋକ। ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ।

ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଗୁରୁପଦ ୧୯୮୦ରେ କଂଗ୍ରେସରୁ ଟିକେଟ୍ ପାଇ ରାଉରକେଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାଛଡ଼ା ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ବି ଦାୟିତ୍ବ ନିର୍ବାହ କରିଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।