PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ଭାଷଣ ଦେବା ବେଳେ ହାର୍ଦ୍ଦିକ ପଟେଲଙ୍କୁ ଚାପୁଡା ମାଡ଼, ଆକ୍ରମଣକାରୀଙ୍କ ଅବସ୍ଥା ଗୁରୁତର

ଅହମ୍ମଦାବାଦ,୧୯।୪:ବିଜେପି ମୁଖପାତ୍ର ଜିଭିଏଲ ନରସିଂହା ରାଓଙ୍କ ଉପରେ ଯୋତା ମାଡ କରିବା ଘଟଣା ପରେ ଏବେ  କଂଗ୍ରେସ ନେତା ହାର୍ଦ୍ଦିକ ପଟେଲଙ୍କୁ ଚାପୁଡ଼ା ମାଡ଼ ଖାଇବାକୁ ପଡ଼ିଛି। ଗୁଜରାଟର ଅହମଦାବାଦର ସୁରେନ୍ଦ୍ରନଗର ବଢୱାନରେ ଶୁକ୍ରବାର ଏଭଳି ଏକ ଅପ୍ରୀତିକର ଘଟଣା ଘଟିଛି। ହାର୍ଦ୍ଦିକ ଚାପୁଡା ଖାଉଥିବା ବେଳର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଚାପୁଡା ମାରିଥିବା ବ୍ୟକ୍ତିଜଣକୁ ଉପସ୍ଥିତ କର୍ମୀମାନେ  ନିସ୍ତୁକ ମାଡ଼ ମାରିଥିଲେ। ସେଠାରେ ଉପସ୍ଥିତ ପୁଲିସ କର୍ମଚାରୀ ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ।

ଭିଡିଓରେ ଦେଖିବାକୁ ମିଳିଛି ଯେ, ବଢୱାନରେ ହାର୍ଦ୍ଦିକ ପଟେଲ ଏକ ନିର୍ବାଚନୀ ସଭାରେ ଭାଷଣ ଦେଉଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ମଞ୍ଚ ଉପରକୁ ଉଠିଯାଇଥିଲେ। ହାର୍ଦ୍ଦିକ କିଛି ବୁଝିବା ଆଗରୁ ସମ୍ପୃକ୍ତ ବ୍ୟକ୍ତି ତାଙ୍କୁ ଏକ ଶକ୍ତ ଚାପୁଡ଼ା ମାରିବା ସହ ଠେଲାପେଲା କରିଥିଲେ। ତେବେ ମଞ୍ଚ ଉପରେ ଥିବା ଲୋକେ ଏହି ବ୍ୟକ୍ତି ଜଣକୁ ଧରିନେଇ ନିସ୍ତୁକ ମାଡ ମାରିବା ସହ ତାଙ୍କର କପଡା ଚିରି ଦେଇଥିଲେ। ଚାପୁଡ଼ା ମାରିଥିବା ବ୍ୟକ୍ତିଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ପୁଲିସ ଘଟଣାର ତଦନ୍ତ ଚଳାଇଛି। ଏହି ଘଟଣା ନେଇ ହାର୍ଦ୍ଦିକ କହିଛନ୍ତି ଯେ, ମୋତେ ମାରିଦେବାକୁ ବିଜେପି ଚାହୁଁଛି। ସେଥିପାଇଁ ମୋତେ ଆକ୍ରମଣ କରାଯାଇଛି। କିନ୍ତୁ ମୁଁ ଚୁପ୍‌ ରହିବି ନାହିଁ।

ସମ୍ବନ୍ଧିତ ଖବର