PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ସୁନ୍ଦରଗଡ଼ ଓ ଅନୁଗୁଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ଏମସିଏଲ୍‌ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର
  • ||
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ହରିଦ୍ୱାର-ଋଷିକେଶ ତୀର୍ଥଯାତ୍ରାରେ ବରିଷ୍ଠ ନାଗରିକ: ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୪/୧୨: ବରିଷ୍ଠ ନାଗରିକଙ୍କୁ ତୀର୍ଥଯାତ୍ରାରେ ଯୋଜନାରେ ବାଲେଶ୍ୱରରୁ ବାହାରିଲା ଟ୍ରେନ। ବରିଷ୍ଠ ନାଗରିକଙ୍କୁ ତୀର୍ଥଯାତ୍ରାରେ ନେଇ ଗଲା ହରଦ୍ୱାର-ଋଷିକେଶ ଅଭିମୁଖେ ଯାତ୍ରା ଆରମ୍ଭ କରିଛି ।ଏହି ଯାତ୍ରାରେ ୯୭୦ଜଣଙ୍କ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଛି ଏହି ସ୍ୱତନ୍ତ୍ର ଟ୍ରେନ । ବରିଷ୍ଠ ନାଗରିକଙ୍କ ଏହି ତୀର୍ଥଯାତ୍ରାକୁ ଆଜି ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଶୁଭାରମ୍ଭ କରିବା ସହ ଯାତ୍ରୀଙ୍କୁ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆଇଆର୍‌ସିଟିସି ସହଯୋଗରେ ୨୦୧୬ରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏଯାବତ୍‌ ୧୨ଟି ତୀର୍ଥଯାତ୍ରୀ ଦଳ ଦେଶର ବିଭିନ୍ନ ତୀର୍ଥ ସ୍ଥାନ ବୁଲି ଦେଖିବାର ସୁଯୋଗ ପାଇଛନ୍ତି । ଆଜି ବାଲେଶ୍ୱର ଷ୍ଟେସନରୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର ଜିଲ୍ଲାର ୯୭୦ଜଣ ତୀର୍ଥଯାତ୍ରାକୁ ନେଇ ଏକ ସ୍ୱତନ୍ତ୍ର ଟ୍ରେନ୍‌ ହରିଦ୍ୱାର ଅଭିମୁଖେ ଯାତ୍ରା ଆରମ୍ଭ କରିଛି । ଯାତ୍ରୀମାନଙ୍କୁ ସହାୟତା ଯୋଗାଇବା ପାଇଁ ୩୦ଜଣ ଏସ୍‌କର୍ଟ ଅଫିସର ମଧ୍ୟ ଯାଇଛନ୍ତି । ତୀର୍ଥଯାତ୍ରାରେ ଯାଉଥିବା ଯାତ୍ରୀମାନେ ସରକାରଙ୍କ

ଏହି କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ଅବସରରେ ବାଲେଶ୍ୱର ଷ୍ଟେସନରେ ଆୟୋଜିତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଧାୟକମାନେ ଉପସ୍ଥିତ ରହି ତୀର୍ଥଯାତ୍ରୀମାନଙ୍କୁ ବିଦାୟ ଜଣାଇଥିଲେ ।

ଶୁକ୍ରବାର ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର୍‌.ବାଲକ୍ରିଷ୍ଣନ, ଉନ୍ନୟନ କମିଶନର ସୁରେଶ ମହାପାତ୍ର୍ର, ୫-ଟି ସଚିବ ଭି.କେ.ପାଣ୍ଡିଆନ ଓ ପର୍ଯ୍ୟଟନ ସଚିବ ବିଶାଲ ଦେବ ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ୨୦୧୬ରୁ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ଅଞ୍ଚଳର ପ୍ରାୟ ୧୨ ହଜାର ବରିଷ୍ଠ ନାଗରିକମାନେ ତୀର୍ଥ ଭ୍ରମଣର ସୁଯୋଗ ପାଇଛନ୍ତି । ୨୦୧୯-୨୦ ବର୍ଷରେ ୩ଟି ତୀର୍ଥ ଯାତ୍ରୀ ଦଳ ବ୍ରହ୍ମପୁରରୁ ରାମେଶ୍ୱର-ମଦୁରାଇ, ସମ୍ବଲପୁରରୁ ଆଗ୍ରା-ମଥୁରା-ବୃନ୍ଦାବନ, ଭୁବନେଶ୍ୱରରୁ ଆଲାହାବାଦ-ବାରାଣାସୀକୁ ଭ୍ରମଣର ସୁଯୋଗ ପାଇପାରିବେ ।