PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ ! ଯୁବକଙ୍କ ମୃତଦେହ ଉଦ୍ଧାର, ଗୁରୁତର ମହିଳାଙ୍କୁ ହସ୍ପିଟାଲରେ ଭର୍ତ୍ତି

ଦେବଗଡ ୮।୮: ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ । ବାରକୋଟ ଥାନା ମାଝିଚାକୁଣ୍ଡାପାଳ ଗ୍ରାମରେ ଘଟିଛି ଏଭଳି ହତ୍ୟାକାଣ୍ଡ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରିଥିବାବେଳେ ଗୁରୁତର ମହିଳାଙ୍କୁ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି ।

ସୂଚନା ଅନୁଯାୟୀ, ଦେବଗଡ ଜିଲ୍ଲା ବାରକୋଟ ଥାନା ମାଝିଚାକୁଣ୍ଡାପାଳ ଗ୍ରାମର ଶ୍ରଦ୍ଧାକର ମାଝୀଙ୍କ ପୁଅ ନରେଶ ମାଝୀ କେନ୍ଦୁଝରରେ ଚାକିରି କରନ୍ତି । ଗ୍ରାମରେ ତାଙ୍କ ସ୍ତ୍ରୀ ଓ ପରିବାର ଲୋକେ ରହୁଥିଲେ । ଶୁକ୍ରବାର ବିଳମ୍ବିତ ରାତିରେ ଭାଟସିଂ ଗ୍ରାମର ଧରଣୀ ନାଏକଙ୍କ ପୁଅ ସୁମନ୍ତ ନାଏକ ନରେଶଙ୍କ ସ୍ତ୍ରୀ ରହୁଥିବା କୋଠରୀରେ ପଶିଥିଲେ । ଲକ୍ଷ୍ମୀଙ୍କ ଶାଶୂ ଏହା ଜାଣିପାରି ପରିବାର ସଦସ୍ୟମାନଙ୍କୁ କହିଥିଲେ । ପରେ ନରେଶଙ୍କ ୨ ଭାଇ ଓ ବାପା ଉକ୍ତ କୋଠରୀରେ ଉଭୟଙ୍କୁ ଦେଖିବା ପରେ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ସହ ଧସ୍ତାଧସ୍ତି ହୋଇଥିଲା ।

ତେବେ ଶନିବାର ସକାଳେ ଉକ୍ତ କୋଠରୀ ଖଟ ଉପରେ ସୁମନ୍ତଙ୍କ ମୃତଦେହ ପଡିଥିବାବେଳେ ମହିଳାଙ୍କ ବାମ ହାତର ଶିରା କଟି ଅଚେତ୍ ହୋଇଥିବା ଦେଖିବାକୁ ମିଳିଥିଲା । କୌଣସି ସୂତ୍ରରୁ ସୂଚନା ପାଇ ଗୌଡସୁଗୁଡା ସରପଞ୍ଚ ବାରକୋଟ ଥାନା ପୋଲିସକୁ ସୂଚନା ଦେଇଥିଲେ । ବାରକୋଟ ଥାନା ଅଧିକାରୀ ରାଜେନ୍ଦ୍ର କୁମାର ମହାପାତ୍ର ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଅଚେତ୍ ଅବସ୍ଥାରେ ଥିବା ଲକ୍ଷ୍ମୀଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଦେବଗଡ଼ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ । ସେହିପରି ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ସାଇଣ୍ଟିଫିକ୍ ଟିମ୍ ସହାୟତାରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।