PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲ, ରାଷ୍ଟ୍ରପତିଙ୍କୁ ପଠାଇଲେ ଇସ୍ତଫା ପତ୍ର
  • ||
  • ଜ୍ଞାନବାପୀ ମସଜିଦ ବିବାଦ: ଶିବ ଲିଙ୍ଗକୁ ନେଇ ଆପତ୍ତିଜନକ ମନ୍ତବ୍ୟ ପଡିଲା ମହ‌ଙ୍ଗା, AIMIM ନେତା ଦାନିଶ କ୍ୟୁରେସୀ ଗିରଫ
  • ||
  • ଦେବଗଡ଼ : ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ, ଜନ୍ମକଲା ପୁଅକୁ କଟୁରୀରେ ହାଣି ହତ୍ୟାକଲା ସଇତାନ ବାପା
  • ||
  • ଭୁବନେଶ୍ଵର : ତିର୍ତ୍ତୋଲ ବିଧାୟକଙ୍କ କୋର୍ଟ ମ୍ୟାରେଜ୍‌କୁ ନେଇ ପରିବାରରେ ଅସନ୍ତୋଷ, ଆତ୍ମହତ୍ୟା ଉଦ୍ୟମ କଲେ ବିଜୟଙ୍କ ମାଆ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ଵର : ବରମୁଣ୍ଡା ତ୍ରିନାଥ ମନ୍ଦିର ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ପୁରୀ : ଜୀବନ ନେଲା ମୁକୁଳା ଡ୍ରେନ୍ ! ପୁରୀ ବଡଦାଣ୍ଡ ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • କଟକ : ପାଣି ଟାଙ୍କି ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||

କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ଵର, ୨୬/୦୧ : ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ନେଇ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ, କୋଭିଡର କେବେ ବି ଅନ୍ତ ହେବ ନାହିଁ । ଭାଇରସ୍‌ର ଗୋଟିଏ ପରେ ଗୋଟିଏ ଭାରିଏଣ୍ଟ ଆସିବ । କାରଣ ଭାଇରସ୍ ତାର ଚରିତ୍ର ବଦଳାଇ ଥାଏ । ଆଲ୍ଫା ପରେ ଡେଲ୍ଟା ଓ ତାର ସବ୍ ଭାରିଏଣ୍ଟ ଆସିଲା ତା ପରେ ଓମିକ୍ରନ୍ ଏବଂ ତାର ସବ୍ ଭାରିଏଣ୍ଟ ଆସିଛି । ଏମିତି ବି ଏବେ ହୋଇଥିବ ଅନେକ ନୂଆ ଭାରିଏଣ୍ଟ ଥିବ ଆମେ ଜାଣି ନଥିବା । ଓମିକ୍ରନ୍‌ର ପ୍ରଭାବ କମିଗଲେ ହୁଏତ ନୂଆ ଭାରିଏଣ୍ଟ ଆସିପାରେ । ବର୍ତ୍ତମାନ ବି କୋଭିଡ ଉପରେ ଗବେଷଣା ଚାଲିଛି ।

ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ପୁଣି କହିଛନ୍ତି ଯେ, ଯେବେ ପାଣ୍ଡେମିକ ବା କୌଣସି ଭାରିଏଣ୍ଟ ଖସେ ତାହା ତଳ ଉପର ହୋଇଥାଏ । ରାଜ୍ୟରେ ବର୍ତ୍ତମାନ ସଂକ୍ରମଣ ତଳ ଉପର ହେବାରେ ଲାଗିଛି । ମାତ୍ର ଏଥିପାଇଁ ଆତଙ୍କିତ ହେବାର ଆବଶ୍ୟକତା ନାହିଁ।