ପ୍ରବଳ ବର୍ଷାରେ ସ୍ଥିତି ବେହାଲ: ଗଞ୍ଜାମ ପରେ ଏହି ୨ଟି ଜିଲ୍ଲାରେ ଆଜି ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ବର ୨୫।୯: ଘୂର୍ଣ୍ଣିବଳୟ ଯୋଗୁ ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ମଙ୍ଗଳବାର ଠାରୁ ବର୍ଷା ଲାଗି ରହିଛି । ଏହି ଲଗାଣ ବର୍ଷା ଯୋଗୁଁ ଆଜି (ବୁଧବାର) ଗଞ୍ଜାମ ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା କରିଥିଲେ ଜିଲ୍ଲା ପ୍ରଶାସନ। ଗଞ୍ଜାମ ପରେ ଏବେ ପୁରୀ ଓ ଗଜପତି ଜିଲାରେ ଲଗାଣ ବର୍ଷା ଯୋଗୁ ଅନେକ ବିଦ୍ୟାଳୟ ପାଣିଘେରରେ ରହିଛି। ଏହାକୁ ଦୃଷ୍ଟିରେ ରଖି ୩ଟି ଜିଲାରେ ବୁଧବାର ସମସ୍ତ ବିଦ୍ୟାଳୟକୁ ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । କିନ୍ତୁ ସ୍କୁଲରେ ଶିକ୍ଷକମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଲଗାଣ ବର୍ଷାରେ ଗଞ୍ଜାମରେ ସ୍ଥିତି ସାଂଘାତିକ ରହିଛି । ତେଣୁ ଆବଶ୍ୟକ ସ୍ଥଳେ ସ୍କୁଲ ଗୁଡିକୁ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ୨ଦିନ ହେବ ସହରରେ ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

ଲଗାଣ ବର୍ଷା ହେତୁ ବିଭିନ୍ନ ସ୍ଥାନରେ ପାଣି ଜମିବା ସହ ଘରେ ପାରି ପଶିଛି। ସହର ଭିତରେ କେଉଁଠି ଜଳ ଢେଉ ଖେଳୁଛି ତ କେଉଁଠି ଆଣ୍ଠୁଏ ଉଚ୍ଚର ପାଣି। ଲଗାଣ ବର୍ଷା ଯୋଗୁ ରାସ୍ତା ଉପରେ ପାଣି ଚାଲୁଥିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି।

   ସମ୍ବନ୍ଧିତ ଖବର


ଦୋକାନ ଛାତ କଣାକରି ଦୁଇକିଲୋ ସୁନା ଅଳଙ୍କାର ଚୋରି କରିନେଲେ ଦୁର୍ବୃତ୍ତ..

ନଦୀକୁ ମାଛ ଧରିବାକୁ ଯାଇ ଦୁଇଦିନ ହେବ ନିଖୋଜ ଅଛନ୍ତି ଯୁବକ, କୁମ୍ଭୀର ଭିଡି ନେଇଥିବା ସନ୍ଦେହ…

କୋଭିଡ କଟକଣା ଭିତରେ ପୂଜାହେଲା ସମଲେଶ୍ବରୀଙ୍କ ବଏଲ ପୂଜା…

ନଭେମ୍ବର ମାର୍ଗଦର୍ଶିକା ଜାରି: ଟ୍ୱିନ୍‌ ସିଟିରେ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ

ନିଜ ସର୍ଭିସ ରିଭଲଭରରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ସିଆର୍ପିଏଫ୍ ଯବାନ

ଏରିଆ ଅଧିକ ଦାୟିତ୍ବ ବେଶି, କିନ୍ତୁ ତେଲ ସରିଯିବା ଭୟରେ କମିଛି ପିସିଆର୍ ପାଟ୍ରୋଲିଂ: ପୋଲିସ ଗାଡି ନଦେଖି ବଢ଼ିଛି ଅପରାଧୀଙ୍କ ସାହସ