ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ କଚିବ ବର୍ଷା; ଏହି ସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର ୨୨।୪: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ଝଡ ସାଙ୍ଗକୁ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଳ୍ଲାକୁ ସତର୍କ ସୂଚନା ଜାରି କରିଛି।

ଝଡବର୍ଷା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦କିମି ବେଗରେ ପବନ ବହିବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ନୂଆପଡ଼ା ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଏହି ଝଡ଼ବର୍ଷା ସମୟରେ ଏହି ୫ଟି ଜିଲ୍ଲାବାସୀ ଘରୁ ବାହାରିବା ସମୟରେ ସତର୍କତା ଅବଲମ୍ବନ କରିବାକୁ ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ରିପୋର୍ଟରୁ ପ୍ରକାଶ ପାଇଛି।

ତେବେ ୨୩ ଓ ୨୪ ତାରିଖରେ ବି କାଳବୈଶାଖୀ ଆଶଙ୍କା ରହିଛି। ୨୫ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଅନୁମାନ କରାଯାଉଛି। ୨୩ରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା ଓ ୨୪ରେ ମୟୁରଭଞ୍ଜ, କେନ୍ଦୁଝର, କନ୍ଧମାଳ, କୋରାପୁଟ, ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

   ସମ୍ବନ୍ଧିତ ଖବର


ଉଗ୍ରରୂପ ନେଉଛି କୃଷକ ଆନ୍ଦୋଳନ, ଦିଲ୍ଲୀର ୯ଟି ଷ୍ଟାଡିୟମକୁ ଅସ୍ଥାୟୀ ଜେଲ୍ କରିବାକୁ ଅନୁମତି ମାଗିଲା ପୋଲିସ…

ସ୍ବାମୀଙ୍କୁ ମହଙ୍ଗା ପଡିଲା ପରକୀୟା ପ୍ରୀତି, ହାତ ଗୋଡ ବାନ୍ଧି ନଦୀରେ ଫୋପାଡିଲେ ସ୍ତ୍ରୀ

ରାଜ୍ୟରେ କରୋନା ନେଲା ଆଉ ୧୪ ମୁଣ୍ଡ: ମୃତକଙ୍କ ସଂଖ୍ୟା ୧୭୧୮କୁ ବୃଦ୍ଧି

ଓଡ଼ିଶାରେ ତଳକୁ ଖସିଲା କରୋନା ଗ୍ରାଫ୍: ୨୪ଘଣ୍ଟା ଆଉ ୫୯୪ ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୭ହଜାର ଟପିଲା

କନଷ୍ଟେବଳଙ୍କୁ ମହଙ୍ଗା ପଡିଲା ପରକୀୟା ପ୍ରୀତି: ଅବିବାହିତ କହି ଯୁବତୀଙ୍କ ସହ ରଖିଥିଲେ ଶାରୀରିକ ସମ୍ପର୍କ, ଫେରାର କର୍ମଚାରୀକୁ ବାନ୍ଧିଲା ପୁଲିସ୍

ବିଜେପିକୁ ଓବେସୀଙ୍କ କଡାପ୍ରଶ୍ନ, ବିଜେପି ଶାସିତ ୪ ରାଜ୍ୟରେ କାହିଁକି ନାହାନ୍ତି ଜଣେ ହେଲେ ମୁସଲିମ ମନ୍ତ୍ରୀ ?