PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ହାଲୁକା ହେଉନି ସ୍କୁଲ୍‌ ପିଲାଙ୍କ ବସ୍ତାନି ବୋଝ: ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବେ ଡିଇଓ

କଟକ,୫ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସ୍କୁଲ୍‌ ପିଲାଙ୍କ ବସ୍ତାନି ବୋଝ ହାଲୁକା ନେଇ ଗାଇଡ୍‌ଲାଇନ୍‌ ଲାଗୁ ହୋଇଛି । ଏହି ଗାଇଡ୍‌ଲାଇନ୍‌ ସମ୍ପର୍କରେ ପ୍ରତ୍ୟେକ ସ୍କୁଲ୍‌ କର୍ତ୍ତୃପକ୍ଷଙ୍କୁ ମଧ୍ୟ ଅବଗତ କରାଯାଇଛି । ଏହାସତ୍ତେ୍ୱ ପିଲାଙ୍କ ବସ୍ତାନି ବୋଝ ହାଲୁକା ହେଉନି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ରିପୋର୍ଟ ଦାଖଲ ପରେ ଓଡ଼ିଶା ହାଇକୋର୍ଟ ଏଥିରେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିବା ସହ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଏହି ନିୟମ କିପରି କାର୍ଯ୍ୟକାରୀ ହେବ ସେ ଦିଗରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଯଦି ଏହାପରେ ବି’ କୌଣସି ସ୍କୁଲ୍‌ରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ଗାଇଡ୍‌ଲାଇନ୍‌ କାର୍ଯ୍ୟକାରୀ ହେଉନଥାଏ ତାହେଲେ ଆବେଦନକାରୀ ସମ୍ପୃକ୍ତ ସ୍କୁଲ୍‌ କର୍ତ୍ତୃପକ୍ଷଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ କରିପାରିବେ ବୋଲି ହାଇକୋର୍ଟ ଆଦେଶରେ ସ୍ପଷ୍ଟ କରିଛନ୍ତି । ଆବେଦନକାରୀ ଆଇନଜୀବୀ କହ୍ନେୟାଲାଲ୍‌ ଶର୍ମାଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଜାଭେରୀ ଏବଂ ବିଚାରପତି ଜଷ୍ଟିସ୍‌ କେ.ଆର୍‌. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୨୩ରେ ମାମଲାର ଶୁଣାଣି ରହିଛି । ହାଇକୋର୍ଟ ଏ ସଂକ୍ରାନ୍ତରେ ଯେଉଁ ରାୟ ପ୍ରକାଶ କରିଛନ୍ତି ଏଥିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ଗାଇଡ୍‌ଲାଇନ୍‌କୁ ସ୍ପଷ୍ଟ ଭାବେ ଉଲ୍ଲେଖ କରିଛନ୍ତି । ଏହି ଗାଇଡ୍‌ଲାଇନ୍‌ରେ ଦୁଇଟି କଥା କୁହାଯାଇଛି । ଗୋଟିଏ ହେଲା ସ୍କୁଲ୍‌ରେ ଶିକ୍ଷା ପ୍ରଣାଳୀ କିପରି ହେବା ଆବଶ୍ୟକ ଓ ଦ୍ୱିତୀୟରେ ପ୍ରଥମରୁ ଦଶମ ଭିତରେ ସ୍କୁଲ୍‌ ବସ୍ତାନିର ବୋଝ କେତେ ରହିବା ଦରକାର ।

ଉଲ୍ଲେଖଯୋଗ୍ୟ, ଆଇସିଏସ୍‌ଇ ଏବଂ ସିବିଏସ୍‌ଇ ପାର୍ଟନରେ ପଢୁଥିବା ପିଲାଙ୍କ ଲାଗି ପାଠପଢ଼ା ଅପେକ୍ଷା ବସ୍ତାନି ଏବେ ବୋଝରେ ପରିଣତ ହୋଇଛି । ଏହି ବସ୍ତାନି ବୋଝ ହ୍ରାସ କରିବା ଲାଗି କେନ୍ଦ୍ର ସରକାର ଏକ ବିଜ୍ଞପ୍ତି କରି ଏହାକୁ ପ୍ରତ୍ୟେକ ରାଜ୍ୟ ସରକାର କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଥିଲେ । କିନ୍ତୁ ଓଡିଶା ସରକାର ଏହାକୁ କାର୍ଯ୍ୟକାରୀ ନକରିବାରୁ ଆବେଦନକାରୀ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ । ହାଇକୋର୍ଟରେ ମାମଲା ରୁଜୁ ପରେ ରାଜ୍ୟ ସରକାର ଏହି ନୀତି କାର୍ଯ୍ୟକାରୀ କରିବା ଲାଗି ଏକ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ କରିଥିଲେ ।

ମାର୍ଚ୍ଚ ୮ ତାରିଖରେ ଏହି ଗାଇଡ୍‌ଲାଇନ୍‌ ରାଜ୍ୟରେ ଲାଗୁ ହୋଇଥିଲା । ଏହି ଗାଇଡ୍‌ଲାଇନ୍‌ ଅନୁସାରେ ପ୍ରତ୍ୟେକ ବିଦ୍ୟାଳୟ ସେମାନଙ୍କ ପିଲାଙ୍କୁ ବସ୍ତାନିର ବୋଝ ସ୍ଥିର କରିବାକୁ ନିର୍ଦ୍ଦେଶ ହୋଇଥିଲା । ଏ ସଂକ୍ରାନ୍ତରେ ହାଇକୋର୍ଟଙ୍କୁ ଅବଗତ ମଧ୍ୟ କରାଯାଇଥିଲା । ଏହି ଗାଇଡ୍‌ଲାଇନ୍‌ ଅନୁଯାୟୀ ପ୍ରତ୍ୟେକ ବିଦ୍ୟାଳୟ ବସ୍ତାନିର ବୋଝ ହାଲୁକା କରିଛନ୍ତି କି’ ନାହିଁ ତାହା ଜାଣିବା ଲାଗି ହାଇକୋର୍ଟ ଡିଇଓମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । କିନ୍ତୁ ଡିଇଓଙ୍କ ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ଜବାବରେ ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରି ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଆଇନଜୀବୀ ଦୀପ୍ତିରଞ୍ଜନ ମହାପାତ୍ର ମାମଲା ପରିଚାଳନା କରୁଛନ୍ତି ।

ସମ୍ବନ୍ଧିତ ଖବର