PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ସମଲିଙ୍ଗୀ ସାଥୀଙ୍କ ସୁରକ୍ଷା ମାମଲା: ପୀଡ଼ିତାଙ୍କୁ ଭିଡିଓ କନ୍‌ଫରେନ୍‌ସିଂରେ ହାଜର କରିବାକୁ ଏସ୍‌ପିଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୧/୦୮: ଜଣେ ଯୁବତୀ ତାଙ୍କ ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ପାଇଁ ହାଇକୋର୍ଟରେ ରୁଜୁ କରିଥିବା ହେବିଅସ୍‌ କର୍ପସ ମାମଲାରେ ଯାଜପୁର ଏସ୍‌ପି ପ୍ରାଥମିକ ତଦନ୍ତ ରିପୋର୍ଟ ଦାଖଲ କରିଛନ୍ତି । ବରୀ ଥାନା ଅଧିକାରୀ ପୀଡ଼ିତା ଯୁବତୀଙ୍କ ଘରକୁ ଯାଇ ତଦନ୍ତ କରିଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ପୀଡ଼ିତା ଯୁବତୀ ଏବଂ ଆବେଦନକାରୀଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଥିଲା । ଏପରିକି ସେ ତାଙ୍କ ସମଲିଙ୍ଗୀ ସାଥୀଙ୍କୁ ବିବାହ କରିବାକୁ ଚାହାନ୍ତି ବୋଲି ଲିଖିତ ଭାବେ ଆଇଆଇସିଙ୍କୁ ଜଣାଇଛନ୍ତି ।

ଅପରପକ୍ଷରେ ପୀଡ଼ିତା ଯୁବତୀଙ୍କ ମା’ ଏବଂ ମାମୁ ମଧ୍ୟ ଲିଖିତ ରିପୋର୍ଟ ଆଇଆଇସିଙ୍କୁ ପ୍ରଦାନ କରିଛନ୍ତି । ସେମାନେ ତାଙ୍କ ଝିଅକୁ ତା’ର ଇଛା ବିରୋଧରେ କୌଣସି ଜାଗାରେ ବିବାହ ଦେବେ ନାହିଁ ଏବଂ ତାକୁ ଶାରୀରିକ କିମ୍ବା ମାନସିକ ନିର୍ଯାତନା ଦେବେ ନାହିଁ ବୋଲି ଲିଖିତ ଭାବେ ଦର୍ଶାଇଛନ୍ତି । ଏହି ଲିଖିତ ରିପୋର୍ଟକୁ ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରୀ ଆଇନଜୀବୀ ଶାଶ୍ୱତା ପଟ୍ଟନାୟକ ଆଜି ହାଇକୋର୍ଟରେ ଦାଖଲ କରିଥିଲେ । ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ଏସ୍‌. କେ. ମିଶ୍ର ଏବଂ ବିଚାରପତି ଜଷ୍ଟିସ୍‌ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ପୀଡ଼ିତା ଯୁବତୀଙ୍କୁ ପରବର୍ତ୍ତୀ ଶୁଣାଣି ବେଳେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ହାଜର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଆସନ୍ତା ୧୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ସେହିଦିନ ୧୧ଟା ବେଳେ ଯାଜପୁର ଏସ୍‌ପି ପୀଡ଼ିତାଙ୍କୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ହାଜର କରିବେ ।