ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ସ୍ନାନଯାତ୍ରା ଦର୍ଶନ ନେଇ ମାମଲା: ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ

କଟକ, ୫/୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଦର୍ଶନ ଉପରେ ରାଜ୍ୟ ସରକାର ନିଷେଧାଦେଶ ଜାରି କରିଥିଲା ବେଳେ ଏହାକୁ ବିରୋଧ କରି ମାମଲା ରୁଜୁ ହୋଇଥିଲା । ଏ ବ୍ୟାପାରରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଛନ୍ତି ।

ଗୁରୁବାର ମାମଲାରେ ଆଡ୍‌ଭୋକେଟ୍‌ ଜେନେରାଲ ଅଶୋକ ପରିଜା ଜବାବ ରଖି ଦର୍ଶାଇଥିଲେ ଯେ, ବର୍ତ୍ତମାନ ଯଦି ଭକ୍ତମାନଙ୍କୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଛାଡ଼ି ଦିଆଯାଏ ତାହେଲେ ୫ ଲକ୍ଷରୁ ଊଦ୍ଧ୍ୱର୍ ଲୋକଙ୍କ ସମାଗମ ହେବାର ସମ୍ଭବନା ରହିଛି । ଏହାଦ୍ୱାରା କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ସହ କରୋନା ସଂକ୍ରମଣ ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଅଞ୍ଚଳରେ ୧୪୪ ଧାରା ଜାରି କରିଛନ୍ତି ।

ଅପରପକ୍ଷରେ ଭକ୍ତଙ୍କ ଲାଗି ମହାପ୍ରଭୁଙ୍କ ସ୍ନାନଯାତ୍ରାର ଦର୍ଶନ ପାଇଁ ଟିଭି ଜରିଆରେ ଲାଇଭ୍‌ ଟେଲିକାଷ୍ଟ କରାଯିବାର ବ୍ୟବସ୍ଥା କରାଯାଇଛି । ଆଡଭୋକେଟ୍‌ ଜେନେରାଲଙ୍କ ଏହି ଜବାବ ପରେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଏବଂ ବିଚାରପତି ଜଷ୍ଟିସ୍‌ ବି.ଆର. ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଥିରେ ହସ୍ତକ୍ଷେପ କରିବାକୁ ମନା କରିବା ସହ ମାମଲାର ଅନ୍ତ ଘଟାଇଛନ୍ତି । ସମାଜସେବୀ ଜଗନ୍ନାଥପ୍ରେମୀ ଜୟନ୍ତ କୁମାର ବଳଙ୍କ ପକ୍ଷରୁ ରୁଜୁ ମାମଲାକୁ ବରିଷ୍ଠ ଆଇନଜୀବୀ ଅଶୋକ କୁମାର ମହାପାତ୍ର, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁବ୍ରତ କୁମାର ମହାନ୍ତି ପରିଚାଳନା କରୁଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.