PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଆଜିର ରାଶିଫଳ (୦୧/୦୬, ମଙ୍ଗଳବାର)

ମେଷ: ଏକାଦଶ ଚନ୍ଦ୍ର ହେତୁ ଆୟର ମାର୍ଗ ଅତି ଉତ୍ତମ ହେବ। କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଓ ଅନ୍ୟକୁ ଦେଇଥିବା ଧନ ଫେରି ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। କର୍ମରେ ସଫଳତା, ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଅଧିକ ଉପକୃତ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଉଦ୍‌ଯୋଗ କରିବେ। ମହିଳାମାନେ ସଂଚୟ କରିବାରେ ରୁଚି ରଖିବେ। ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୧୧, ଆରାଧନା- ପ୍ରଭୁ ହନୁମାନ।

ବୃଷ: ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ରଖିବେ। କର୍ମରେ ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଓ ନୂତନ କର୍ମାରମ୍ଭର ଯୋଜନା କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ବ୍ୟବସାୟରେ ଅଧିକ ପରିଶ୍ରମ କରିବେ। ମନ ପ୍ରଫୁଲ, ସ୍ୱାସ୍ଥ୍ୟ ଉତ୍ତମ ଓ ପରିବାରରେ ହସଖୁସିର ପରିବେଶ ରହିବ। ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ କର୍ମରେ ଯତ୍ନବାନ ହେବେ। ମହିଳାମାନଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଶୁଭରଙ୍ଗ-ସିଲ୍‌ଭର, ଶୁଭସଂଖ୍ୟା-୪, ଆରାଧନା- ମା’ କମଳା।

ମିଥୁନ: ଘାତଚନ୍ଦ୍ର ହେତୁ ମାନ, ସମ୍ମାନ ହାନି, ଗୁରୁଜନଙ୍କ ସହ ବିବାଦ ଓ ନିଜର ଅତି ପ୍ରିୟ ବନ୍ଧୁଙ୍କ ସହ ମତାନ୍ତର ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ। କର୍ମରେ ମାନ,ସମ୍ମାନ ହାନି ଓ ପଦସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ମୃଗଶିରା ମିଥୁନ ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ। ମହିଳାମାନେ ଅପମାନ, ଅପଯଶ ପାଇବେ । ଶୁଭରଙ୍ଗ-ଚକୋଲେଟ୍‌, ଶୁଭସଂଖ୍ୟା-୬, ଆରାଧନା-ମା’ ତ୍ରିପୁର ସୁନ୍ଦରୀ।

କର୍କଟ: ଅଷ୍ଟମ ଚନ୍ଦ୍ର ହେତୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ। ସଂଚିତ ଅର୍ଥ ଆସ୍ତେ ଆସ୍ତେ ଖର୍ଚ୍ଚ ହୋଇ ଆସିବ ଓ ଆର୍ଥିକ ଅବସ୍ଥା ବିଗିଡ଼ିଯିବ। କର୍ମରେ ବାଧାବିଘ୍ନ ଓ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ। ଧନ କ୍ଷତି, ମନ ଅସ୍ଥିର ଓ ଶାରୀରିକ ପୀଡ଼ା ଭୋଗିବେ। ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ସତର୍କ ରହିବେ। ବିଦ୍ୟାର୍ଥୀ, କ୍ରିଡ଼ାବିତ୍‌ କର୍ମ ପ୍ରତି ବିମୁଖ ହେବେ। ମହିଳାମାନେ ଥଣ୍ଡା ରୋଗରେ ପଡ଼ିବେ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୫, ଆରାଧନା-ଭଗବାନ ଶିବ।

ସିଂହ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଓ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ। କର୍ମରେ ସଫଳତା, ମାନ, ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରର କୌଣସି ସଦସ୍ୟ କିମ୍ବା ପୁତ୍ରକନ୍ୟାଙ୍କ ମାଙ୍ଗଳିକ କର୍ମର ଆୟୋଜନ କରିବେ। ପରିବାରରେ ସୁଖ, ଶାନ୍ତିର ପରିବେଶ ରହିବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେ । ଯେଉଁମାନଙ୍କର ପୁର୍ବଫାଲ୍‌ଗୁନୀ ସିଂହ ସେମାନେ ଅଧିକ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସୁଖୀ ହେବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୩, ଆରାଧନା- ପ୍ରଭୁ ଗଜାନନ।

କନ୍ୟା: କଥାବାର୍ତ୍ତା, ଚାଲିଚଳନ, ବ୍ୟବହାର ଆକର୍ଷଣୀୟ ହେବ ଓ ସମସ୍ତଙ୍କୁ ସମ୍ମୋହନ କରିବାର ଶକ୍ତି ଜାଗ୍ରତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ଅଧିକ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସୁନାମ ଅର୍ଜନ କରିବେ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ରୁଚି ରଖିବେ । ଶୁଭରଙ୍ଗ-ସବୁଜ, ଶୁଭସଂଖ୍ୟା-୪, ଆରାଧନା-ମା’ ଷୋଡ଼ଶୀ।

ତୁଳା : ମାନସିକ ଅସ୍ଥିରତା, ମାନ, ସମ୍ମାନ ହାନୀ, ଇତର ଜନଠାରୁ ଅପମାନ ପାଇବେ। ସନ୍ତାନମାନଙ୍କ କର୍ମକୁ ନେଇ ଦୁଃଖୀ ହେବେ ଓ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ। ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ ଓ କର୍ମରେ ଅସ୍ଥିରତା ଲାଗି ରହିବ। ଯେଉଁମାନଙ୍କର ଚିତ୍ରା ତୁଳା ସେମାନେ ସତର୍କ ରହିବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଆଳସ୍ୟତା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ। ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୨, ଆରାଧନା-ମା’ ସମଲେଶ୍ୱରୀ।

ବିଛା : ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ ଓ ପରିବହନରେ ଆୟ ଅଧିକ ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। କର୍ମରେ ସଫଳତା, ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଗୁରୁଜନଙ୍କ କୃପା, ପଡ଼ୋଶୀଙ୍କ ସହାୟତା ଓ ବନ୍ଧୁବାନ୍ଧବଙ୍କ ସହାୟତା ଲାଭ କରିବେ। ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ଅଧିକ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଆମୋଦ, ପ୍ରମୋଦରେ ମନ ଦେବେ। ମହିଳାମାନେ ଗୁରୁଜନଙ୍କ ସେବା କରିବେ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୬, ଆରାଧନା-ପ୍ରଭୁ ସ୍କନ୍ଦ ।

ଧନୁ: ନୂତନ କର୍ମାରମ୍ଭର ଯୋଜନା କରିବେ ଓ କର୍ମରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଓ ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ହେବ । ଭାଇ, ଭଉଣୀଙ୍କ ସହ ସୁସମ୍ପର୍କ ଓ ମନରେ ସକାରାତ୍ମକ ଚିନ୍ତାଧାରା ପ୍ରକାଶ ପାଇବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ମନୋନିବେଶ କରିବେ । ମହିଳାମାନେ ପରିବାରର ସେବାରେ ବ୍ରତୀ ହେବେ। ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୭, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ ।

ମକର: ଘାତବାର ଓ ଦ୍ୱିତୀୟ ଚନ୍ଦ୍ର ହେତୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ଆର୍ଥିକ କାରବାର କଲାବେଳେ ସତର୍କ ରହିବେ ଓ ବାଦବିବାଦରୁ ଦୂରେଇ ରହିବେ। ବାଣିଜ୍ୟ, ବ୍ୟବସାୟ କ୍ଷତିରେ ଚାଲିବ ଓ କର୍ମରେ ବିଘ୍ନ ଘଟିବ। ଯେଉଁମାନଙ୍କର ଧନିଷ୍ଠା ମକର ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ। ଶୁଭରଙ୍ଗ-ଆକାଶିଆ, ଶୁଭସଂଖ୍ୟା-୩, ଆରାଧନା-ମା’ ବିମଳା।

କୁମ୍ଭ: ଆମୋଦ, ପ୍ରମୋଦ ଓ ମଉଜ,ମଜଲିସ୍‌ ପ୍ରତି ଅଧିକ ଆଗ୍ରହ ରହିବ। ପରିବାରକୁ ଆଜି ଅଧିକ ସମୟ ଦେବେ ଓ ପରିବାରରେ ସ୍ୱର୍ଗ ସୁଖ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଓ କର୍ମରେ ସଫଳତା, ପ୍ରଶଂସା ଏବଂ ସ୍ୱଳ୍ପ ପରିଶ୍ରମରେ ଅଧିକ ଫଳ ପାଇବେ। ଯେଉଁମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଅଧିକ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଧ୍ୟାନ ଦେବେ । ମହିଳାମାନେ ସୌଭାଗ୍ୟବତୀ ହେବେ। ଶୁଭରଙ୍ଗ-ଧୂସର, ଶୁଭସଂଖ୍ୟା-୧୧, ଆରାଧନା-ମା’ ଭୈରବୀ।

ମୀନ: ଘାତଚନ୍ଦ୍ର ହେତୁ ଅଯଥା ଖର୍ଚ୍ଚଭାର ବଢ଼ିଚାଲିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ। କର୍ମରେ ଆଳସ୍ୟତା ବୃଦ୍ଧି ପାଇବ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ। ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ ସେମାନେ ସ୍ୱାସ୍ଥ୍ୟ ପ୍ରତି ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମଠାରୁ ଦୂରେଇ ଯିବେ। ମହିଳାମାନେ ଧନକ୍ଷତି କରିବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୫, ଆରାଧନା- ପ୍ରଭୁ ଗଜାନନ।