PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ଆଜିର ରାଶିଫଳ (୯/୮, ରବିବାର)

ମେଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ଯଥାର୍ଥ ରୂପେ ପାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । ଚାକିରିରେ ନିଷ୍ଠା ରହିବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ବୃଷ- ଶୁକ୍ଳପକ୍ଷ ପଞ୍ଚମରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ଉତ୍ତେଜନା ରହିବ । ସାଂସାରିକ ସନ୍ତାନ ସନ୍ତତିଙ୍କୁ ନେଇ ଚିନ୍ତା ରହିବ । ମହିଳାମାନେ ବିରକ୍ତିମନା ରହିବେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ମିଥୁନ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କଠିନ ପରିଶ୍ରମ କରି ସାଧାରଣ ଫଳ ପାଇବେ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ବିଶେଷ ସୁଫଳ ମିଳିବ ନାହିଁ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

କର୍କଟ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହେବ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।

ସିଂହ-ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

କନ୍ୟା- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ଚାକିରିରେ ପ୍ରଶଂସିତ ହେବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ତୁଳା- ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବ୍ୟୟ ବହୁଳତା ରହିବ । ସାଂସାରିକ ବିରକ୍ତିମନା ରହିବେ । ମହିଳାମାନେ ହତୋତ୍ସାହ ରହିବେ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ବିଛା-ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ରହିବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ଧନୁ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଚଳଚଞ୍ଚଳ ରହିବେ । ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ପାଇବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

ମକର- ଶକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପୁରାତନ ସମସ୍ୟାରୁ ମୁକ୍ତି ପାଇବେ । ସାଂସାରିକ ଧର୍ମ କର୍ମରେ ମନ ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।

କୁମ୍ଭ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ । ସାଂସାରିକ କଳହ ଓ ଅଶାନ୍ତି ରହିବ । ମହିଳାମାନେ ନିଜକୁ ହେୟ ମନେ କରିବେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମୀନ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ଉନ୍ନତି ସାଧନ ହେବ । ଚାକିରିରେ ପଦୋନ୍ନତି ହେବ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।