PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଆଜିର ରାଶିଫଳ (୦୪/ ୦୬, ଶୁକ୍ରବାର)

ମେଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ । ବହୁତ ଭାବିଚିନ୍ତି ଖର୍ଚ୍ଚ କରିବେ ଓ ଅଯଥା ଖର୍ଚ୍ଚଭାରରୁ ମୁକ୍ତ ହେବେ । କର୍ମରେ ସଫଳତା ଓ ଅଟକିଥିବା କାମକୁ ସଫଳତାର ସହ ପୂର୍ଣ୍ଣାଙ୍ଗ କରିବେ । ମନରୁ କୁଚିନ୍ତା, କୁଭାବନା ତ୍ୟାଗ କରିବେ ଓ ମନରେ ସତ୍‌ ଚିନ୍ତା, ସଦ୍‌ଭାବନା ଓ ଧାର୍ମିକ ଭାବନା ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଧ୍ୟାନ ଦେବେ । ମହିଳାମାନେ ମିିତବ୍ୟୟୀ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୧୧, ଆରାଧନା- ପ୍ରଭୁ ହନୁମାନ ।

ବୃଷ: ଏକାଦଶ ଚନ୍ଦ୍ର ହେତୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ବ୍ୟବସାୟ ସମ୍ପ୍ରସାରଣ କିମ୍ବା ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ ଓ କୌଣସି ଅର୍ଥ ଲଗାଣକାରୀ ସଂସ୍ଥାରେ ଧନ ବିନିଯୋଗ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଯତ୍ନ କରିବେ । ମହିଳାମାନେ ଉଦ୍‌ଯୋଗୀ ହେବେ । ଶୁଭରଙ୍ଗ-ସିଲ୍‌ଭର, ଶୁଭସଂଖ୍ୟା-୪, ଆରାଧନା- ମା’ ସମଲେଶ୍ୱରୀ ।

ମିଥୁନ: କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ନୂତନ କର୍ମାରମ୍ଭର ଯୋଜନା କରିବେ ଓ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ରହିବ । ପରିବାରର ହସଖୁସି ଅତୁଟ ରହିବ ଓ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଉଦ୍‌ଯୋଗ କରିବେ । ମହିଳାମାନଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୬, ଆରାଧନା-ମା’ ଭୈରବୀ ।

କର୍କଟ: ମାନ, ସମ୍ମାନ ହାନି, ମାନସିକ ଅସ୍ଥିରତା ଓ କୃତ କର୍ମର ପଶ୍ଚାତାପ କରିବେ । କୌଣସି କାରଣକୁ ନେଇ ଚିନ୍ତାଗ୍ରସ୍ତ ଓ •ପଗ୍ରସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ । କର୍ମରେ ମାନ, ସମ୍ମାନ ହାନି ଓ ପଦସ୍ଥ କର୍ମ•ରୀଙ୍କ ରୋଷର ଶିକାର ହେବେ । କ୍ଷମତାଶାଳୀ ଓ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ଅପମାନ ପାଇବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧, ଆରାଧନା-ମା’ ଭୁବନେଶ୍ୱରୀ ।

ସିଂହ : ଅଷ୍ଟମ ଚନ୍ଦ୍ର ହେତୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ ଆୟର ଅଧା ଅଂଶ ବଦ୍‌ଖର୍ଚ୍ଚରେ ଯିବ । କର୍ମରେ ବାଧାବିଘ୍ନ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ଯେଉଁମାନଙ୍କର ପୂର୍ବଫାଲ୍‌ଗୁନୀ ସିଂହ ସେମାନେ ସତର୍କ ରହିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୬, ଆରାଧନା- ପ୍ରଭୁ ଗଜାନନ ।

କନ୍ୟା: ସପ୍ତମ ଚନ୍ଦ୍ର ହେତୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ଲାଭ କରିବେ । ପରିବାରରେ ହସଖୁସିର ପରିବେଶ ରହିବ ଏବଂ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଯେଉଁମାନଙ୍କର ଉତ୍ତରା ଫାଲ୍‌ଗୁନୀ ଓ ଚିତ୍ରା କନ୍ୟା ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୮, ଆରାଧନା-ମା’ ଷୋଡ଼ଶୀ ।

ତୁଳା : ରୋଗ, ଋଣ, ଶତ୍ରୁ – ଏ ତିନୋଟିରୁ କେତେକାଂଶରେ ମୁକ୍ତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ମନରେ ଉତ୍ସାହ, ଉଦ୍ଦୀପନା, ପ୍ରତ୍ୟୁତ୍ପନମତି, ଦୂରଦୃଷ୍ଟି, ଜ୍ଞାନ, ବୁଦ୍ଧି ପ୍ରକାଶ ପାଇବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଉଚ୍ଚ ଆଶା ରଖିବେ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ରୁଚି ରଖିବେ । ଶୁଭରଙ୍ଗ-ସିଲ୍‌ଭର, ଶୁଭସଂଖ୍ୟା-୧୨, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ ।

ବିଛା : ଘାତବାର ଓ ପଞ୍ଚମ ଚନ୍ଦ୍ର ହେତୁ ମନ ଅସ୍ଥିର ରହିବ ଓ ଇତର ଜନଠାରୁ ଅପମାନ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ବିଫଳତା ଓ ମାନ, ସମ୍ମାନ ହାନି ଘଟିବ । ସନ୍ତାନମାନେ ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଅବସାଦଗ୍ରସ୍ତ ହେବେ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସତର୍କ ରହିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୫, ଆରାଧନା-ପ୍ରଭୁ ସ୍କନ୍ଦ ।

ଧନୁ: ଘାତବାର ଓ ଘାତଚନ୍ଦ୍ର ହେତୁ ବାଦବିବାଦ, ସ୍ୱାସ୍ଥ୍ୟ, ଦୁର୍ଘଟଣା ଓ ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା, ବାଧାବିଘ୍ନ, ସ୍ୱଜନରେ ବିବାଦ, ପରିବାରରେ ଅଶାନ୍ତି, ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଯେଉଁମାନଙ୍କର ପୂର୍ବଷାଢ଼ା ଧନୁ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଅସ୍ଥିରମନା ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୫, ଆରାଧନା-ମା’ ତାରା ।

ମକର: ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମାର ବିକାଶ ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ନୂତନ କର୍ମାରମ୍ଭର ଉଦ୍ୟମ କରିବେ । ପରିବାରର ସମସ୍ତ ସଦସ୍ୟଙ୍କ ପ୍ରତି ସ୍ନେହଭାବ ଓ ଭାଇ, ଭଉଣୀଙ୍କ ପ୍ରତି ଶ୍ରଦ୍ଧାଭାବ ଜାଗ୍ରତ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଯଶସ୍ୱୀ ହେବେ । ମହିଳାମାନେ ସୁଖୀ ହେବେ । ଶୁଭରଙ୍ଗ-କଳା, ଶୁଭସଂଖ୍ୟା-୩, ଆରାଧନା-ମା’ ଦକ୍ଷିଣକାଳୀ ।

କୁମ୍ଭ: ଆର୍ଥିକ ସ୍ଥିତି ବିଗିଡ଼ିଯିବ । ସଞ୍ଚିତ ଅର୍ଥ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ହେବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଏବଂ ଆଳସ୍ୟତା ଭାବ ଜାଗ୍ରତ ହେବ । ଧନକୁ ନେଇ ବିବାଦ ଓ ଧନ କ୍ଷତି ହୋଇପାରେ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ଆର୍ଥିକ କାରବାର କଲାବେଳେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୧୧, ଆରାଧନା-ମା’ ଦୁର୍ଗା ।

ମୀନ: ଘାତବାର ଓ ଶ୍ରୀଚନ୍ଦ୍ର ହେତୁ ଘାତବାରର ପ୍ରଭାବ କମ୍‌ ରହିବ । ମାନସିକ, ପାରିବାରିକ ଶାନ୍ତି ଓ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ସମସ୍ତଙ୍କର ପ୍ରିୟ ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ଅଧିକ ସୁଫଳ ପାଇବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୫, ଆରାଧନା- ପ୍ରଭୁ ଶ୍ରୀଜଗନ୍ନାଥ ।