PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟାଙ୍ଗୀରେ ୧୭ଟିକିଆ ହାତୀପଲ ଆତଙ୍କ, ଗାଁରେ ପଶିଲେ, ଫସଲ ନଷ୍ଟ କଲେ
  • ||
  • ଢେଙ୍କାନାଳ : ୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • କଳାହାଣ୍ଡି : ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିଲେ ଯୁବକ, ଫାସରେ ପଡି ଜୀବନ ଗଲା
  • ||
  • ଚାନ୍ଦବାଲି : ମୁଖ୍ୟ ବଜାରରେ ହଠାତ୍ ଭୁଶୁଡିଲା ବିଦ୍ୟୁତ୍ ଖୁଣ୍ଟି, ଅଳ୍ପକେ ବର୍ତ୍ତିଲେ ପଥଚାରୀ
  • ||
  • ଭୁବନେଶ୍ୱର : ଏ ବର୍ଷ ଥରାଇବ ଶୀତ ଲହରୀ, ଜବର ଜାଡ଼ରେ ଥରିବ ଓଡ଼ିଶା, ଲମ୍ବିବ ଶୀତ ଅବଧି
  • ||
  • ଲାଞ୍ଜିଗଡ଼ : ବେଦାନ୍ତର ଏଲଏନଟି କଲୋନୀକୁ ପଶିଲା କରୋନା, ୩ ଶ୍ରମିକ ପଜିଟିଭ୍ ଚିହ୍ନଟ
  • ||
  • ସମ୍ବଲପୁର : ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ, ମମିତା ମେହେର୍ ହତ୍ୟା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି
  • ||

ଆଜିର ରାଶିଫଳ (୦୭/୦୮,ଶୁକ୍ରବାର)

ମେଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ। ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ। ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ। ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୧୧, ଆରାଧନା: ସ୍କନ୍ଦ ପୁରାଣ ପଠନ।

ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧୨, ଆରାଧନା-ରାମତାରକ ମନ୍ତ୍ର ଜପ ।

ମିଥୁନ: କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ । ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୮, ଆରାଧନା-ବିଷ୍ଣୁମନ୍ତ୍ର ଜପ।

କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ। କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ। ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ। ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୯, ଆରାଧନା-ଗଣେଶ।

ସିଂହ: ଅଷ୍ଟମ ଚନ୍ଦ୍ର ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ। କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ। ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ। ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବିଷାଦଗ୍ରସ୍ତ ହେବେ। ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୧୧, ଆରାଧନା-ମାତଙ୍ଗୀ।

କନ୍ୟା: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। କର୍ମରେ ଉନ୍ନତି ଓ ସଫଳତା ପାଇବେ। ମହିଳା ସହକର୍ମୀ ସହୋଗ କରିବେ। ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ। ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ। ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୧୨, ଆରାଧନା: ବିଷ୍ଣୁମନ୍ତ୍ର ଜପ।

ତୁଳା : କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ। ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ମଧ୍ୟମ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ। ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ। ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୨, ଆରାଧନା- ପୁରୁଷସୂକ୍ତ ପଠନ।

ବିଛା : ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି। ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ। ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ। ମହିଳାମାନେ ବିଷାଦଗ୍ରସ୍ତ ହେବେ। ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା- ହନୁମାନ।

ଧନୁ : ଘାତଚନ୍ଦ୍ର ହେତୁ ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ। ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୯, ଆରାଧନା-ଗାୟତ୍ରୀ ମନ୍ତ୍ର ଜପ।

ମକର : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ। ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୧୧, ଆରାଧନା-ଦୁର୍ଗା ।

କୁମ୍ଭ : ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ । ଶୁଭରଙ୍ଗ-କଳା, ଶୁଭସଂଖ୍ୟା-୩, ଆରାଧନା- କାଳୀ ।

ମୀନ: ଶ୍ରୀଚନ୍ଦ୍ର ହେତୁ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ। ଲକ୍ଷ୍ମୀଙ୍କର କୃପା ରହିବ। ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୯, ଆରାଧନା-ଭୁବନେଶ୍ୱରୀ।