PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୨୪ ଘଣ୍ଟା ପ୍ରଚାର ବ୍ୟାନ୍ କଲେ ନିର୍ବାଚନ କମିଶନର , ନିର୍ବାଚନ ପ୍ରଚାରରେ ବିବାଦୀୟ ଭାଷଣ ପାଇଁ ଲାଗିଲା କଟକଣା
  • ||
  • ସୁଶିଲ ଚନ୍ଦ୍ରା ନୂଆ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||
  • ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ରାଲିରେ ନବୀନ ପଟ୍ଟନାୟକ କରୁଛନ୍ତି ପ୍ରଚାର , ୬ଟି ଜିଲ୍ଲା ପରିଷଦ ଜୋନ୍‌ ପାଇଁ ସିଧା ପ୍ରସାରଣ ବ୍ୟବସ୍ଥା
  • ||
  • କଟକ ଏସ୍‌ସିବିରୁ ହାଇଦର ଫେରାର ଘଟଣା – ହାଇଦର ଫେରାର ପଛରେ ତାର ପରିବାର ଲୋକଙ୍କ ହାତ ଅଛି, ମଙ୍ଗଳାବାଗ ଥାନାରେ ଏତଲା ଦେଲେ ଗ୍ୟାଙ୍ଗଷ୍ଟରକୁ ଜଗୁଥିବା ନିଲମ୍ୱିତ କନଷ୍ଟେବଲ ମହମ୍ମଦ ମୌସିମ୍,‌
  • ||
  • ଭାରତରେ ରୁଷ୍ ଟିକା ସ୍ପୁଟ୍‌ନିକ୍ –V କୁ ମଞ୍ଜୁରୀ , ବିଶେଷଜ୍ଞ କମିଟି ବୈଠକରେ ନିଆଗଲା ନିଷ୍ପତ୍ତି, ମାନବ ଦେହରେ ବ୍ୟବହାର ପାଇଁ ଅନୁମତି
  • ||
  • ବଲାଙ୍ଗୀର ଓ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପାଇଁ ୨ ଜଣ ନୂଆ କୁଳପତିଙ୍କୁ ମିଳିଲା ନିଯୁକ୍ତି
  • ||
  • ଭୁବନେଶ୍ୱର: କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭଞ୍ଜନଗର: ଭାଲୁ ଆକ୍ରମଣରେ ବାଘୁଆପଲ୍ଲୀ ଗ୍ରାମର ୪ ଜଣ ଗୁରୁତର ଆହତ
  • ||
  • ଢେଙ୍କାନାଳ: ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଖୋଜାଖୋଜି ପରେ ଉଦ୍ଧାର ହେଲା ମୃତହେଦ
  • ||
  • କଟକ: ନିଆଳିର ଏକ ବିଲରୁ ଏକ ମୃତଦେହ ଉଦ୍ଧାର
  • ||
  • ଗଜପତି ଜିଲ୍ଲାର ସମସ୍ତ ସୀମା ସିଲ, ବାହାରୁ ଆସୁଥିବା ଲୋକଙ୍କ ଉପରେ କଡା ନଜର
  • ||
  • ଭୁବନେଶ୍ୱର: ଆଜି ପହଞ୍ଚିବ ୨ ଲକ୍ଷ ୭୧ ହଜାର ଟିକା
  • ||
  • ଜଗନ୍ନାଥପୁର ଛକ ପୁକୁଡ଼ିବନ୍ଧ ଜଙ୍ଗସନ୍ରୁ ୯୨୦ କିଲୋ ଗଞ୍ଜେଇ ଧରିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ୱିଙ୍ଗ, ୮ ଗିରଫ, ଟ୍ରକ୍ ଓ ମ୍ୟାକ୍ସପିକ୍ପ ଜବତ
  • ||
  • ବୀରମହାରାଜପୁର: ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୀଳଗିରି: ଅଭୟାରଣ୍ୟ ଭିତରୁ ଜଣେ ଶିକାରୀ ଗିରଫ,ମାରଣାସ୍ତ୍ର ଜବତ, ଖସିଗଲେ ୩ଜଣ ଶିକାରୀ…
  • ||
  • କଟକ: ଚାଉଳିଆଗଞ୍ଜ ଥାନାରେଆତ୍ମସମର୍ପଣ କଲା ହାଇଦର ସହଯୋଗୀ ୟାକୁବର
  • ||
  • ନୀଳଗିରି: କୂଳଡିହା ଅଭୟାରଣ୍ୟ ସୀମାନ୍ତରୁ ବିରାଟକାୟ ହରିଣ କ୍ଷତବିକ୍ଷତ ଉଦ୍ଧାର କଲେ ଗ୍ରାମବାସୀ
  • ||
  • କଟକ: ହଷ୍ଟେଲ ଭିତରେ ପଶି ନର୍ସିଂ ଛାତ୍ରୀଙ୍କୁ ତଡୁଛି ପୁଲିସ, ଏସସିବି ବିଏସି ନର୍ସିଂ କଲେଜରେ ଉତ୍ତେଜନା
  • ||
  • ନୀଳଗିରି: ଅସନବଣି ଅଞ୍ଚଳରୁ ଉଦ୍ଧାର ହେଲା ୧୫ ଫୁଟ୍ ଲମ୍ବର ଅହିରାଜ ସାପ
  • ||

ଆଜିର ରାଶିଫଳ (୦୮/୦୪, ଗୁରୁବାର)

ମେଷ: ଏକାଦଶ ଚନ୍ଦ୍ର ହେତୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ। ଖର୍ଚ୍ଚ କରିବା ପାଇଁ ମନରେ କୁଣ୍ଠାବୋଧ କରିବେ ଓ ଜଗିରଖି ଖର୍ଚ୍ଚ କରିବେ। ମନରୁ କୁଚିନ୍ତା, କୁଭାବନା, ହତାଶାଭାବ ଲୋପ ପାଇବ। ଧାର୍ମିକ କାର୍ଯ୍ୟ ପ୍ରତି ଅଧିକ ରୁଚି ରହିବ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ଆଜି ପୂର୍ଣ୍ଣାଙ୍ଗ କରିବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଧ୍ୟାନ ଦେବେ। ମହିଳାମାନେ ମିତବ୍ୟୟୀ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୧୧, ଆରାଧନା-ମା’ ବଗଳାମୁଖୀ ।

ବୃଷ: ଦଶମ ଚନ୍ଦ୍ର ହେତୁ ସବୁ କ୍ଷେତ୍ରରେ ଆଜି ଆପଣଙ୍କୁ ସଫଳତା ପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଏବଂ ଆକସ୍ମିକ ଧନଲାଭ ହେବ । ବ୍ୟବସାୟ ସମ୍ପ୍ରସାରଣ କିମ୍ବା ନୂତନ ବ୍ୟବସାୟ କରିବା ପାଇଁ ଉଦ୍ୟମ କରିବେ। ନୂତନ ଗୃହ ନିର୍ମାଣ କିମ୍ବା ଭୂମି କ୍ରୟ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଉଚ୍ଚ ପଦବୀ ମିଳିପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ମନୋନିବେଶ କରିବେ । ମହିଳାମାନେ ଆୟର ପନ୍ଥା ଅନ୍ୱେଷଣ କରିବେ। ଶୁଭରଙ୍ଗ-ସିଲ୍‌ଭର, ଶୁଭସଂଖ୍ୟା-୨, ଆରାଧନା-ମା’ ସମଲେଶ୍ୱରୀ।

ମିଥୁନ: ଘାତଚନ୍ଦ୍ର ହେତୁ ଅପମାନ, ଅପଯଶ ଓ ଅପବାଦ ମିଳିବ। ମାନ, ସମ୍ମାନ ହାନି ଓ ମନରେ ବିଷାଦଭାବ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ। କର୍ମରେ ଆଳସ୍ୟତା ଓ ସହକର୍ମୀଙ୍କର ଉପହାସର ପାତ୍ର ହେବେ । ଆର୍ଥିକ ସ୍ଥିତିରେ ଅବନତି, ସ୍ୱାସ୍ଥ୍ୟରେ ଅବନତି ଓ ପରିବାରରେ ଅଶାନ୍ତି ଦେଖାଦେବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ। ମହିଳାମାନେ ଅପମାନ, ଅପଯଶ ପାଇବେ । ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୮, ଆରାଧନା-ମା’ ତ୍ରିପୁର ସୁନ୍ଦରୀ।

କର୍କଟ: ଅଷ୍ଟମ ଚନ୍ଦ୍ର ହେତୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ। ଧନକ୍ଷତି, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ। କର୍ମରେ ବାଧାବିଘ୍ନ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ। ନିଶ୍ଚିତକୁ ଛାଡ଼ି ଅନିଶ୍ଚିତତା ପ୍ରତି ଆସକ୍ତି ବଢ଼ିବ। ଯେଉଁମାନଙ୍କର ଅଶ୍ଳେଷା କର୍କଟ ସେମାନେ ସତର୍କ ରହିବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ। ମହିଳାମାନେ ଥଣ୍ଡାରୋଗରେ ପଡ଼ିବେ। ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୭, ଆରାଧନା-ଭଗବାନ ଶିବ।

ସିଂହ : ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ । କର୍ମରେ ସଫଳତା, ପ୍ରଶଂସା ଓ ମହିଳା ସହକର୍ମୀଙ୍କ ସହଯୋଗ ଲାଭ କରିବେ। ପରିବାରକୁ ଆଜି ଅଧିକ ସମୟ ଦେବେ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନଙ୍କର ବସନଭୂଷଣ ପ୍ରତି ଦୁର୍ବଳତା ଜାତ ହେବ। ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୧୧, ଆରାଧନା-ପ୍ରଭୁ ଗଣେଶ ।

କନ୍ୟା: ବିଦ୍ୟା, ବୁଦ୍ଧି, ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟି ସମ୍ପନ୍ନ ହେବେ। ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ଜାଗ୍ରତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ। କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜବାଟ ମିଳିବ ଓ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଯଶସ୍ୱୀ ହେବେ। ମହିଳାମାନେ ଉଚ୍ଚାଭିଳାଷୀ ହେବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୬, ଆରାଧନା-ମା’ ଭୈରବୀ।

ତୁଳା : ଘାତବାର ଓ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ହେତୁ ମନରେ ଅଶୁଭ ଚିନ୍ତା ଓ କୁଭାବନା ପ୍ରକାଶ ପାଇବ। ମାନ, ସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। କର୍ମରେ ଆଶାଜନକ ସଫଳତା ମିଳିବାର ସମ୍ଭାବନା ବହୁତ କମ୍‌ । ସନ୍ତାନମାନେ ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଦୁଃଖିତ ହେବେ ଏବଂ ବାପାମା’ଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ। ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧୨, ଆରାଧନା-ମା’ ଗାୟତ୍ରୀ।

ବିଛା : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। ପରିବହନ ବ୍ୟବସାୟ ଆଜି ଲାଭଦାୟକ ହେବ । ଆର୍ଥିକ ସ୍ଥିତି ବଦଳିଯିବ । ସ୍ୱଜନ, ପ୍ରିୟଜନ ଓ ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ମଧୁର ହେବ ଏବଂ ତାଙ୍କର ସହାୟତା ଲାଭ କରିବେ। କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପଦମର୍ଯ୍ୟାଦା, ସମ୍ମାନ ବୃଦ୍ଧି ପାଇବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ବୁଲାବୁଲିରେ ମନ ଦେବେ । ମହିଳାମାନେ ବସନଭୂଷଣ କ୍ରୟ କରିବେ । ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୬, ଆରାଧନା-ମା’ ଚଣ୍ଡୀ।

ଧନୁ: ମନରେ ଉତ୍ସାହ ଓ ଉଦ୍ଦୀପନା ଭାବ ଜାଗ୍ରତ ହେବ। ସମସ୍ତ କର୍ମକୁ ସଫଳତାର ସହ ସମ୍ପାଦନ କରିବାରେ ସମର୍ଥ ହେବେ। ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଓ ଭାଇଭଉଣୀଙ୍କ ସହଯୋଗ ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଓ କର୍ମରେ ଆଶାଠାରୁ ଅଧିକ ସଫଳତା ପ୍ରାପ୍ତି ହେବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଉଦ୍‌ଯୋଗ କରିବେ । ମହିଳାମାନେ ଭ୍ରାତୃପ୍ରେମୀ ହେବେ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୫, ଆରାଧନା- ମା’ ତାରା।

ମକର: ଆର୍ଥିକ ସ୍ଥିତି ବିଗିଡ଼ିଯିବ ଓ ଧନକ୍ଷତି ଘଟିବ। ମନରେ ଅସ୍ଥିରତା ଭାବ ଓ ଶରୀର ଅସୁସ୍ଥ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ। କର୍ମରେ ଆଳସ୍ୟତା ଓ ଅବହେଳା ଯୋଗୁ ସମସ୍ତ କର୍ମରେ ବିଫଳତା ଦେଖାଦେବ । ଧନକୁ ନେଇ ବିବାଦ ଓ ବିପଦ ଆସିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ଧନକ୍ଷତି କରିବେ। ଶୁଭରଙ୍ଗ-ଆକାଶିଆ, ଶୁଭସଂଖ୍ୟା-୬, ଆରାଧନା-ମା’ ଚଣ୍ଡୀ ।

କୁମ୍ଭ: ଶ୍ରୀଚନ୍ଦ୍ର ଓ ଘାତବାର ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଯାତ୍ରା, ଔଷଧ ଭକ୍ଷଣ, ପଶୁଜନ୍ତୁ କ୍ରୟ ଓ କୃଷି ଦ୍ରବ୍ୟ କ୍ରୟ ଏବଂ ବିକ୍ରୟରେ ବିଘ୍ନ ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ସଫଳତା ଓ ସମସ୍ତଙ୍କର ପ୍ରିୟପାତ୍ର ହେବେ । ଧନ, ମାନ, ସମ୍ମାନ, ପରିବାରରେ ଶାନ୍ତି ଓ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଉଚ୍ଚମନା ହେବେ। ମହିଳାମାନେ ଆତ୍ମପ୍ରଶଂସା କରିବେ। ଶୁଭରଙ୍ଗ- କଫି, ଶୁଭସଂଖ୍ୟା-୬, ଆରାଧନା-ମା’ ବିମଳା।

ମୀନ: ଘାତଚନ୍ଦ୍ର ହେତୁ ଅପବ୍ୟୟ ଓ ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ। ଆୟ ପାଞ୍ଚ ହେଲେ ବ୍ୟୟ ପଚିଶ ହେବ। ମନରେ କୁଭାବନା, କୁଚିନ୍ତା ଓ ହତାଶାଭାବ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। କର୍ମରେ ବିଫଳତା ଓ କର୍ମ ପ୍ରତି ଆଳସ୍ୟତା ଭାବ ଜାଗ୍ରତ ହେବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଆଳସ୍ୟତା କରିବେ। ମହିଳାମାନେ ଉଦର ଯନ୍ତ୍ରଣା ଭୋଗିବେ। ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୭, ଆରାଧନା-ମା’ ତାରା।