PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହୀରାକୁଦରେ ପର୍ଯ୍ୟଟନର ବିକାଶ ପାଇଁ ୧୩୦ କୋଟି ବ୍ୟୟ ହେବ
  • ||
  • ଗଞ୍ଜାମ ପୁରୁଷୋତ୍ତମପୁର- ପ୍ରେମିକାକୁ ଜୀଅନ୍ତା ଜାଳିଦେବା ଘଟଣାରେ ଅଭିଯୁକ୍ତ ଯୁବକ ଗିରଫ
  • ||
  • ଭୁବନେଶ୍ଵର : ଅଗଷ୍ଟ ପ୍ରଥମ ସପ୍ତାହରୁ +୨ ନାମଲେଖା ପ୍ରକ୍ରିୟା, ଜୁଲାଇ ଶେଷ ସୁଦ୍ଧା ବିସ୍ତୃତ ତଥ୍ୟ ଅପଡେଟ୍‌ ପାଇଁ ଜୁନିୟର୍‌ କଲେଜଗୁଡ଼ିକୁ ନିର୍ଦ୍ଦେଶ
  • ||
  • ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ଟି ଗେଟ୍, ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକଙ୍କୁ ଘରେ ଟିକା ଦେବା ମାମଲା : ରାଜ୍ୟ ସରକାର ନେଇଥିବା ପଦକ୍ଷେପ ଓ କୌଣସି ପରିଚୟ ପତ୍ର ନଥିବା ଲୋକଙ୍କ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଜଣାଇବାକୁ ହାଇକୋର୍ଟଙ୍କ ନିର୍ଦେଶ
  • ||
  • ବଲାଙ୍ଗିର : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ୟୁଜିସି ମାନ୍ୟତା ନମିଳିବା ପ୍ରସଙ୍ଗ, ଭିସିଙ୍କୁ ଭେଟି ଆଲୋଚନା କଲା ଛାତ୍ର କଂଗ୍ରେସ
  • ||
  • ରାଜ୍ୟରେ ଅଗଷ୍ଟରୁ ଅକ୍ଟୋବର ଭିତରେ ଆସିବ ତୃତୀୟ ଲହରୀ : ବିଜୟ ମହାପାତ୍ର
  • ||
  • ନୀଳଗିରି : ନୀଳଗିରି ନିକଟ ଆମ୍ବଡିହା ଛକରେ ଦୁର୍ଘଟଣା, ମେଡ଼ିକାଲକୁ ବିଲେଇ କାମୁଡ଼ା ଇଞ୍ଜେକ୍ସନ୍ ନେବାକୁ ଆସୁଥିବା ବେଳେ ବାଇକ୍ ଦୁର୍ଘଟଣାରେ ମହିଳା ମୃତ, ମୃତ ମହିଳା ହେଲେ ଖନ୍ତାପଡା ଥାନା ବରୁଣସିଂ ଗ୍ରାମର ଭିକା ଦାସଙ୍କ ସ୍ତ୍ରୀ ତୁଳସୀ
  • ||
  • କଟକ : ଚୌଦ୍ଵାର କଲେଜ ପଛପଟ ସାହିରେ ଲୁଟ୍, ଘରେ କେହି ନଥିବାର ସୁଯୋଗ ନେଇ ଲୁଟି ନେଲେ ୧୦ ଲକ୍ଷରୁ ଅଧିକ ଟଙ୍କାର ସୁନାଗହଣା
  • ||
  • ରାଇରଙ୍ଗପୁର : ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ନୁରୁବାଦଡା ଗ୍ରାମରେ ଟ୍ରାକ୍ଟର ଧକ୍କାରେ ବାଇକ ଆରୋହୀ ମୃତ
  • ||
  • ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାର ଚାଲିଛି ଅଡିଟ୍, ଶେଷ ହେବାକୁ ଆଉ ୧୦ ରୁ ୧୫ ଦିନ ସମୟ ଲାଗିବ : ଡିଏମଇଟି
  • ||
  • କେସିଙ୍ଗା : କେସିଙ୍ଗା ପରିଦର୍ଶନ ସହ ବିଭିନ୍ନ ପ୍ରକଳ୍ପ କାମର ସମୀକ୍ଷା କଲେ ପିଡି ଡିଆରଡିଏ
  • ||
  • ନୂଆଦିଲ୍ଲୀ : କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମାଇ
  • ||
  • ଭୁବନେଶ୍ଵର : ଦିଲ୍ଲୀରୁ ଚୋରି ଭୁବନେଶ୍ଵରରେ ଗିରଫ, କୋଟିଏ ଟଙ୍କାର ଅଳଙ୍କାର ଚୋରି କରି ଚମ୍ପଟ ମାରିଥିଲା ଚୂନଲଗା ଚାକରାଣୀ, ସାଲିହାସାହିରୁ ଧରିଲା ପୋଲିସ
  • ||
  • ଜଗତସିଂହପୁର : ରାତି ଅଧରେ ଧାରଣାରତ ମହିଳାଙ୍କ ଉପରେ ଆକ୍ରମଣ, ମାଡ଼ ମାରି ଗାଳିଗୁଲଜ କଲେ ୫ରୁ ଉର୍ଦ୍ଧ୍ଵ ଦୁର୍ବୃତ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୭୦୩କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୭୦୩ ଜଣ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ଵର : ରାଜଧାନୀରେ ଅଣାୟତ୍ତ ଡେଙ୍ଗୁ, ଜୀବନ ସହ ଖେଳୁଛି ବିଏମ୍‌ସି, ମାଡ଼ିଚାଲିଛି ଏଡିସ୍‌ ମଶା ବଂଶ
  • ||

ଆଜିର ରାଶିଫଳ (୦୯/୦୮,ରବିବାର)

ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ । କର୍ମରେ ସଫଳ ହେବେ ଓ ସମସ୍ତ କର୍ମକୁ ଆନ୍ତରିକତାର ସହ ସମ୍ପାଦନ କରିବେ । ଅଟକିଥିବା କାମ ସମ୍ପୂର୍ଣ୍ଣ ହେବ ଓ ସହକର୍ମୀଙ୍କର ସହଯୋଗ ମିଳିବ । ଘାତବାର ହେତୁ ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ପ୍ରଶଂସିତ ହେବେ । ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୬, ଆରାଧନା: ସ୍କନ୍ଦ ପୁରାଣ ପାଠ।


ବୃଷ : ଆଗାମୀ ଦିନରେ କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବା ପାଇଁ ନିଜକୁ ପ୍ରସ୍ତୁତ ରଖିବେ । ମନରେ ଉତ୍ସାହ ଓ ଉଦ୍ଦୀପନାର ଉଦ୍ରେକ ହେବ ଏବଂ ପରିବାରରେ ଶାନ୍ତି ଓ ମୈତ୍ରୀ ବଜାୟ ରହିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ସଞ୍ଚୟ କରିବାରେ ଆଗ୍ରହୀ ହେବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧୧, ଆରାଧନା-କମଳା ।


ମିଥୁନ : ନୂତନ କର୍ମାରମ୍ଭ କରିବା ପାଇଁ ଚିନ୍ତା କରିବେ ଓ ସେଥିପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ କରିବେ । ପରିବାରର ସମସ୍ତ ସଦସ୍ୟଙ୍କ ସହିତ ଭାବପୂର୍ଣ୍ଣ ପରିବେଶରେ ଦିନଟି କାଟିବେ । ମନ ପ୍ରଫୁଲ୍ଲ ରହିବ ଓ ପରିବାରରେ ଶାନ୍ତି ଅତୁଟ ରହିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇବ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୮, ଆରାଧନା-ବିଷ୍ଣୁମନ୍ତ୍ର ଜପ ।


କର୍କଟ: ଅପମାନ, ଅପଯଶ ଓ ଅପବାଦ ପାଇପାରନ୍ତି । ସ୍ୱଜନ, ପ୍ରିୟଜନଙ୍କ ସହ ଅପ୍ରିୟତା କିମ୍ବା ଇତର ଜନଠାରୁୁ ଅପମାନ ପାଇପାରନ୍ତି। ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ପରିବାରରେ ବିବାଦ ଓ ମନୋମାଳିନ୍ୟ ଦେଖାଦେବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ। ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୯, ଆରାଧନା-ଗଣେଶ ।

ସିଂହ : ମାନସିକ ଅଶାନ୍ତି ଓ ମନରେ ବିରକ୍ତିଭାବ ପ୍ରକାଶ ପାଇବ । କର୍ମ ପ୍ରତି ଅନାଗ୍ରହଭାବ ଓ ସମସ୍ତ କର୍ମରେ ବାଧାବିଘ୍ନ ଦେଖାଦେବ । ପରିବାରରେ କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ଓ ପରିବାରରେ ବିବାଦ ଦେଖାଦେବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଶାରୀରିକ ପୀଡ଼ା ପାଇବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୩, ଆରାଧନା-ଆଦିତ୍ୟ ହୃଦୟ ପାଠ ।


କନ୍ୟା: ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ସ୍ତ୍ରୀ ସୌଖ୍ୟ ଓ ସ୍ତ୍ରୀ ହେତୁକ ଧନଲାଭର ଯୋଗ ରହିଛି । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଅନୁଭବ କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ସେବାରେ ମନ ଦେବେ । ଶୁଭରଙ୍ଗ-ଚକୋଲେଟ୍‌, ଶୁଭସଂଖ୍ୟା-୧୨, ଆରାଧନା: ଷୋଡ଼ଶୀ ।


ତୁଳା : ଶତ୍ରୁମାନେ ବଶତା ସ୍ୱୀକାର କରିବେ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ। ମନ ପ୍ରଫୁଲ୍ଲ ରହିବ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଆଗ୍ରହୀ ହେବେ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ସମୟ ଦେବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୨, ଆରାଧନା- ରାମାୟଣ ପାଠ।

ବିଛା : ମାନସମ୍ମାନ ହାନି, ମାନସିକ ଅବସାଦ ଓ ପରିବାରରେ ଅଶାନ୍ତି ଦେଖାଦେବ। ସ୍ୱଜନ, ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ସନ୍ତାନହେତୁକ ଦୁଶ୍ଚିନ୍ତା ଓ ସେମାନେ ଅବଜ୍ଞା କରିବେ । ସେମାନଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ। ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା- ବଗଳାମୁଖୀ ।


ଧନୁ : ବନ୍ଧୁବାନ୍ଧବ, ସ୍ୱଜନ, ପ୍ରିୟଜନଙ୍କ ସହ ଅପ୍ରିୟତା ଏବଂ ମନରେ ଅସ୍ଥିରଭାବ ଜାଗ୍ରତ ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଚୋରି ଯାଇପାରେ । ଯାନବାହନରେ ଯାନ୍ତ୍ରିକ ତ୍ରୁଟି ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ପରିବାରରେ ଅଶାନ୍ତି ଓ ଘାତଚନ୍ଦ୍ର ହେତୁ ବାଦବିବାଦ ଏବଂ ଦୁର୍ଘଟଣା ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୭, ଆରାଧନା-ଗାୟତ୍ରୀ ମନ୍ତ୍ର ଜପ ।


ମକର : ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଅନୁଭବ କରିବେ । ପରିବାରର ସମସ୍ତ ସଦସ୍ୟ ଓ ଭ୍ରାତୃଭଗ୍ନିଙ୍କର ସାହାଯ୍ୟ ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ । ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୩, ଆରାଧନା-ରୁଦ୍ରାଭିଷେକ ।

କୁମ୍ଭ : ଆର୍ଥିକ ଅବସ୍ଥା ବିଗିଡ଼ିଯିବ । ଋଣଗ୍ରସ୍ତ ହେବାର ସମ୍ଭାବନା ରହିଛି। ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଚୋରିଯାଇପାରେ। ଆର୍ଥିକ କାରବାର କଲାବେଳେ ସତର୍କ ରହିବେ । ମନ ଅସ୍ଥିର ରହିବ ଓ ପରିବାରରେ ଅଶାନ୍ତି ଏବଂ ବିବାଦ ଦେଖାଦେବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନେ ଆଣ୍ଠୁଗଣ୍ଠି ଯନ୍ତ୍ରଣା ପାଇବେ । ଶୁଭରଙ୍ଗ-ମେରୁନ, ଶୁଭସଂଖ୍ୟା-୬, ଆରାଧନା- ଦୁର୍ଗା ସହସ୍ରନାମ ପାଠ ।


ମୀନ: ସୁଖାଦ୍ୟ, ସୁବସନ ପ୍ରାପ୍ତି, ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ। ମାନସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ମନ ପ୍ରଫୁଲ୍ଲ ରହିବ ଓ ପରିବାରରେ ଶାନ୍ତି ଅତୁଟ ରହିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ । ମହିଳାମାନେ ପରିବାରରେ ଆଦର ପାଇବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୯, ଆରାଧନା-ଉଗ୍ରତାରା ।